< 1 John 4 >

1 Beloved, not every spirit do believe but do test the spirits whether of God they are, because many false prophets have gone out into the world.
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
2 By this (you know *NK+O) the Spirit of God: Every spirit that confesses Jesus Christ in [the] flesh having come of God is.
ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,
3 and any spirit that not confesses Jesus (Christ in flesh having come *K) from God not is; And this is that of the antichrist which you have heard that is coming and now in the world is already.
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
4 you yourselves from God are, little children, and have overcome them, because greater is the [One] in you than the [one] in the world.
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
5 They themselves of the world are; because of this from out of the world they speak and the world to them listens.
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
6 We ourselves of God are; The [one] knowing God listens to us; He who not is from God not listens to us. By this we know the Spirit of truth and the spirit of falsehood.
କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7 Beloved, we may love one another, because love from God is and everyone who is loving from God has been born and knows God;
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
8 The [one] not loving not has known God, because God love is.
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9 In this has been revealed the love of God among us, that the Son of Him the one and only has sent God into the world so that we may live through Him.
ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
10 In this is love, not that we ourselves (have loved *N+kO) God, but that He himself loved us and He sent the Son of Him [as] a propitiation for the sins of us.
ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
11 Beloved, if so God loved us, also we ourselves ought one another to love;
ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
12 God no [one] at any time has seen; if we shall love one another, God in us abides and the love of Him in us perfected is.
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
13 By this we know that in Him we abide and He in us, because from out the Spirit of Him He has given to us.
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
14 And we ourselves have seen and testify that the Father has sent the Son [as] Savior of the world.
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
15 Who[ever] (maybe *N+kO) shall confess that Jesus (Christ *O) is the Son of God, God in him abides and he in God.
ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।
16 And we ourselves have come to know and we have come to believe the love that has God as to us. God love is, and the [one] abiding in love in God abides, and God in him (abides. *NO)
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
17 In this has been perfected love with us, so that confidence we may have in the day of judgment, that even as He is also we ourselves are in world this.
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
18 Fear no there is in love, but perfect love out casts fear, because the fear punishment has; the [one] now fearing not has been perfected in love.
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
19 We ourselves love (him *K) because He himself first loved us.
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
20 If anyone shall say that I love God and the brother of him may hate, a liar he is; The [one] for not loving the brother of him whom he has seen, God whom not he has seen (not *N+KO) is he able to love;
ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
21 And this the commandment we have from Him, that the [one] loving God may love also the brother of him.
ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।

< 1 John 4 >