< Titus 2 >

1 But say the things which fit sound doctrine,
କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
2 that older men should be temperate, sensible, sober minded, sound in faith, in love, and in perseverance,
ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
3 and that older women likewise be reverent in behavior, not slanderers nor enslaved to much wine, teachers of that which is good,
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4 that they may train the young wives to love their husbands, to love their children,
ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5 to be sober minded, chaste, workers at home, kind, being in subjection to their own husbands, that God’s word may not be blasphemed.
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।
6 Likewise, exhort the younger men to be sober minded.
ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7 In all things show yourself an example of good works. In your teaching, show integrity, seriousness, incorruptibility,
ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
8 and soundness of speech that can’t be condemned, that he who opposes you may be ashamed, having no evil thing to say about us.
ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
9 Exhort servants to be in subjection to their own masters and to be well-pleasing in all things, not contradicting,
ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10 not stealing, but showing all good fidelity, that they may adorn the doctrine of God, our Savior, in all things.
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
11 For the grace of God has appeared, bringing salvation to all men,
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12 instructing us to the intent that, denying ungodliness and worldly lusts, we would live soberly, righteously, and godly in this present age; (aiōn g165)
ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, (aiōn g165)
13 looking for the blessed hope and appearing of the glory of our great God and Savior, Jesus Christ,
ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।
14 who gave himself for us, that he might redeem us from all iniquity and purify for himself a people for his own possession, zealous for good works.
ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
15 Say these things and exhort and reprove with all authority. Let no one despise you.
ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।

< Titus 2 >