< 2 Samuel 1 >

1 Nach Sauls Tode nun, als David von dem Siege über die Amalekiter (nach Ziklag) zurückgekehrt war und zwei Tage in Ziklag zugebracht hatte,
ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।
2 da kam plötzlich am dritten Tage ein Mann aus dem Lager von Saul her mit zerrissenen Kleidern und mit Erde auf dem Haupt; und als er bei David angekommen war, warf er sich vor ihm zur Erde nieder und brachte ihm seine Huldigung dar.
ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
3 Auf Davids Frage, woher er komme, gab er die Antwort: »Aus dem Lager der Israeliten bin ich entronnen.«
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
4 Als David ihn dann aufforderte: »Erzähle mir doch, wie die Sache sich zugetragen hat!«, berichtete er: »Das Heer ist aus der Schlacht geflohen, und viele von den Leuten sind gefallen und ums Leben gekommen; auch Saul und sein Sohn Jonathan sind tot.«
ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
5 Als nun David den jungen Mann, der ihm die Meldung brachte, weiter fragte: »Woher weißt du, daß Saul und sein Sohn Jonathan tot sind?«,
ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
6 berichtete ihm der junge Mann, der ihm die Meldung brachte: »Ich kam ganz zufällig auf das Gebirge Gilboa; da sah ich plötzlich Saul, der sich auf seinen Speer stützte, während die Wagen und Reiter ihn eingeholt hatten.
ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
7 Als er sich nun umwandte und mich erblickte, rief er mich an, und ich antwortete: ›Hier bin ich!‹
ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
8 Er fragte mich dann, wer ich sei, und ich erwiderte ihm: ›Ich bin ein Amalekiter!‹
ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
9 Da befahl er mir: ›Tritt her zu mir und töte mich vollends! Denn ein Schwindel hat mich ergriffen, und doch bin ich noch bei vollem Bewußtsein.‹
ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
10 Da trat ich zu ihm und tötete ihn vollends; denn ich wußte, daß er seinen Fall nicht überleben würde. Dann nahm ich den Stirnreif von seinem Haupt und die Spange, die sich an seinem Arm befand, und überbringe sie hier meinem Herrn.«
ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
11 Da faßte David seine Kleider und zerriß sie; ebenso taten alle Männer, die bei ihm waren;
ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
12 sie hielten die Totenklage und weinten und fasteten bis zum Abend um Saul und seinen Sohn Jonathan, um das Volk des HERRN und um das Haus Israel, weil sie durch das Schwert gefallen waren.
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
13 Hierauf fragte David den jungen Mann, der ihm die Meldung gebracht hatte: »Woher bist du?« Er antwortete: »Ich bin der Sohn eines amalekitischen Fremdlings.«
ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
14 Da rief David aus: »Wie? Du hast dich nicht gescheut, deine Hand zu erheben, um dem Gesalbten des HERRN das Leben zu nehmen?!«
ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
15 Hierauf rief David einen von seinen Leuten herbei und befahl ihm: »Tritt herzu! Stoß ihn nieder!« Der hieb ihn nieder, daß er starb,
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
16 während David ihm noch zurief: »Dein Blut komme über dein Haupt! Denn dein eigener Mund hat Zeugnis gegen dich abgelegt durch dein Bekenntnis: ›Ich habe den Gesalbten des HERRN getötet.‹«
ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
17 David stimmte dann folgendes Klagelied auf Saul und dessen Sohn Jonathan an
ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
18 und befahl, man solle es [das Bogenlied] die Söhne Judas lehren; es steht bekanntlich aufgezeichnet im ›Buch des Braven‹:
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।
19 Ach, (deine) Zier, o Israel, liegt erschlagen auf deinen Höhen wie sind die Helden gefallen!
“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
20 Verkündet es nicht zu Gath, meldet es nicht auf Askalons Straßen, damit die Töchter der Philister sich nicht freun, die Töchter der Heiden nicht jubeln!
ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
21 Ihr Berge Gilboas, kein Tau, kein Regen müsse noch auf euch fallen, kein Gefilde auf euch sein, von dem Erstlingsgaben kommen! Denn dort liegt der Schild der Helden weggeworfen, der Schild Sauls, den kein Öl mehr salben wird.
ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
22 Ohne Blut der Durchbohrten, ohne Fett der Helden ist Jonathans Bogen nie zurückgekommen und Sauls Schwert nie ohne Beute heimgekehrt.
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
23 Saul und Jonathan, die Geliebten und Holden, im Leben und auch im Tod sind vereint sie geblieben; sie waren schneller als Adler, stärker als Löwen!
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
24 Ihr Töchter Israels, weinet um Saul, der in Purpur euch köstlich gekleidet, der Goldschmuck auf eure Gewänder geheftet!
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
25 Wie sind die Helden gefallen mitten im Kampf! Jonathan liegt durchbohrt auf deinen Höhen!
ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
26 Wie ist mir leid um dich, mein Bruder Jonathan, wie warst du mir so lieb! Beseligend war mir deine Liebe, mehr als Frauenliebe!
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
27 Ach, wie sind die Helden gefallen, vernichtet die Rüstzeuge des Kampfes!
ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”

< 2 Samuel 1 >