< Isaiah 65 >

1 “I am inquired of by those who didn’t ask. I am found by those who didn’t seek me. I said, ‘See me, see me,’ to a nation that was not called by my name.
ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।
2 I have spread out my hands all day to a rebellious people, who walk in a way that is not good, after their own thoughts;
ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
3 a people who provoke me to my face continually, sacrificing in gardens, and burning incense on bricks;
ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
4 who sit among the graves, and spend nights in secret places; who eat pig’s meat, and broth of abominable things is in their vessels;
ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
5 who say, ‘Stay by yourself, don’t come near to me, for I am holier than you.’ These are smoke in my nose, a fire that burns all day.
ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
6 “Behold, it is written before me: I will not keep silence, but will repay, yes, I will repay into their bosom
ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,
7 your own iniquities and the iniquities of your fathers together”, says Yahweh, “who have burned incense on the mountains, and blasphemed me on the hills. Therefore I will first measure their work into their bosom.”
ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
8 Yahweh says, “As the new wine is found in the cluster, and one says, ‘Don’t destroy it, for a blessing is in it:’ so I will do for my servants’ sake, that I may not destroy them all.
ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
9 I will bring offspring out of Jacob, and out of Judah an inheritor of my mountains. My chosen will inherit it, and my servants will dwell there.
ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
10 Sharon will be a fold of flocks, and the valley of Achor a place for herds to lie down in, for my people who have sought me.
ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
11 “But you who forsake Yahweh, who forget my holy mountain, who prepare a table for Fortune, and who fill up mixed wine to Destiny;
ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
12 I will destine you to the sword, and you will all bow down to the slaughter; because when I called, you didn’t answer. When I spoke, you didn’t listen; but you did that which was evil in my eyes, and chose that in which I didn’t delight.”
ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”
13 Therefore the Lord Yahweh says, “Behold, my servants will eat, but you will be hungry; behold, my servants will drink, but you will be thirsty. Behold, my servants will rejoice, but you will be disappointed.
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
14 Behold, my servants will sing for joy of heart, but you will cry for sorrow of heart, and will wail for anguish of spirit.
ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।
15 You will leave your name for a curse to my chosen, and the Lord Yahweh will kill you. He will call his servants by another name,
ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
16 so that he who blesses himself in the earth will bless himself in the God of truth; and he who swears in the earth will swear by the God of truth; because the former troubles are forgotten, and because they are hidden from my eyes.
ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
17 “For, behold, I create new heavens and a new earth; and the former things will not be remembered, nor come into mind.
କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
18 But be glad and rejoice forever in that which I create; for, behold, I create Jerusalem to be a delight, and her people a joy.
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
19 I will rejoice in Jerusalem, and delight in my people; and the voice of weeping and the voice of crying will be heard in her no more.
ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
20 “No more will there be an infant who only lives a few days, nor an old man who has not filled his days; for the child will die one hundred years old, and the sinner being one hundred years old will be accursed.
ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
21 They will build houses and inhabit them. They will plant vineyards and eat their fruit.
ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
22 They will not build and another inhabit. They will not plant and another eat; for the days of my people will be like the days of a tree, and my chosen will long enjoy the work of their hands.
ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
23 They will not labor in vain nor give birth for calamity; for they are the offspring of Yahweh’s blessed and their descendants with them.
ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
24 It will happen that before they call, I will answer; and while they are yet speaking, I will hear.
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
25 The wolf and the lamb will feed together. The lion will eat straw like the ox. Dust will be the serpent’s food. They will not hurt nor destroy in all my holy mountain,” says Yahweh.
କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”

< Isaiah 65 >