< Deutéronome 32 >

1 Cieux! Prêtez l’oreille, et je parlerai; Terre! Écoute les paroles de ma bouche.
ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
2 Que mes instructions se répandent comme la pluie, Que ma parole tombe comme la rosée, Comme des ondées sur la verdure, Comme des gouttes d’eau sur l’herbe!
ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
3 Car je proclamerai le nom de l’Éternel. Rendez gloire à notre Dieu!
କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
4 Il est le rocher; ses œuvres sont parfaites, Car toutes ses voies sont justes; C’est un Dieu fidèle et sans iniquité, Il est juste et droit.
ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
5 S’ils se sont corrompus, à lui n’est point la faute; La honte est à ses enfants, Race fausse et perverse.
ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
6 Est-ce l’Éternel que vous en rendrez responsable, Peuple insensé et dépourvu de sagesse? N’est-il pas ton père, ton créateur? N’est-ce pas lui qui t’a formé, et qui t’a affermi?
ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
7 Rappelle à ton souvenir les anciens jours, Passe en revue les années, génération par génération, Interroge ton père, et il te l’apprendra, Tes vieillards, et ils te le diront.
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
8 Quand le Très-Haut donna un héritage aux nations, Quand il sépara les enfants des hommes, Il fixa les limites des peuples D’après le nombre des enfants d’Israël,
ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
9 Car la portion de l’Éternel, c’est son peuple, Jacob est la part de son héritage.
କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
10 Il l’a trouvé dans une contrée déserte, Dans une solitude aux effroyables hurlements; Il l’a entouré, il en a pris soin, Il l’a gardé comme la prunelle de son œil,
ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
11 Pareil à l’aigle qui éveille sa couvée, Voltige sur ses petits, Déploie ses ailes, les prend, Les porte sur ses plumes.
ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
12 L’Éternel seul a conduit son peuple, Et il n’y avait avec lui aucun dieu étranger.
ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।
13 Il l’a fait monter sur les hauteurs du pays, Et Israël a mangé les fruits des champs; Il lui a fait sucer le miel du rocher, L’huile qui sort du rocher le plus dur,
ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
14 La crème des vaches et le lait des brebis, Avec la graisse des agneaux, Des béliers de Basan et des boucs, Avec la fleur du froment; Et tu as bu le sang du raisin, le vin.
ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
15 Israël est devenu gras, et il a regimbé; Tu es devenu gras, épais et replet! Et il a abandonné Dieu, son créateur, Il a méprisé le rocher de son salut,
ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
16 Ils ont excité sa jalousie par des dieux étrangers, Ils l’ont irrité par des abominations;
ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
17 Ils ont sacrifié à des idoles qui ne sont pas Dieu, A des dieux qu’ils ne connaissaient point, Nouveaux, venus depuis peu, Et que vos pères n’avaient pas craints.
ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
18 Tu as abandonné le rocher qui t’a fait naître, Et tu as oublié le Dieu qui t’a engendré.
ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
19 L’Éternel l’a vu, et il a été irrité, Indigné contre ses fils et ses filles.
ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
20 Il a dit: Je leur cacherai ma face, Je verrai quelle sera leur fin; Car c’est une race perverse, Ce sont des enfants infidèles.
ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
21 Ils ont excité ma jalousie par ce qui n’est point Dieu, Ils m’ont irrité par leurs vaines idoles; Et moi, j’exciterai leur jalousie par ce qui n’est point un peuple, Je les irriterai par une nation insensée.
ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
22 Car le feu de ma colère s’est allumé, Et il brûlera jusqu’au fond du séjour des morts; Il dévorera la terre et ses produits, Il embrasera les fondements des montagnes. (Sheol h7585)
କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ। (Sheol h7585)
23 J’accumulerai sur eux les maux, J’épuiserai mes traits contre eux.
ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
24 Ils seront desséchés par la faim, consumés par la fièvre Et par des maladies violentes; J’enverrai parmi eux la dent des bêtes féroces Et le venin des serpents.
ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
25 Au-dehors, on périra par l’épée, Et au-dedans, par d’effrayantes calamités: Il en sera du jeune homme comme de la jeune fille, De l’enfant à la mamelle comme du vieillard.
ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
26 Je voudrais dire: Je les emporterai d’un souffle, Je ferai disparaître leur mémoire d’entre les hommes!
ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
27 Mais je crains les insultes de l’ennemi, Je crains que leurs adversaires ne se méprennent, Et qu’ils ne disent: Notre main a été puissante, Et ce n’est pas l’Éternel qui a fait toutes ces choses.
ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
28 C’est une nation qui a perdu le bon sens, Et il n’y a point en eux d’intelligence.
ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
29 S’ils étaient sages, voici ce qu’ils comprendraient, Et ils penseraient à ce qui leur arrivera.
ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
30 Comment un seul en poursuivrait-il mille, Et deux en mettraient-ils dix mille en fuite, Si leur Rocher ne les avait vendus, Si l’Éternel ne les avait livrés?
ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
31 Car leur rocher n’est pas comme notre Rocher, Nos ennemis en sont juges.
କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
32 Mais leur vigne est du plant de Sodome Et du terroir de Gomorrhe; Leurs raisins sont des raisins empoisonnés, Leurs grappes sont amères;
କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
33 Leur vin, c’est le venin des serpents, C’est le poison cruel des aspics.
ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।
34 Cela n’est-il pas caché près de moi, Scellé dans mes trésors?
ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ?
35 A moi la vengeance et la rétribution, Quand leur pied chancellera! Car le jour de leur malheur est proche, Et ce qui les attend ne tardera pas.
ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”
36 L’Éternel jugera son peuple; Mais il aura pitié de ses serviteurs, En voyant que leur force est épuisée, Et qu’il n’y a plus ni esclave ni homme libre.
ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
37 Il dira: Où sont leurs dieux, Le rocher qui leur servait de refuge,
ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ?
38 Ces dieux qui mangeaient la graisse de leurs victimes, Qui buvaient le vin de leurs libations? Qu’ils se lèvent, qu’ils vous secourent, Qu’ils vous couvrent de leur protection!
ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
39 Sachez donc que c’est moi qui suis Dieu, Et qu’il n’y a point de dieu près de moi; Je fais vivre et je fais mourir, Je blesse et je guéris, Et personne ne délivre de ma main.
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
40 Car je lève ma main vers le ciel, Et je dis: Je vis Éternellement!
କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
41 Si j’aiguise l’éclair de mon épée Et si ma main saisit la justice, Je me vengerai de mes adversaires Et je punirai ceux qui me haïssent;
ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
42 Mon épée dévorera leur chair, Et j’enivrerai mes flèches de sang, Du sang des blessés et des captifs, De la tête des chefs de l’ennemi.
ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”
43 Nations, chantez les louanges de son peuple! Car l’Éternel venge le sang de ses serviteurs, Il se venge de ses adversaires, Et il fait l’expiation pour son pays, pour son peuple.
ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
44 Moïse vint et prononça toutes les paroles de ce cantique en présence du peuple; Josué, fils de Nun, était avec lui.
ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
45 Lorsque Moïse eut achevé de prononcer toutes ces paroles devant tout Israël,
ପୁଣି, ମୋଶା ସମସ୍ତ ଇସ୍ରାଏଲଙ୍କ ନିକଟରେ ଏହି ସମସ୍ତ କଥା ସମାପ୍ତ କରି ସେମାନଙ୍କୁ କହିଲେ;
46 il leur dit: Prenez à cœur toutes les paroles que je vous conjure aujourd’hui de recommander à vos enfants, afin qu’ils observent et mettent en pratique toutes les paroles de cette loi.
“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
47 Car ce n’est pas une chose sans importance pour vous; c’est votre vie, et c’est par là que vous prolongerez vos jours dans le pays dont vous aurez la possession, après avoir passé le Jourdain.
ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।
48 Ce même jour, l’Éternel parla à Moïse, et dit:
ଆହୁରି ସଦାପ୍ରଭୁ ସେହି ଦିନ ମୋଶାଙ୍କୁ କହିଲେ,
49 Monte sur cette montagne d’Abarim, sur le mont Nebo, au pays de Moab, vis-à-vis de Jéricho; et regarde le pays de Canaan que je donne en propriété aux enfants d’Israël.
“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।
50 Tu mourras sur la montagne où tu vas monter, et tu seras recueilli auprès de ton peuple, comme Aaron, ton frère, est mort sur la montagne de Hor et a été recueilli auprès de son peuple,
ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।
51 parce que vous avez péché contre moi au milieu des enfants d’Israël, près des eaux de Meriba, à Kadès, dans le désert de Tsin, et que vous ne m’avez point sanctifié au milieu des enfants d’Israël.
ଯେହେତୁ ସୀନ୍‍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।
52 Tu verras le pays devant toi; mais tu n’entreras point dans le pays que je donne aux enfants d’Israël.
ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”

< Deutéronome 32 >