< Matthew 9 >

1 He entered into a boat and crossed over, and came into his own city.
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।
2 Behold, they brought to him a man who was paralyzed, lying on a bed. Jesus, seeing their faith, said to the paralytic, “Son, cheer up! Your sins are forgiven you.”
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”
3 Behold, some of the scribes said to themselves, “This man blasphemes.”
ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।
4 Jesus, knowing their thoughts, said, “Why do you think evil in your hearts?
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
5 For which is easier, to say, ‘Your sins are forgiven;’ or to say, ‘Get up, and walk’?
କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?
6 But that you may know that the Son of Man has authority on earth to forgive sins—” (then he said to the paralytic), “Get up, and take up your mat, and go to your house.”
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”
7 He arose and departed to his house.
ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା।
8 But when the multitudes saw it, they marveled and glorified God, who had given such authority to men.
ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।
9 As Jesus passed by from there, he saw a man called Matthew sitting at the tax collection office. He said to him, “Follow me.” He got up and followed him.
ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
10 As he sat in the house, behold, many tax collectors and sinners came and sat down with Jesus and his disciples.
ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।
11 When the Pharisees saw it, they said to his disciples, “Why does your teacher eat with tax collectors and sinners?”
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”
12 When Jesus heard it, he said to them, “Those who are healthy have no need for a physician, but those who are sick do.
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
13 But you go and learn what this means: ‘I desire mercy, and not sacrifice,’ for I came not to call the righteous, but sinners to repentance.”
କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
14 Then John’s disciples came to him, saying, “Why do we and the Pharisees fast often, but your disciples don’t fast?”
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
15 Jesus said to them, “Can the friends of the bridegroom mourn as long as the bridegroom is with them? But the days will come when the bridegroom will be taken away from them, and then they will fast.
ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।
16 No one puts a piece of unshrunk cloth on an old garment; for the patch would tear away from the garment, and a worse hole is made.
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।
17 Neither do people put new wine into old wine skins, or else the skins would burst, and the wine be spilled, and the skins ruined. No, they put new wine into fresh wine skins, and both are preserved.”
ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”
18 While he told these things to them, behold, a ruler came and worshiped him, saying, “My daughter has just died, but come and lay your hand on her, and she will live.”
ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।
19 Jesus got up and followed him, as did his disciples.
ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।
20 Behold, a woman who had a discharge of blood for twelve years came behind him, and touched the fringe of his garment;
ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
21 for she said within herself, “If I just touch his garment, I will be made well.”
କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
22 But Jesus, turning around and seeing her, said, “Daughter, cheer up! Your faith has made you well.” And the woman was made well from that hour.
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
23 When Jesus came into the ruler’s house and saw the flute players and the crowd in noisy disorder,
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”
24 he said to them, “Make room, because the girl isn’t dead, but sleeping.” They were ridiculing him.
ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
25 But when the crowd was sent out, he entered in, took her by the hand, and the girl arose.
କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।
26 The report of this went out into all that land.
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।
27 As Jesus passed by from there, two blind men followed him, calling out and saying, “Have mercy on us, son of David!”
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
28 When he had come into the house, the blind men came to him. Jesus said to them, “Do you believe that I am able to do this?” They told him, “Yes, Lord.”
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ।
29 Then he touched their eyes, saying, “According to your faith be it done to you.”
ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।”
30 Then their eyes were opened. Jesus strictly commanded them, saying, “See that no one knows about this.”
ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”
31 But they went out and spread abroad his fame in all that land.
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
32 As they went out, behold, a mute man who was demon possessed was brought to him.
ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ।
33 When the demon was cast out, the mute man spoke. The multitudes marveled, saying, “Nothing like this has ever been seen in Israel!”
ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।
34 But the Pharisees said, “By the prince of the demons, he casts out demons.”
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି।
35 Jesus went about all the cities and the villages, teaching in their synagogues and preaching the Good News of the Kingdom, and healing every disease and every sickness among the people.
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
36 But when he saw the multitudes, he was moved with compassion for them because they were harassed and scattered, like sheep without a shepherd.
ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
37 Then he said to his disciples, “The harvest indeed is plentiful, but the laborers are few.
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
38 Pray therefore that the Lord of the harvest will send out laborers into his harvest.”
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”

< Matthew 9 >