< Genesis 29 >

1 Then Jacob went on his journey, and came to the land of the children of the east.
ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
2 He looked, and saw a well in the field, and saw three flocks of sheep lying there by it. For out of that well they watered the flocks. The stone on the well’s mouth was large.
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
3 There all the flocks were gathered. They rolled the stone from the well’s mouth, and watered the sheep, and put the stone back on the well’s mouth in its place.
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
4 Jacob said to them, “My relatives, where are you from?” They said, “We are from Haran.”
ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
5 He said to them, “Do you know Laban, the son of Nahor?” They said, “We know him.”
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
6 He said to them, “Is it well with him?” They said, “It is well. See, Rachel, his daughter, is coming with the sheep.”
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7 He said, “Behold, it is still the middle of the day, not time to gather the livestock together. Water the sheep, and go and feed them.”
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8 They said, “We can’t, until all the flocks are gathered together, and they roll the stone from the well’s mouth. Then we will water the sheep.”
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9 While he was yet speaking with them, Rachel came with her father’s sheep, for she kept them.
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
10 When Jacob saw Rachel the daughter of Laban, his mother’s brother, and the sheep of Laban, his mother’s brother, Jacob went near, and rolled the stone from the well’s mouth, and watered the flock of Laban his mother’s brother.
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
11 Jacob kissed Rachel, and lifted up his voice, and wept.
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
12 Jacob told Rachel that he was her father’s relative, and that he was Rebekah’s son. She ran and told her father.
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
13 When Laban heard the news of Jacob, his sister’s son, he ran to meet Jacob, and embraced him, and kissed him, and brought him to his house. Jacob told Laban all these things.
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
14 Laban said to him, “Surely you are my bone and my flesh.” Jacob stayed with him for a month.
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
15 Laban said to Jacob, “Because you are my relative, should you therefore serve me for nothing? Tell me, what will your wages be?”
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
16 Laban had two daughters. The name of the elder was Leah, and the name of the younger was Rachel.
ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
17 Leah’s eyes were weak, but Rachel was beautiful in form and attractive.
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
18 Jacob loved Rachel. He said, “I will serve you seven years for Rachel, your younger daughter.”
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
19 Laban said, “It is better that I give her to you, than that I should give her to another man. Stay with me.”
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
20 Jacob served seven years for Rachel. They seemed to him but a few days, for the love he had for her.
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
21 Jacob said to Laban, “Give me my wife, for my days are fulfilled, that I may go in to her.”
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
22 Laban gathered together all the men of the place, and made a feast.
ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
23 In the evening, he took Leah his daughter, and brought her to Jacob. He went in to her.
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
24 Laban gave Zilpah his servant to his daughter Leah for a servant.
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
25 In the morning, behold, it was Leah! He said to Laban, “What is this you have done to me? Didn’t I serve with you for Rachel? Why then have you deceived me?”
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
26 Laban said, “It is not done so in our place, to give the younger before the firstborn.
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
27 Fulfill the week of this one, and we will give you the other also for the service which you will serve with me for seven more years.”
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
28 Jacob did so, and fulfilled her week. He gave him Rachel his daughter as wife.
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
29 Laban gave Bilhah, his servant, to his daughter Rachel to be her servant.
ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।
30 He went in also to Rachel, and he loved also Rachel more than Leah, and served with him seven more years.
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
31 Yahweh saw that Leah was hated, and he opened her womb, but Rachel was barren.
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
32 Leah conceived, and bore a son, and she named him Reuben. For she said, “Because Yahweh has looked at my affliction; for now my husband will love me.”
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
33 She conceived again, and bore a son, and said, “Because Yahweh has heard that I am hated, he has therefore given me this son also.” She named him Simeon.
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
34 She conceived again, and bore a son. She said, “Now this time my husband will be joined to me, because I have borne him three sons.” Therefore his name was called Levi.
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
35 She conceived again, and bore a son. She said, “This time I will praise Yahweh.” Therefore she named him Judah. Then she stopped bearing.
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

< Genesis 29 >