< Προς Ρωμαιους 12 >

1 παρακαλω ουν υμας αδελφοι δια των οικτιρμων του θεου παραστησαι τα σωματα υμων θυσιαν ζωσαν αγιαν ευαρεστον τω θεω την λογικην λατρειαν υμων
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
2 και μη συσχηματιζεσθαι τω αιωνι τουτω αλλα μεταμορφουσθαι τη ανακαινωσει του νοος υμων εις το δοκιμαζειν υμας τι το θελημα του θεου το αγαθον και ευαρεστον και τελειον (aiōn g165)
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ। (aiōn g165)
3 λεγω γαρ δια της χαριτος της δοθεισης μοι παντι τω οντι εν υμιν μη υπερφρονειν παρ ο δει φρονειν αλλα φρονειν εις το σωφρονειν εκαστω ως ο θεος εμερισεν μετρον πιστεως
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
4 καθαπερ γαρ εν ενι σωματι μελη πολλα εχομεν τα δε μελη παντα ου την αυτην εχει πραξιν
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
5 ουτως οι πολλοι εν σωμα εσμεν εν χριστω ο δε καθ εις αλληλων μελη
ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
6 εχοντες δε χαρισματα κατα την χαριν την δοθεισαν ημιν διαφορα ειτε προφητειαν κατα την αναλογιαν της πιστεως
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
7 ειτε διακονιαν εν τη διακονια ειτε ο διδασκων εν τη διδασκαλια
କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8 ειτε ο παρακαλων εν τη παρακλησει ο μεταδιδους εν απλοτητι ο προισταμενος εν σπουδη ο ελεων εν ιλαροτητι
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
9 η αγαπη ανυποκριτος αποστυγουντες το πονηρον κολλωμενοι τω αγαθω
ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10 τη φιλαδελφια εις αλληλους φιλοστοργοι τη τιμη αλληλους προηγουμενοι
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11 τη σπουδη μη οκνηροι τω πνευματι ζεοντες τω κυριω δουλευοντες
ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12 τη ελπιδι χαιροντες τη θλιψει υπομενοντες τη προσευχη προσκαρτερουντες
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
13 ταις χρειαις των αγιων κοινωνουντες την φιλοξενιαν διωκοντες
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
14 ευλογειτε τους διωκοντας υμας ευλογειτε και μη καταρασθε
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
15 χαιρειν μετα χαιροντων και κλαιειν μετα κλαιοντων
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
16 το αυτο εις αλληλους φρονουντες μη τα υψηλα φρονουντες αλλα τοις ταπεινοις συναπαγομενοι μη γινεσθε φρονιμοι παρ εαυτοις
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
17 μηδενι κακον αντι κακου αποδιδοντες προνοουμενοι καλα ενωπιον παντων ανθρωπων
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18 ει δυνατον το εξ υμων μετα παντων ανθρωπων ειρηνευοντες
ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
19 μη εαυτους εκδικουντες αγαπητοι αλλα δοτε τοπον τη οργη γεγραπται γαρ εμοι εκδικησις εγω ανταποδωσω λεγει κυριος
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
20 εαν ουν πεινα ο εχθρος σου ψωμιζε αυτον εαν διψα ποτιζε αυτον τουτο γαρ ποιων ανθρακας πυρος σωρευσεις επι την κεφαλην αυτου
“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”
21 μη νικω υπο του κακου αλλα νικα εν τω αγαθω το κακον
କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।

< Προς Ρωμαιους 12 >