< Jeremiah 2 >

1 And there is a word of Jehovah unto me, saying,
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2 'Go, and thou hast called in the ears of Jerusalem, saying, Thus said Jehovah: I have remembered for thee The kindness of thy youth, the love of thine espousals, Thy going after Me in a wilderness, in a land not sown.
“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
3 Holy [is] Israel to Jehovah, The first-fruit of His increase, All consuming him are guilty, Evil cometh in unto them, an affirmation of Jehovah.
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।
4 Hear a word of Jehovah, O house of Jacob, And all ye families of the house of Israel.
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
5 Thus said Jehovah: What — have your fathers found in Me perversity, That they have gone far off from Me, And go after the vanity, and become vain,
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?
6 And have not said, Where [is] Jehovah, Who bringeth us up out of the land of Egypt, Who leadeth us in a wilderness, In a land of deserts and pits, In a dry land, and of death-shade, In a land — none hath passed through it, Nor dwelt hath man there?'
ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।
7 Yea, I bring you in to a land of fruitful fields, To eat its fruit and its goodness, And ye come in and defile My land, And Mine inheritance have made an abomination.
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
8 The priests have not said, 'Where [is] Jehovah?' And those handling the law have not known Me. And the shepherds transgressed against Me, And the prophets have prophesied by Baal, And after those who profit not have gone.
‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।
9 Therefore, yet I plead with you, An affirmation of Jehovah, And with your sons' sons I plead.
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।
10 For, pass to the isles of Chittim, and see, And to Kedar send, and consider well, And see if there hath been like this:
ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?
11 Hath a nation changed gods? (And they [are] no gods!) And My people hath changed its honour For that which doth not profit.
ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।
12 Be astonished, ye heavens, at this, Yea, be frightened, be greatly wasted, An affirmation of Jehovah.
ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।
13 For two evils hath My people done, Me they have forsaken, a fountain of living waters, To hew out for themselves wells — broken wells, That contain not the waters.
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
14 A servant [is] Israel? Is he a child of the house? Wherefore hath he been for a prey?
ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
15 Against him roar do young lions, They have given forth their voice, And make his land become a desolation, His cities have been burnt without inhabitant.
ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
16 Also sons of Noph and Tahapanes Consume thee — the crown of the head!
ଆହୁରି ନୋଫର ଓ ତଫନ୍‍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
17 Dost thou not do this to thyself? [By] thy forsaking Jehovah thy God, At the time He is leading thee in the way?
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
18 And now, what — to thee in the way of Egypt, To drink the waters of Sihor? And what — to thee in the way of Asshur, To drink the waters of the River?
ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
19 Instruct thee doth thy wickedness, And thy backslidings reprove thee, Know and see that an evil and a bitter thing [Is] thy forsaking Jehovah thy God, And My fear not being on thee, An affirmation of the Lord Jehovah of Hosts.
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
20 For from of old thou hast broken thy yoke, Drawn away thy bands, and sayest, 'I do not serve,' For, on every high height, and under every green tree, Thou art wandering — a harlot.
ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
21 And I planted thee a choice vine, wholly a true seed, And how hast thou been turned to Me, To the degenerate shoots of a strange vine?
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
22 But though thou dost wash with nitre, And dost multiply to thyself soap, Marked is thine iniquity before Me, An affirmation of the Lord Jehovah.
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
23 How sayest thou, 'I have not been defiled, After the Baalim I have not gone?' See thy way in a valley, know what thou hast done, A swift dromedary winding her ways,
‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
24 A wild ass accustomed to a wilderness, In the desire of her soul she hath swallowed up wind, Her meeting — who doth turn her back? None seeking her do weary themselves, In her month they find her.
ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।
25 Withhold thy foot from being unshod, And thy throat from thirst, And thou sayest, 'It is incurable, No, for I have loved strangers, and after them I go.'
‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’
26 As the shame of a thief when he is found, So put to shame have been the house of Israel, They, their kings, their heads, And their priests, and their prophets,
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
27 Saying to wood, 'My father [art] thou!' And to a stone, 'Thou hast brought me forth,' For they turned unto me the back and not the face, And in the time of their vexation, They say, 'Arise Thou, and save us.'
ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
28 And where [are] thy gods, that thou hast made to thyself? Let them arise, if they may save thee, In the time of thy vexation, For — the number of thy cities have been thy gods, O Judah,
ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
29 Why do ye strive with Me? All of you have transgressed against Me, An affirmation of Jehovah.
ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
30 In vain I have smitten your sons, Instruction they have not accepted, Devoured hath your sword your prophets, As a destroying lion.
ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
31 O generation, see ye the word of Jehovah: A wilderness have I been to Israel? A land of thick darkness? Wherefore have My people said, 'We mourned, We come not in again unto Thee.'
ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’
32 Doth a virgin forget her ornaments? A bride her bands? And My people have forgotten Me days without number.
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
33 What — dost thou make pleasing thy ways to seek love? Therefore even the wicked thou hast taught thy ways.
ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।
34 Also in thy skirts hath been found the blood of innocent needy souls, Not by digging have I found them, but upon all these.
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
35 And thou sayest, 'Because I have been innocent, Surely turned back hath His anger from me?' Lo, I have been judged with thee, Because of thy saying, 'I have not sinned.'
ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
36 What? thou art very vile to repeat thy way, Even of Egypt thou art ashamed, As thou hast been ashamed of Asshur,
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
37 Also from this thou goest out, And thy hands on thy head, For Jehovah hath kicked at thy confidences, And thou dost not give prosperity to them!
ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।

< Jeremiah 2 >