< 4 Mose 2 >

1 Und der Herr sprach zu Moses und Aaron:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2 "Jeder soll sich bei seiner Fahne lagern, bei den Abzeichen seiner Familie! So sollen die Israeliten lagern! Dem Festgezelt gegenüber ringsum sollen sie lagern!
“ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
3 Nach vorne, nach Osten zu, sollen lagern die Fahne des Lagers Juda nach seinen Scharen und der Fürst der Judasöhne Nachson, Amminadabs Sohn,
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
4 und seine Schar mit ihren Ausgemusterten, 74.600!
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
5 Neben ihm lagere der Stamm Issakar und der Fürst der Issakarsöhne Netanel, Suars Sohn,
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;
6 und seine Schar mit seinen Ausgemusterten, 54.400!
ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
7 Ferner der Stamm Zabulon und der Fürst der Zabulonsöhne Eliab, Chelons Sohn,
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;
8 und seine Schar mit seinen Ausgemusterten, 57.400!
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
9 Alle in Judas Lager Ausgemusterten zählen 186.400 nach ihren Scharen. Sie haben zuerst zu ziehen.
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
10 Die Fahne des Lagers Rubens sei nach Süden zu, nach ihren Scharen, und Fürst der Rubensöhne sei Elisur, Sedeurs Sohn,
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍‍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;
11 und seine Schar mit seinen Ausgemusterten, 46.500!
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
12 Daneben lagere der Stamm Simeon und der Fürst der Simeonsöhne Selumiel, Surisaddais Sohn,
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
13 und seine Schar mit ihren Ausgemusterten, 59.300!
ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
14 Dann der Stamm Gad und der Fürst der Gadsöhne Eljasaph, Reuels Sohn,
ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;
15 und seine Schar mit ihren Ausgemusterten, 45.650!
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
16 Alle in Rubens Lager Ausgemusterten zählen 151.450 nach ihren Scharen. Sie haben an zweiter Stelle zu ziehen.
ରୁବେନ୍‍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17 Das aufgeschlagene Festgezelt und das Levitenlager seien in der Mitte der anderen Lager! Wie sie lagern, so sollen sie ziehen, jeder von seinem Platze bei ihren Fahnen!
ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18 Die Fahne des Lagers Ephraims nach seinen Scharen sei gegen Westen, und Fürst der Ephraimsöhne sei Elisama, Ammihuds Sohn,
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
19 und seine Schar mit ihren Ausgemusterten, 40.500!
ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
20 Daneben der Stamm Manasse, und Fürst der Manassesöhne sei Gamliel, Pedahsurs Sohn,
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
21 und seine Schar mit ihren Ausgemusterten, 32.2001
ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
22 Dann der Stamm Benjamin und Fürst der Benjaminsöhne Abidan, Gidonis Sohn,
ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
23 und seine Schar mit ihren Ausgemusterten, 35.400!
ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
24 Alle im Lager Ephraims Ausgemusterten, 108.100 nach ihren Scharen, sollen an dritter Stelle ziehen.
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
25 Die Fahne des Lagers Dans sei gegen Norden, nach ihren Scharen, und Fürst der Söhne Dans sei Achiezer, Ammisaddais Sohn,
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
26 und seine Schar mit ihren Ausgemusterten, 62.700!
ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।
27 Daneben lagere den Stamm Asser, und Fürst der Assersöhne sei Pagiel, Okrans Sohn,
ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
28 und seine Schar und ihre Ausgemusterten, 41.500!
ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
29 Dann der Stamm Naphtali, und Fürst der Naphtalisöhne sei Achira, Enans Sohn,
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
30 und seine Schar mit ihren Ausgemusterten, 53.400!
ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।
31 Alle im Lager Dans Ausgemusterten, 157.600, sollen zuletzt nach ihren Fahnen ziehen."
ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
32 Dies sind die Ausgemusterten der Israeliten nach ihren Familien; sämtliche Ausgemusterten der Lager nach ihren Scharen, 603.550.
ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
33 Die Leviten aber waren unter den Israeliten nicht mitgemustert worden, wie der Herr dem Moses befohlen.
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
34 Die Israeliten taten alles, wie der Herr dem Moses befohlen. So lagerten sie nach ihren Fahnen. Und also zogen sie aus, jeder nach seiner Sippe und bei seiner Familie.
ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।

< 4 Mose 2 >