< Romans 5 >

1 Because therfore that we are iustified by fayth we are at peace with god thorow oure Lorde Iesue Christ:
ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
2 by who we have awaye in thorow fayth vnto this grace wherin we stonde aud reioyce in hope of the prayse that shalbe geven of God.
ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
3 Nether do we so only: but also we reioyce in tribulacion. For we know that tribulacion bringeth pacience
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
4 pacience bringeth experience experience bringeth hope.
ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
5 And hope maketh not ashamed for the love of God is sheed abrod in oure hertes by the holy goost which is geven vnto vs.
ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
6 For when we were yet weake accordynge to ye tyme: Christ dyed for vs which were vngodly.
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
7 Yet scace will eny man dye for a rightewes man. Paraventure for a good ma durst a man dye.
ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।
8 But God setteth out his love that he hath to vs seinge that whyll we were yet synners Christ dyed for vs.
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
9 Moche more then now (seynge we are iustifyed in his bloud) shall we be saved from wrath thorow him.
ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
10 For yf when we were enemyes we were reconciled to God by the deeth of his sonne: moche more seinge we are reconciled we shal be preservid by his lyfe.
କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
11 Not only so but we also ioye in God by the meanes of oure Lorde Iesus Christ by whom we have receavyd the attonment.
ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
12 Wherfore as by one ma synne entred into the worlde and deeth by the meanes of synne. And so deeth went over all men in somoche that all men synned.
ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
13 For even vnto the tyme of the lawe was synne in the worlde: but synne was not regarded as longe as ther was no lawe:
କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
14 neverthelesse deeth rayned fro Adam to Moses eve over them also that synned not wt lyke transgression as dyd Adam: which is ye similitude of him that is to come.
ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
15 But the gyfte is not lyke as the synne. For yf thorow the synne of one many be deed: moche more plenteous vpon many was the grace of God and gyfte by grace: which grace was geven by one man Iesus Christ.
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
16 And ye gifte is not over one synne as deeth cam thorow one synne of one yt synned. For damnacion cam of one synne vnto condemnacion: but the gyft cam to iustify fro many synnes.
ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
17 For yf by the synne of one deeth raigned by the meanes of one moche more shall they which receave aboundance of grace and of the gyfte of rightewesnes raygne in lyfe by the meanes of one (that is to saye) Iesus Christ.
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
18 Lykewyse then as by the synne of one condemnacion cam on all men: eve so by the iustifyinge of one cometh the rightewesnes that bringeth lyfe vpo all men.
ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
19 For as by one manes disobediece many be cam synners: so by ye obediece of one shall many be made righteous.
କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
20 But ye lawe in the meane tyme entred in yt synne shuld encreace. Neverthelater where aboundaunce of synne was there was more plenteousnes of grace.
ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
21 That as synne had raigned vnto deeth even so might grace raygne thorow rightewesnes vnto eternall lyfe by the helpe of Iesu Christ. (aiōnios g166)
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ। (aiōnios g166)

< Romans 5 >