< 2 Samuel 17 >

1 Et Achitophel dit à Absalon: Je vais choisir douze mille hommes, et je partirai, et je poursuivrai David cette nuit.
ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
2 Il sera fatigué, énervé, quand je l'attaquerai et le remplirai de trouble; tout le peuple qui l'entoure fuira, et je frapperai le roi dès qu'il sera seul.
ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।
3 Ensuite, je te ramènerai tout le peuple, et il te reviendra comme revient une épouse auprès de son mari; puisque tu n'en veux qu'à la vie d'un seul homme, tout le peuple sera en paix.
ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।”
4 Le conseil parut excellent à Absalon et à tous les anciens d'Israël.
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।
5 Et Absalon dit: Appelez Chusaï d'Arach; sachons ce que celui-là aussi pourra nous dire.
ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”
6 Chusaï entra donc auprès d'Absalon, et Absalon lui dit: Voici comme a parlé Achitophel; ferons-nous ce qu'il a conseillé? Si ce n'est pas ton avis, parle à ton tour.
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
7 Pour cette fois, répondit Chusaï, le conseil d'Achitophel n'est pas bon.
ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
8 Et Chusaï ajouta: Tu connais ton père et ses hommes; ils sont très vaillants, et leur âme est pleine d'amertume. Ils ressemblent à l'ours à qui, dans les champs, on a enlevé ses petits, ou au sanglier hérissé de la plaine; ton père est un guerrier, et il ne laisse pas son armée prendre de repos.
ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
9 Maintenant, il est à couvert dans les montagnes ou dans quelque autre lieu, et vous ne l'aurez pas plutôt assailli qu'un bruit se répandra, et que l'on dira: Il y a eu un massacre de ceux qui suivent Absalon.
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
10 Et même le fils de la vaillance, dont le cœur est comme le cœur du lion, défaillira; car tout Israël sait que ton père est un homme vaillant, et qu'il est entouré de fils vaillants.
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
11 C'est pourquoi voici ce que je préfère de beaucoup: rassemble auprès de toi tout Israël, depuis Dan jusqu'à Bersabée, aussi nombreux que le sable du rivage de la mer; et mets-toi en campagne au milieu de, cette multitude.
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।
12 Alors, nous marcherons contre lui en l'un des lieux où nous pensons le trouver; nous tomberons sur lui à l'improviste, comme la rosée tombe sur la terre, et nous n'épargnerons ni lui ni un seul des hommes qui l'accompagnent.
ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
13 Et s'il s'est réfugié avec ses gens en quelque ville, tout Israël apportera des câbles devant cette ville, et nous en entraînerons les débris jusqu'au torrent, afin qu'il n'en reste pas une pierre.
ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”
14 Absalon et tout Israël s'écrièrent: Le conseil de Chusaï d'Arach vaut mieux que le conseil d'Achitophel. Et le Seigneur voulut que le sage dessein d'Achitophel fût confondu, afin que le Seigneur fit tomber sur Absalon toute sorte de maux.
ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
15 Et Chusaï d'Arach dit aux prêtres Sadoc et Abiathar: Voilà ce qu'avait conseillé Achitophel à Absalon et aux anciens du peuple; voilà ce que je leur ai conseillé.
ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।
16 Maintenant, faites-le rapidement savoir à David; qu'on lui dise: Ne passe pas la nuit à Araboth dans le désert; hâte-toi de traverser le Jourdain, de peur que le roi et tous les siens ne périssent.
ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”
17 Or, Jonathan et Achimaas étaient restés vers la fontaine de Rhogel; une servante y courut et leur transmit le message; eux-mêmes partirent pour le porter au roi David; car il n'était pas possible qu'on les eût vus entrer dans Jérusalem.
ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।
18 Mais un jeune serviteur les vit en marche, et il l'alla rapporter à Absalon. Cependant, ils s'étaient hâtés, et ils étaient déjà dans la maison d'un homme de Bahurim, qui avait dans sa cour une citerne, où ils descendirent.
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।
19 Alors, la femme de cet homme étendit une couverture sur l'orifice de la citerne; elle y mit sécher du blé, et la chose ne fut point découverte.
ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
20 Les serviteurs d'Absalon vinrent dans la maison vers la femme, et ils lui dirent Où sont Achimaas et Jonathan? Elle répondit: Ils ont passé un peu au delà du torrent. Et les serviteurs cherchèrent; et, ne les ayant pas trouvés, ils retournèrent à Jérusalem.
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।
21 Lorsqu'ils se furent éloignés, les deux jeunes gens sortirent de leur citerne, s'en allèrent, et dirent tout à David; puis, ils ajoutèrent: Hâte- toi de traverser le fleuve, car voici le conseil qu'a donné contre toi Achitophel.
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”
22 David se leva, ainsi que tout le peuple qui l'accompagnait; ils passèrent le Jourdain jusqu'au lever de l'aurore, et il n'y eut pas un seul des siens qui restât en deçà du fleuve.
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।
23 Quand Achitophel vit que son conseil n'était pas suivi, il bâta son ânesse, retourna en sa demeure dans sa ville, donna des instructions à sa famille, se pendit, et mourut; on l'ensevelit dans le sépulcre de son père.
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
24 Cependant, David passa en Manaïm, et Absalon franchit à son tour le Jourdain avec tout Israël.
ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
25 Et Absalon mit à la tête de l'armée, à la place de Joab, Amessaï, fils d'un homme qui se nommait Jéther le Jezraélite; celui-ci l'avait eu d'Abigail, fille de Naas, sœur de Sarvia, mère de Joab.
ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
26 Or, tout Israël et Absalon campèrent en la terre de Galaad.
ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।
27 Lorsque David était arrivé en Manaïm, Uesbi, fils de Naas, de Rhabbath, ville des fils d'Aramon, Machis, fils d'Amiel de Ladabar, et Berzelli le Galaadite, de Rhogellim,
ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
28 Lui apportèrent dix tapis laineux des deux côtés, dix marmites, des vases d'argile, du froment, de l'orge, de la pâte, de la farine, des fèves, des lentilles,
ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି
29 Du miel, du beurre, des moutons et du fromage de vache; ils offrirent tout cela à David et au peuple qui l'accompagnait; car ils s'étaient dit: Ce peuple a faim, il est exténué et il souffre de la soif dans le désert.
ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”

< 2 Samuel 17 >