< Amos 5 >

1 Ecoutez cette parole, qui est la complainte que je prononce à haute voix touchant vous, maison d'Israël!
ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।
2 Elle est tombée, elle ne se relèvera plus, la vierge d'Israël; elle est abandonnée sur la terre, il n'y a personne qui la relève.
“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”
3 Car ainsi a dit le Seigneur l'Eternel, à la maison d'Israël: La ville de laquelle il en sortait mille, n'en aura de reste que cent; et celle de laquelle il en sortait cent, n'en aura de reste que dix.
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”
4 Car ainsi a dit l'Eternel à la maison d'Israël: Cherchez-moi, et vous vivrez.
କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
5 Et ne cherchez point Béthel, et n'entrez point dans Guilgal, et ne passez point à Béer-Sébah; car Guilgal sera entièrement transportée en captivité, et Béthel sera détruite.
ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।
6 Cherchez l'Eternel, et vous vivrez, de peur qu'il ne saisisse la maison de Joseph, comme un feu qui la consumera, sans qu'il y ait personne qui l'éteigne à Béthel.
ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।
7 Parce qu'ils changent le jugement en absinthe, et qu'ils renversent la justice.
ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;
8 [Cherchez] celui qui a fait la Poussinière et l'Orion, qui change les plus noires ténèbres en aube du jour, et qui fait devenir le jour obscur comme la nuit; qui appelle les eaux de la mer, et les répand sur le dessus de la terre, le nom duquel est l'Eternel.
ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।
9 Qui renforce le fourrageur par-dessus l'homme fort, tellement que le fourrageur entrera dans la forteresse.
ସେ ବଳବାନ ଉପରେ ହଠାତ୍‍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
10 Ils haïssent à la porte ceux qui les reprennent, et ils ont en abomination celui qui parle en intégrité.
ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
11 C'est pourquoi à cause que vous opprimez le pauvre, et lui enlevez la charge de froment, vous avez bâti des maisons de pierre de taille; mais vous n'y habiterez point; vous avez planté des vignes bonnes à souhait; mais vous n'en boirez point le vin.
ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
12 Car j'ai connu vos crimes, ils sont en grand nombre, et vos péchés se sont multipliés: vous êtes des oppresseurs du juste, et des preneurs de rançon, et vous pervertissez à la porte le droit des pauvres.
କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
13 C'est pourquoi l'homme prudent se tiendra dans le silence en ce temps-là; car le temps est mauvais.
ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
14 Cherchez le bien, et non pas le mal, afin que vous viviez; et ainsi l'Eternel, le Dieu des armées, sera avec vous, comme vous l'avez dit.
ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
15 Haïssez le mal, et aimez le bien, et établissez le jugement à la porte; l'Eternel le Dieu des armées, aura peut-être pitié du reste de Joseph.
ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
16 C'est pourquoi l'Eternel le Dieu des armées, le Seigneur dit ainsi; Il y aura lamentation par toutes les places, et on criera par toutes les rues Hélas! Hélas! Et on appellera au deuil le laboureur, et à la lamentation ceux qui en savent le métier.
ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।
17 Et il y aura lamentation par toutes les vignes; car je passerai tout au travers de toi, a dit l'Eternel.
ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।
18 Malheur à vous qui désirez le jour de l'Eternel; De quoi vous [servira] le jour de l'Eternel? Ce sont des ténèbres, et non pas une lumière.
ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
19 C'est comme si un homme s'enfuyait de devant un lion, et qu'un ours le rencontrât, ou qu'il entrât en la maison, et appuyât sa main sur la paroi, et qu'un serpent le mordît.
କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
20 Le jour de l'Eternel ne sont-ce pas des ténèbres, et non une lumière? Et l'obscurité n'est-elle point en lui, et non la clarté?
ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?
21 Je hais et rejette vos fêtes solennelles, et je ne flairerai point [l'odeur de vos parfums] dans vos assemblées solennelles.
“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
22 Que si vous m'offrez des holocaustes et des gâteaux, je ne les accepterai point; et je ne regarderai point les oblations de prospérités que vous ferez de vos bêtes grasses.
ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
23 Ote de devant moi le bruit de tes chansons, car je n'écouterai point la mélodie de tes musettes.
ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।
24 Mais le jugement roulera comme de l'eau, et la justice comme un torrent impétueux.
ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
25 Est-ce à moi, maison d'Israël, que vous avez offert des sacrifices et des gâteaux dans le désert pendant quarante ans?
ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
26 Au contraire vous avez porté le tabernacle de votre Moloc, [et] Kijun vos images, et l'étoile de vos dieux, que vous vous êtes faits.
ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।
27 C'est pourquoi je vous transporterai au-delà de Damas, a dit l'Eternel, duquel le nom est le Dieu des armées.
ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

< Amos 5 >