< Προς Κορινθιους Β΄ 5 >

1 οιδαμεν γαρ οτι εαν η επιγειος ημων οικια του σκηνους καταλυθη οικοδομην εκ θεου εχομεν οικιαν αχειροποιητον αιωνιον εν τοις ουρανοις (aiōnios g166)
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। (aiōnios g166)
2 και γαρ εν τουτω στεναζομεν το οικητηριον ημων το εξ ουρανου επενδυσασθαι επιποθουντες
ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
3 ειγε και ενδυσαμενοι ου γυμνοι ευρεθησομεθα
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।
4 και γαρ οι οντες εν τω σκηνει στεναζομεν βαρουμενοι εφ ω ου θελομεν εκδυσασθαι αλλ επενδυσασθαι ινα καταποθη το θνητον υπο της ζωης
କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
5 ο δε κατεργασαμενος ημας εις αυτο τουτο θεος ο και δους ημιν τον αρραβωνα του πνευματος
ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି।
6 θαρρουντες ουν παντοτε και ειδοτες οτι ενδημουντες εν τω σωματι εκδημουμεν απο του κυριου
ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।
7 δια πιστεως γαρ περιπατουμεν ου δια ειδους
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
8 θαρρουμεν δε και ευδοκουμεν μαλλον εκδημησαι εκ του σωματος και ενδημησαι προς τον κυριον
ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।
9 διο και φιλοτιμουμεθα ειτε ενδημουντες ειτε εκδημουντες ευαρεστοι αυτω ειναι
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।
10 τους γαρ παντας ημας φανερωθηναι δει εμπροσθεν του βηματος του χριστου ινα κομισηται εκαστος τα δια του σωματος προς α επραξεν ειτε αγαθον ειτε κακον
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
11 ειδοτες ουν τον φοβον του κυριου ανθρωπους πειθομεν θεω δε πεφανερωμεθα ελπιζω δε και εν ταις συνειδησεσιν υμων πεφανερωσθαι
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
12 ου γαρ παλιν εαυτους συνιστανομεν υμιν αλλα αφορμην διδοντες υμιν καυχηματος υπερ ημων ινα εχητε προς τους εν προσωπω καυχωμενους και ου καρδια
ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।
13 ειτε γαρ εξεστημεν θεω ειτε σωφρονουμεν υμιν
ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
14 η γαρ αγαπη του χριστου συνεχει ημας κριναντας τουτο οτι [ει] εις υπερ παντων απεθανεν αρα οι παντες απεθανον
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15 και υπερ παντων απεθανεν ινα οι ζωντες μηκετι εαυτοις ζωσιν αλλα τω υπερ αυτων αποθανοντι και εγερθεντι
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
16 ωστε ημεις απο του νυν ουδενα οιδαμεν κατα σαρκα ει δε και εγνωκαμεν κατα σαρκα χριστον αλλα νυν ουκετι γινωσκομεν
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
17 ωστε ει τις εν χριστω καινη κτισις τα αρχαια παρηλθεν ιδου γεγονεν καινα τα παντα
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
18 τα δε παντα εκ του θεου του καταλλαξαντος ημας εαυτω δια ιησου χριστου και δοντος ημιν την διακονιαν της καταλλαγης
କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
19 ως οτι θεος ην εν χριστω κοσμον καταλλασσων εαυτω μη λογιζομενος αυτοις τα παραπτωματα αυτων και θεμενος εν ημιν τον λογον της καταλλαγης
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
20 υπερ χριστου ουν πρεσβευομεν ως του θεου παρακαλουντος δι ημων δεομεθα υπερ χριστου καταλλαγητε τω θεω
ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
21 τον γαρ μη γνοντα αμαρτιαν υπερ ημων αμαρτιαν εποιησεν ινα ημεις γενωμεθα δικαιοσυνη θεου εν αυτω
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।

< Προς Κορινθιους Β΄ 5 >