< Jeremiah 41 >

1 Ishmael was a member of the king’s family. He had been one of King Zedekiah’s important officials. In October of that year, he went to Mizpah with ten other men to [talk with] Gedaliah. While they were eating together,
ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।
2 Ishmael and the other ten men jumped up, and with their swords they killed Gedaliah—the man whom the king of Babylon had appointed to be their governor!
ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।
3 Ishmael [and the other men] also killed all the Jews and the soldiers from Babylonia who were with Gedaliah at Mizpah.
ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।
4 The next day, before anyone had found out that Gedaliah had been murdered,
ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,
5 eighty men from Shechem, Shiloh, and Samaria [cities] came to worship at the temple of Yahweh [in Mizpah]. They had shaved off their beards and torn their clothes and cut themselves [to show that they were mourning]. And they had brought grain offerings and incense [to burn on the altar].
ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
6 Ishmael went out of the city to meet them, crying as he went. When he reached them, he said, “Come [and see what has happened to] Gedaliah!”
ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”
7 But as soon as they had all entered the town, Ishmael and his men killed [most of] them and threw their corpses into a well.
ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।
8 There were [only] ten of them whom they (spared/did not kill). They were not killed because they promised to Ishmael that [if he allowed them to remain alive, they would bring him] lots of wheat and barley and olive oil and honey that they had hidden.
ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।
9 The well where Ishmael’s men had thrown the corpses of the men whom they had murdered was the deep well that King Asa’s [men] had dug [in order that they would have water in the city] if the army of King Baasha of Israel would surround the city. Ishmael’s men filled that well with corpses.
ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା।
10 Then Ishmael [and his men] captured the king’s daughters and some of the other people who had been left in Mizpah by Nebuzaradan in order that Gedaliah would take care of them. Ishmael and his men took those people and started back toward the Ammon area.
ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
11 But Johanan and all the other leaders of the Israeli soldiers who had not surrendered to the army of Babylonia heard about what Ishmael [and his men] had done.
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍‍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
12 So they [immediately] went with all their men to stop them. They caught up with them at the large pool near Gibeon [city].
ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।
13 When all the people whom Ishmael and his men had captured saw Johanan and the soldiers who were with him, they [shouted] joyfully.
ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।
14 So all those who had been captured in Mizpah escaped, and they started to help Johanan.
ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍‍ ନିକଟକୁ ଫେରି ଆସିଲେ।
15 But Ishmael and eight of his men escaped and fled to the Ammon area.
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।
16 Then Johanan and the men who were with him [gathered together] all the people whom they had rescued at Gibeon. They included soldiers and women and children and some of the king’s palace officials. They were all people whom Ishmael [and his men] had captured after they had killed Gedaliah.
ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍‍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍‍, ଗିବୀୟୋନ୍‍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।
17 They took them all to Geruth-Kimham [village] near Bethlehem. And they all prepared to go to Egypt.
ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;
18 They were worried about what the soldiers of Babylonia [would do to them when they found out] that Ishmael had killed Gedaliah, who had been appointed by the King of Babylonia to be their governor.
କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।

< Jeremiah 41 >