< 1 Samuel 20 >

1 David fled from Naioth in Ramah, and came and said to Jonathan, “What have I done? What is my iniquity? What is my sin before your father, that he seeks my life?”
ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”
2 He said to him, “Far from it; you will not die. Behold, my father does nothing either great or small, but that he discloses it to me. Why would my father hide this thing from me? It is not so.”
ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”
3 David swore moreover, and said, “Your father knows well that I have found favor in your eyes; and he says, ‘Don’t let Jonathan know this, lest he be grieved;’ but truly as the LORD lives, and as your soul lives, there is but a step between me and death.”
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”
4 Then Jonathan said to David, “Whatever your soul desires, I will even do it for you.”
ତେବେ ଯୋନାଥନ ଦାଉଦଙ୍କୁ କହିଲା, “ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।”
5 David said to Jonathan, “Behold, tomorrow is the new moon, and I should not fail to dine with the king; but let me go, that I may hide myself in the field to the third day at evening.
ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।
6 If your father misses me at all, then say, ‘David earnestly asked leave of me that he might run to Bethlehem, his city; for it is the yearly sacrifice there for all the family.’
ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’
7 If he says, ‘It is well,’ your servant shall have peace; but if he is angry, then know that evil is determined by him.
ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।
8 Therefore deal kindly with your servant, for you have brought your servant into a covenant of the LORD with you; but if there is iniquity in me, kill me yourself, for why should you bring me to your father?”
ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”
9 Jonathan said, “Far be it from you; for if I should at all know that evil were determined by my father to come on you, then wouldn’t I tell you that?”
ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”
10 Then David said to Jonathan, “Who will tell me if your father answers you roughly?”
ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”
11 Jonathan said to David, “Come! Let’s go out into the field.” They both went out into the field.
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।
12 Jonathan said to David, “By the LORD, the God of Israel, when I have sounded out my father about this time tomorrow, or the third day, behold, if there is good toward David, won’t I then send to you and disclose it to you?
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?
13 The LORD do so to Jonathan and more also, should it please my father to do you evil, if I don’t disclose it to you and send you away, that you may go in peace. May the LORD be with you as he has been with my father.
ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।
14 You shall not only show me the loving kindness of the LORD while I still live, that I not die;
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;
15 but you shall also not cut off your kindness from my house forever, no, not when the LORD has cut off every one of the enemies of David from the surface of the earth.”
କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।”
16 So Jonathan made a covenant with David’s house, saying, “The LORD will require it at the hand of David’s enemies.”
ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।”
17 Jonathan caused David to swear again, for the love that he had to him; for he loved him as he loved his own soul.
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
18 Then Jonathan said to him, “Tomorrow is the new moon, and you will be missed, because your seat will be empty.
ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।
19 When you have stayed three days, go down quickly and come to the place where you hid yourself when this started, and remain by the stone Ezel.
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।
20 I will shoot three arrows on its side, as though I shot at a mark.
ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।
21 Behold, I will send the boy, saying, ‘Go, find the arrows!’ If I tell the boy, ‘Behold, the arrows are on this side of you. Take them;’ then come, for there is peace to you and no danger, as the LORD lives.
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।
22 But if I say this to the boy, ‘Behold, the arrows are beyond you,’ then go your way, for the LORD has sent you away.
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।
23 Concerning the matter which you and I have spoken of, behold, the LORD is between you and me forever.”
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।”
24 So David hid himself in the field. When the new moon had come, the king sat himself down to eat food.
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।
25 The king sat on his seat, as at other times, even on the seat by the wall; and Jonathan stood up, and Abner sat by Saul’s side, but David’s place was empty.
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।
26 Nevertheless Saul didn’t say anything that day, for he thought, “Something has happened to him. He is not clean. Surely he is not clean.”
ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।
27 On the next day after the new moon, the second day, David’s place was empty. Saul said to Jonathan his son, “Why didn’t the son of Jesse come to eat, either yesterday, or today?”
ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?”
28 Jonathan answered Saul, “David earnestly asked permission of me to go to Bethlehem.
ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, “ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା,
29 He said, ‘Please let me go, for our family has a sacrifice in the city. My brother has commanded me to be there. Now, if I have found favor in your eyes, please let me go away and see my brothers.’ Therefore he has not come to the king’s table.”
ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”
30 Then Saul’s anger burned against Jonathan, and he said to him, “You son of a perverse rebellious woman, don’t I know that you have chosen the son of Jesse to your own shame, and to the shame of your mother’s nakedness?
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
31 For as long as the son of Jesse lives on the earth, you will not be established, nor will your kingdom. Therefore now send and bring him to me, for he shall surely die!”
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”
32 Jonathan answered Saul his father, and said to him, “Why should he be put to death? What has he done?”
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”
33 Saul cast his spear at him to strike him. By this Jonathan knew that his father was determined to put David to death.
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।
34 So Jonathan arose from the table in fierce anger, and ate no food the second day of the month; for he was grieved for David, because his father had treated him shamefully.
ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।
35 In the morning, Jonathan went out into the field at the time appointed with David, and a little boy with him.
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।
36 He said to his boy, “Run, find now the arrows which I shoot.” As the boy ran, he shot an arrow beyond him.
ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।
37 When the boy had come to the place of the arrow which Jonathan had shot, Jonathan cried after the boy, and said, “Isn’t the arrow beyond you?”
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”
38 Jonathan cried after the boy, “Go fast! Hurry! Don’t delay!” Jonathan’s boy gathered up the arrows, and came to his master.
ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।
39 But the boy didn’t know anything. Only Jonathan and David knew the matter.
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।
40 Jonathan gave his weapons to his boy, and said to him, “Go, carry them to the city.”
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”
41 As soon as the boy was gone, David arose out of the south, and fell on his face to the ground, and bowed himself three times. They kissed one another and wept with one another, and David wept the most.
ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।
42 Jonathan said to David, “Go in peace, because we have both sworn in the LORD’s name, saying, ‘The LORD is between me and you, and between my offspring and your offspring, forever.’” He arose and departed; and Jonathan went into the city.
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।

< 1 Samuel 20 >