< Jeremia 1 >

1 Reden Jeremias, des Sohnes Hilkias, der zu den Priestern gehörte, die in Anathoth im Gebiete Benjamins wohnten:
ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
2 an welchen das Wort Jahwes erging in den Tagen Josias, des Sohnes Amons, des Königs von Juda, im dreizehnten Jahre seiner Regierung,
ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
3 und danach weiter erging in den Tagen Jojakims, des Sohnes Josias, des Königs von Juda, bis zum Ende des elften Jahres Zedekias, des Sohnes Josias, des Königs von Juda, bis zur Wegführung Jerusalems im fünften Monat.
ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
4 Es erging aber das Wort Jahwes an mich also:
ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
5 Ehe ich dich im Mutterleibe bildete, habe ich dich ausersehen, und ehe du aus dem Mutterschoße hervorgingst, habe ich dich geweiht; zu einem Propheten der Völker habe ich dich bestimmt!
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”
6 Da sprach ich: Ach Herr, Jahwe! Ich verstehe ja nicht zu reden, denn ich bin noch zu jung.
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
7 Jahwe aber sprach zu mir: Sage nicht: Ich bin noch zu jung! Sondern zu allen, zu denen ich dich senden werde, sollst du gehen, und alles, was ich dir auftragen werde, sollst du reden.
ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8 Fürchte dich nicht vor ihnen, denn ich bin mit dir, dich zu erretten! - ist der Spruch Jahwes.
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
9 Sodann streckte Jahwe seine Hand aus und berührte damit meinen Mund.
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
10 Und Jahwe sprach zu mir: Hiermit lege ich meine Worte in deinen Mund; siehe, ich bestelle dich heute für die Völker und für die Königreiche, auszurotten und zu zerstören, zu verderben und niederzureißen, zu bauen und zu pflanzen!
ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
11 Da erging das Wort Jahwes an mich also: Was siehst du, Jeremia? Ich erwiderte: Einen Mandelzweig sehe ich.
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
12 Jahwe aber sprach zu mir: Du hast recht gesehen! Ja, ich wache über meinem Wort, es wahr zu machen.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
13 Da erging das Wort Jahwes an mich zum zweiten Mal also: Was siehst du? Ich erwiderte: Einen siedenden Topf sehe ich, und zwar kehrt er uns seine Vorderseite von Norden her zu.
ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
14 Da sprach Jahwe zu mir: Vom Norden her wird das Unheil zum Sieden gebracht über alle Bewohner des Landes,
ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
15 denn ich will alle Völkerschaften der nordischen Königreiche berufen - ist der Spruch Jahwes -, daß sie kommen und ein jeder seinen Thron an den Eingang der Thore Jerusalems setze und wider alle seine Mauern ringsum und wider alle Städte Judas.
କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
16 Und so will ich sie zur Rechenschaft ziehen wegen aller ihrer Bosheit, daß sie mich verlassen und andern Göttern geopfert und vor den Machwerken ihrer Hände sich niedergeworfen haben.
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
17 Du aber, gürte deine Lenden, mache dich auf und sage zu ihnen alles, was ich dir auftragen werde! Erschrick nicht vor ihnen, auf daß ich dich nicht vor ihnen in Schrecken setze!
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।
18 Mache doch ich dich heute zu einer festen Burg und einer eisernen Säule und einer ehernen Ringmauer gegenüber dem ganzen Lande, den Königen Judas, seinen obersten Beamten, seinen Priestern und der Bevölkerung des Landes -
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19 und wenn sie wider dich kämpfen, so werden sie doch nichts über dich vermögen, denn ich bin mit dir - ist der Spruch Jahwes -, dich zu erretten.
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”

< Jeremia 1 >