< 1 Samuel 13 >

1 Saul war....Jahre alt, als er König wurde, und herrschte....Jahre über Israel.
ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।
2 Saul wählte sich 3000 Mann aus Israel aus; davon waren 2000 bei Saul in Michmas und auf dem Gebirge von Bethel, 1000 aber bei Jonathan zu Gibea in Benjamin. Den Rest des Kriegsvolks entließ er, jedermann in seine Heimat.
ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
3 Da zerschlug Jonathan die Säule der Philister, die in Geba stand. Da vernahmen die Philister die Kunde: die Hebräer sind abgefallen. Saul aber hatte inzwischen im ganzen Land umher die Posaune blasen lassen,
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”
4 und ganz Israel hatte die Kunde vernommen: Saul hat die Säule der Philister zerschlagen, und nun ist Israel in Verruf geraten bei den Philistern. Und das Kriegsvolk wurde aufgeboten, Saul nach dem Gilgal zu folgen,
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।
5 während sich die Philister schon zum Kriege mit Israel gesammelt hatten, 3000 Wagen und 6000 Reiter und Fußvolk so zahlreich wie der Sand am Ufer des Meers, und nun heranrückten und sich bei Michmas lagerten, gegenüber von Beth Aven.
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
6 Als nun die israelitische Mannschaft sah, daß sie in die Enge geriet, weil sie bedrängt wurde, da verkroch sich das Volk in Höhlen, Erdlöchern, Felsspalten, Kellern und Gruben
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
7 und ging über die Jordanfurten ins Land Gad und Gilead. Saul jedoch war noch im Gilgal; alles Kriegsvolk aber hatte ihn aus Angst verlassen.
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।
8 Er wartete sieben Tage, bis zu dem Zeitpunkte, den Samuel bestimmt hatte; aber Samuel kam nicht nach dem Gilgal. Da sich aber die Leute von ihm verliefen,
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
9 gebot Saul: Bringt mir das Brandopfer und die Heilsopfer her! und vollzog das Opfer.
ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।
10 Als er aber mit dem Darbringen des Opfers zu Ende war, da plötzlich erschien Samuel. Saul ging ihm entgegen, um ihn zu begrüßen.
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।
11 Samuel aber fragte: Was hast du gethan? Saul erwiderte: Ich sah, daß sich die Leute von mir verliefen; du aber trafst zur bestimmten Zeit nicht ein, obschon sich die Philister in Michmas versammelt hatten.
ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;
12 Da dachte ich: Nun werden die Philister gegen mich ins Gilgal herabziehen, ehe ich noch Jahwe begütigt habe, und faßte mir ein Herz und vollzog das Opfer.
ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”
13 Da sprach Samuel zu Saul: Du warst ein Thor; du hast den Befehl, den dir Jahwe, dein Gott, gab, nicht befolgt; denn nun hätte Jahwe dein Königtum über Israel für immer bestätigt.
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।
14 So aber wird dein Königtum keinen Bestand haben. Jahwe hat sich einen Mann nach seinem Herzen gesucht und hat ihn zum Fürsten über sein Volk bestellt. Denn du hast nicht befolgt, was dir Jahwe befohlen hatte!
ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”
15 Da machte sich Samuel auf, verließ das Gilgal und ging seines Wegs. Der Rest des Kriegsvolks aber zog hinter Saul her den Kriegern entgegen. Als sie aber vom Gilgal nach Gibea in Benjamin gekommen waren, da musterte Saul das Kriegsvolk, das ihm zu Gebote stand - etwa 600 Mann.
ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
16 Saul und sein Sohn Jonathan verweilten mit den Leuten, die ihnen zu Gebote standen, zu Geba in Benjamin, während sich die Philister in Michmas gelagert hatten.
ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।
17 Da zog aus dem Lager der Philister eine plündernde Schar in drei Abteilungen aus:
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
18 Die eine Abteilung schlug die Richtung gegen Ophra hin nach dem Lande Sual ein, die andere Abteilung schlug die Richtung nach Beth Horon ein, die dritte schlug die Richtung nach dem Hügel ein, der über dem Hyänenthal auf die Steppe hinabschaut.
ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
19 Ein Schmied aber fand sich im ganzen Lande Israel nicht (die Philister dachten nämlich: Die Hebräer möchten sich Schwerter oder Lanzen anfertigen!),
ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”
20 vielmehr mußte aus ganz Israel jedermann zu den Philistern hinab, wenn er seine Pflugschar, seinen Karst, seine Axt und seinen Ochsenstachel schärfen lassen wollte,
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
21 - mit den Pflugscharen und den Karsten und den dreizinkigen Gabeln und den Äxten, und um den Ochsenstachel gerade zu machen.
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
22 So fand sich denn am Tage der Schlacht bei dem ganzen Kriegsvolke, das Saul und Jonathan bei sich hatten, weder Schwert noch Spieß vor; Saul aber und seinem Sohne Jonathan standen sie zu Gebote.
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
23 Aber ein Posten der Philister rückte vor gegen den Paß von Michmas.
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।

< 1 Samuel 13 >