< 2 Samuel 14 >

1 Als nun Joab, der Sohn der Zeruja, bemerkte, daß des Königs Herz an Absalom hing,
ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।
2 schickte Joab nach Thekoa, ließ von dort eine kluge Frau holen und sprach zu ihr: Stelle dich doch trauernd und ziehe Trauerkleider an, salbe dich nicht mit Öl und geberde dich wie eine, die nun schon lange Zeit um einen Verstorbenen trauert.
ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
3 Dann begieb dich hinein zum König und rede ihn folgendermaßen an: - Joab gab ihr sodann die Worte in den Mund.
ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।
4 Das Weib aus Thekoa begab sich hinein zum Könige, warf sich huldigend mit dem Angesichte zur Erde nieder und rief: Hilf doch, o König, hilf doch!
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
5 Der König fragte sie: Was ist dir? Sie erwiderte: Ach ja! ich bin eine Witfrau und mein Mann ist gestorben.
ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
6 Es besaß aber deine Magd zwei Söhne; die bekamen miteinander Streit auf dem Felde, ohne daß jemand da war, der zwischen ihnen schlichtete: so schlug denn der eine auf seinen Bruder los und tötete ihn.
ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
7 Auf einmal erhob sich das ganze Geschlecht gegen deine Magd und rief: Gieb den Brudermörder heraus, daß wir ihn umbringen für das Leben seines Bruders, den er erschlagen hat, und den Erben auch ausrotten! So wollen sie die Kohle, die mir noch übrig geblieben ist, auslöschen, um meinem Manne keinen Namen noch Nachkommen auf dem Erdboden zu lassen.
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”
8 Der König erwiderte dem Weibe: Geh nach Hause, ich werde deinethalben verfügen.
ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”
9 Da entgegnete das Weib aus Thekoa dem Könige: Auf mir, mein königlicher Herr, liege die Schuld und auf meiner Familie; der König aber und sein Thron sei rein!
ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”
10 Der König erwiderte: Den, der das Ansinnen an dich gestellt hat, führe mir vor - er soll dich ferner nicht mehr antasten!
ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”
11 Sie warf ein: Möchte der König doch an Jahwe, seinen Gott, denken, daß der Bluträcher nicht noch mehr verderben anrichte, und man meinen Sohn nicht hinwegtilge! Er sprach: So wahr Jahwe lebt: nicht ein Haar deines Sohnes soll zu Boden fallen!
ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”
12 Nun sagte das Weib: Dürfte doch deine Magd an meinen königlichen Herrn ein Wort richten! Er antwortete: Sprich!
ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”
13 Das Weib sagte: Warum hast du solches gegen das Volk Gottes im Sinn - und indem der König diese Entscheidung fällte, sprach er sich selbst das Urteil -, daß der König seinen verstoßenen nicht zurückruft?
ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।
14 Denn sterben müssen wir und sind wie Wasser, das auf die Erde gegossen wird, und das man nicht wieder zurücknehmen kann, und Gott rafft das Leben dessen nicht hin, der darauf sinnt, einen Verbannten nicht länger von sich verbannt sein zu lassen!
ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।
15 Nun denn, daß ich hergekommen bin, um an meinen königlichen Herrn dies Wort zu richten, geschah deshalb, weil die Leute mir Angst machten; da dachte deine Magd: Ich will es doch dem Könige vortragen - vielleicht wird der König den Wunsch seiner Sklavin erfüllen!
ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।
16 Denn der König wird darauf eingehen, daß er seine Sklavin aus den Händen des Mannes befreie, der darnach trachtet, mich und meinen Sohn zugleich aus dem Eigentume Gottes hinwegzutilgen.
ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
17 Daher dachte deine Magd: Das Wort meines königlichen Herrn soll mir eine Beruhigung sein; denn mein königlicher Herr gleicht darin dem Engel Gottes, daß er Gutes und Schlimmes anhört - und Jahwe, dein Gott, sei mit dir!
ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
18 Nun hob der König an und sprach zu dem Weibe: Verhehle mir nichts in Bezug auf das, was ich dich fragen will! Das Weib erwiderte: Mein königlicher Herr wolle nur sprechen!
ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”
19 David fragte: Ist in diesem ganzen Handel die Hand Joabs bei dir mit im Spiel? Das Weib antwortete: So wahr du lebst, mein königlicher Herr! Es ist nicht möglich, rechts oder links vorüberzukommen an irgend etwas, was mein königlicher Herr gesprochen hat: ja dein Diener Joab, der hat mir den Auftrag gegeben und der hat alle jene Worte deiner Magd in den Mund gelegt.
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।
20 Um der Sache ein anderes Gesicht zu geben, hat dein Diener Joab in dieser Weise gehandelt: aber mein Herr kommt an Weisheit dem Engel Gottes gleich, daß er alles weiß, was auf Erden vorgeht.
କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”
21 Hierauf sprach der König zu Joab: Wohlan, ich will dieses Anliegen erfüllen: so gehe denn hin und hole den jungen Mann, Absalom, zurück.
ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।”
22 Da warf sich Joab mit dem Angesichte zur Erde nieder, huldigte und beglückwünschte den König. Und Joab rief aus: Heute erfährt dein Sklave, daß mein königlicher Herr mir gnädig gesinnt ist, weil der König das Anliegen seines Sklaven erfüllt hat!
ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।”
23 Hierauf machte sich Joab auf den Weg nach Gesur und führte Absalom nach Jerusalem zurück.
ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମଙ୍କୁ ଯିରୂଶାଲମକୁ ଆଣିଲା।
24 Der König aber erklärte: Er mag sich nach Hause wenden; mir aber soll er nicht unter die Augen treten! Da wandte sich Absalom nach Hause und trat dem Könige nicht unter die Augen.
ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।
25 So schön, wie Absalom, war kein Mann in ganz Israel, daß man ihn gleich hoch hätte preisen können: von der Fußsohle bis zum Scheitel war kein Makel an ihm.
ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।
26 Und wenn er sein Haupthaar scheren ließ -, so wog sein Haupthaar zweihundert Sekel nach königlichem Gewicht.
ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।
27 Es wurden aber Absalom drei Söhne und eine Tochter, Namens Thamar, geboren; diese war ein Weib von schönem Äußeren.
ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।
28 So wohnte Absalom in Jerusalem zwei Jahre lang, ohne dem König unter die Augen zu kommen.
ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।
29 Dann aber schickte Absalom zu Joab, um ihn zum Könige zu senden; aber Joab weigerte sich, zu ihm zu kommen. Da schickte er noch ein zweites Mal hin, aber er weigerte sich, zu kommen.
ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।
30 Da sagte er zu seinen Knechten: Seht, Joab hat da ein Feld neben mir und hat Gerste darauf: geht hin und steckt es in Brand! Absalom Knechte steckten das Feld in Brand.
ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।
31 Nun machte sich Joab auf, ging hin zu Absalom ins Haus und fragte ihn: Weshalb haben deine Knechte das Feld, das mir gehört, in Brand gesteckt?
ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”
32 Absalom erwiderte Joab: Ich habe ja nach dir geschickt und dir sagen lassen: Komme her, ich möchte dich zum Könige senden mit der Botschaft: Wozu bin ich von Gesur heimgekommen? Es wäre mir lieber, ich wäre noch dort - nun aber werde ich dem König unter die Augen treten: liegt eine Schuld auf mir, so mag er mich töten!
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”
33 Nun ging Joab zum König hin und meldete es ihm, und er ließ Absalom rufen. Er trat vor den König und warf sich vor dem Könige mit dem Angesichte zur Erde nieder, und der König küßte Absalom.
ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।

< 2 Samuel 14 >