< 1 Koenige 18 >

1 Lange Zeit darnach aber erging das Wort Jahwes an Elia im dritten Jahr also: Geh, zeige dich Ahab, damit ich Regen auf den Erdboden sende.
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
2 Da ging Elia, um sich Ahab zu zeigen. Als aber die Hungersnot in Samaria überhand nahm,
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
3 ließ Ahab Obadja, den Haushofmeister, rufen. Obadja aber war ein treuer Verehrer Jahwes.
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
4 Daher nahm Obadja, als Isebel die Propheten Jahwes ausrottete, hundert Propheten und versteckte sie, je fünfzig Mann in einer Höhle, und versorgte sie mit Brot und Wasser.
ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
5 Ahab also sprach zu Obadja: Auf! laß uns rings im Land alle Wasserquellen und alle Bachthäler aufsuchen; vielleicht finden wir Gras, daß wir Roß und Maultier am Leben erhalten und nicht einen Teil der Tiere niedermachen müssen!
ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
6 Da teilten sie sich in das Land, um es zu durchziehen; Ahab zog für sich in der einen Richtung, und Obadja zog für sich in einer anderen Richtung.
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
7 Während nun Obadja unterwegs war, begegnete ihm plötzlich Elia. Und als er ihn erkannte, fiel er auf sein Antlitz und rief: Bist du es wirklich, mein Herr Elia?
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
8 Er antwortete ihm: Ich bin es! Gehe hin, sage deinem Herrn: Elia ist da!
ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
9 Er aber sprach: Was habe ich verschuldet, daß du deinen Sklaven dem Ahab preisgeben willst, damit er mich umbringe?
ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
10 So wahr Jahwe, dein Gott, lebt: es giebt kein Volk noch Königreich, dahin mein Herr nicht gesandt hätte, dich zu suchen. Hieß es dann: Er ist nicht da! so nahm er einen Eid von dem Königreich und Volk, daß man dich nicht angetroffen habe.
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
11 Und da sprichst du jetzt: Gehe hin, sage deinem Herrn: Elia ist da!
ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
12 Ginge ich aber wirklich von dir weg, so würde dich der Geist Jahwes, wer weiß, wohin? entführen. Käme ich dann, es Ahab zu melden, und er fände dich nicht, so würde er mich umbringen; und doch hat dein Sklave von Jugend auf Jahwe gefürchtet.
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
13 Ist meinem Herrn nicht mitgeteilt worden, was ich gethan habe, als Isebel die Propheten Jahwes umbrachte? daß ich von den Propheten Jahwes hundert Mann, je fünfzig Mann in einer Höhle, versteckte und mit Brot und Wasser versorgte?
ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
14 Und da sprichst du jetzt: Gehe hin, sage deinem Herrn: Elia ist da - daß er mich umbringe!
ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
15 Elia aber sprach: So wahr Jahwe der Heerscharen lebt, in dessen Dienst ich stehe: noch heute werde ich mich ihm zeigen!
ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
16 Da ging Obadja hin, bis er mit Ahab zusammentraf, und teilte es ihm mit; sodann ging Ahab dem Elia entgegen.
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
17 Als nun Ahab den Elia erblickte, rief ihn Ahab an: Bist du da, Unglücksbringer für Israel?
ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
18 Er aber antwortete: Ich habe Israel nicht ins Unglück gestürzt, sondern du und deine Familie, indem ihr die Gebote Jahwes außer Acht ließt, und du den Baalen nachwandeltest.
ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।
19 Nun aber sende hin und versammle zu mir das ganze Israel nach dem Berge Karmel samt den vierhundertundfünfzig Propheten des Baal und den vierhundert Propheten der Aschera, die vom Tische der Isebel essen.
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
20 Da sandte Ahab unter allen Israeliten umher und versammelte die Propheten nach dem Berge Karmel.
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
21 Da trat Elia zu allem Volke heran und sprach: Wie lange wollt ihr hinken auf beiden Seiten? Ist Jahwe der wahre Gott, so wandelt ihm nach; ist's aber Baal, so wandelt ihm nach! Und das Volk antwortete ihm nichts.
ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
22 Da sprach Elia zum Volke: Ich bin allein übrig als Prophet Jahwes, der Propheten Baals dagegen sind vierhundertundfünfzig Mann.
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
23 So gebe man uns nun zwei Farren. Sie mögen sich dann einen Farren auswählen, ihn zerstücken und auf die Holzscheite legen, jedoch ohne Feuer daran zu legen; ich aber will den andern Farren herrichten und auf die Holzscheite legen, jedoch ohne Feuer daran zu legen.
ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
24 Dann mögt ihr den Namen eures Gottes anrufen, ich aber will den Namen Jahwes anrufen; welcher Gott nun mit Feuer antworten wird, der gelte als der wahre Gott! Da antwortete das ganze Volk und rief: So ist's recht!
ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
25 Darauf sprach Elia zu den Propheten Baals: Wählt euch einen von den Farren aus und richtet zuerst zu, denn ihr seid die Mehrzahl, und ruft den Namen eures Gottes an; Feuer dürft ihr jedoch nicht daran legen:
ଏଥିଉତ୍ତାରେ ଏଲୀୟ ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
26 Da nahmen sie den Farren, dessen Wahl er ihnen überlassen hatte, richteten ihn her und riefen den Namen Baals an vom Morgen bis zum Mittag, indem sie sprachen: Baal, erhöre uns! Aber da war kein Laut und keine Antwort zu verspüren. Und sie hinkten um den Altar, den sie errichtet hatten.
ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
27 Als es aber Mittag war, verspottete sie Elia und sprach: Ruft nur laut, denn er ist ja ein Gott! Er hat wohl den Kopf voll oder ist bei Seite gegangen oder hat eine Reise vor oder er schläft vielleicht und wird wieder aufwachen!
ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
28 Sie aber riefen laut und machten sich nach ihrer Weise Einschnitte mit Schwertern und Spießen, bis das Blut an ihnen herabfloß.
ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
29 Als aber Mittag vorüber war, gerieten sie ins Rasen bis um die Zeit, da man das Speisopfer darzubringen pflegt; aber da war kein Laut und keine Antwort, noch Beachtung zu verspüren.
ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
30 Da sprach Elia zu allem Volke: Tretet heran zu mir! Da trat alles Volk zu ihm heran, und er stellte den niedergerissenen Altar Jahwes wieder her.
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
31 Und Elia nahm zwölf Steine entsprechend der Zahl der Stämme der Söhne Jakobs - an den das Wort Jahwes also ergangen war: Israel soll dein Name sein! -
ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
32 und errichtete von den Steinen einen Altar im Namen Jahwes und zog rings um den Altar her einen Graben, der einen Raum von ungefähr zwei Sea Aussaat einnahm.
ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
33 Sodann legte er die Holzscheite zurecht, zerstückte den Farren und legte ihn auf die Scheite.
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
34 Hierauf gebot er: Füllet vier Eimer mit Wasser und gießt es auf das Brandopfer und auf die Scheite! Und sie thaten also. Hierauf befahl er: Thut es noch einmal! und sie thaten es noch einmal. Da gebot er: Thut es zum dritten Male! und sie thaten es zum dritten Male.
ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
35 Und das Wasser floß rings um den Altar, und auch den Graben füllte er mit Wasser.
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
36 Um die Zeit aber, wo man das Speisopfer darzubringen pflegt, trat der Prophet Elia herzu und sprach: Jahwe, du Gott Abrahams, Isaaks und Israels, laß heute kund werden, daß du Gott in Israel bist, ich aber dein Knecht, und daß ich auf dein Geheiß dieses alles gethan habe.
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
37 Erhöre mich, Jahwe, erhöre mich, damit dieses Volk erkenne, daß du, Jahwe, der wahre Gott bist, und daß du ihre Herzen wieder herumgelenkt hast!
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
38 Da fiel Feuer von Jahwe herab und verzehrte das Brandopfer, die Scheite, die Steine und das Erdreich; auch das Wasser, das im Graben war, leckte es auf.
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
39 Als alles Volk dieses wahrnahm, fielen sie auf ihr Angesicht und riefen: Jahwe ist der wahre Gott! Jahwe ist der wahre Gott!
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
40 Elia aber gebot ihnen: Greift die Propheten Baals! Laßt keinen von ihnen entrinnen! Da griff man sie, und Elia führte sie hinab an den Bach Kison und schlachtete sie daselbst.
ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
41 Hierauf sprach Elia zu Ahab: Gehe hinauf, iß und trink; denn ich höre schon das Rauschen des Regens!
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
42 Da ging Ahab hinauf, um zu essen und zu trinken. Elia aber stieg auf die Spitze des Karmels, bückte sich zur Erde nieder und that sein Gesicht zwischen seine Kniee.
ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
43 Sodann sprach er zu seinem Diener: Gehe doch hinauf und blicke aus in der Richtung nach dem Meere zu! Der ging hinauf, blickte aus und sprach: es ist nichts da! Er sprach: geh nochmals hin! Und der Diener ging wieder und wieder hin siebenmal.
ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
44 Beim siebenten Male aber sprach er: eben steigt eine kleine Wolke, so groß wie eine Manneshand, aus dem Meere auf! Da sprach er: gehe hinauf und sage Ahab: Spanne an und fahre hinab, daß dich der Regen nicht zurückhalte!
ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
45 Und im Handumdrehen war der Himmel schwarz von Wolken und Wind, und es kam ein gewaltiger Regen; Ahab aber stieg auf und fuhr nach Jesreel.
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
46 Über Elia aber war die Hand Jahwes gekommen, daß er seine Lenden schnürte und vor Ahab her lief bis nach Jesreel.
ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।

< 1 Koenige 18 >