< Luka 16 >

1 Yesu ya kuma ce wa almajiransa, “Akwai wani mai arziki da yake da wakili, sai aka yi karan sa da cewa wannan wakili yana fallasar masa da dukiya.
ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
2 Sai mai arziki ya kira shi ya ce masa, 'Labarin me nake ji game da kai? Kawo lissafin wakilcin ka, don ba za ka sake zama wakili na ba.'
ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
3 Sai wakilin ya ce a ransa, 'Kaka zan yi, da yake maigida na zai karbe wakilci daga hannuna? Gashi, ba ni da karfin noma ina kuwa jin kunya in yi roko.
ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
4 Na san abin da zan yi domin idan an fitar da ni daga wakilcin, mutane su karbe ni a gidajensu.
ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
5 Sai wakilin ya kira kowanne daya da maigidansa ke bi bashi, yace wa na farkon, 'Nawa maigida na yake bin ka?'
ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।
6 Ya ce, 'Garwan mai dari.' Sai ya ce masa, 'Ga takardarka, maza ka zauna, ka rubuta hamsin.'
ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।
7 Ya kuma ce wa wani, 'Nawa ake binka?' Ya ce, 'Buhu dari na alkama.' Ya ce masa, 'Ga tarkardarka, ka rubuta tamanin.'
ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
8 Sai maigida ya yaba wa wakilin nan marar gaskiya saboda wayonsa. Gama 'ya'yan zamanin nan a ma'ammalar su da mutanen zamaninsu sun fi 'ya'yan haske wayo. (aiōn g165)
ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। (aiōn g165)
9 Ina gaya maku ku yi abuta ta dukiya ta rashin gaskiya, saboda idan ya kare, su karbe ku a gidaje masu dauwama. (aiōnios g166)
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। (aiōnios g166)
10 Wanda yake da aminci a karamin abu, mai aminci ne a babban abu, wanda yake marar gaskiya a karamin abu, marar gaskiya ne a babban abu.
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
11 Idan fa ba ku yi aminci da dukiya mara adalci ba, wa zai amince maku da dukiya ta gaskiya?
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
12 Idan kuma ba ku yi aminci da kudin wani ba, wa zai ba ku kudin da ke naku?
ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
13 Ba bawan da zai iya bauta wa iyayengiji biyu, ko dai ya ki daya, ya so daya ko kuwa ya amince wa dayan, ya raina dayan. Ba za ku iya bauta wa Allah ku kuma bauta wa dukiya ba.”
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
14 Da Farisawa da ke da kaunar kudi suka ji dukan wadannan abubuwa, suka yi masa ba'a.
ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
15 Sai ya ce masu, “Ku ne masu baratar da kanku a gaban mutane, amma Allah ya san zuciyarku. Abin da mutane suke girmamawa kwarai abin kyama ne a gun Allah.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
16 Attaura da litattafan annabawa suna nan har zuwan Yahaya. Tun daga lokacin nan ake yin bisharar mulkin Allah, kowa kuma yana kokarin kutsawa zuwa cikinta.
ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
17 Duk da haka, zai fi sauki sama da kasa su shude, da ko digo daya na attaura ya shude.
କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
18 Duk wanda ya saki matansa ya auri wata ya aikata zina, kuma wanda ma ya auri sakakkiya ya aikata zina.
ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
19 Akwai wani mai arziki, mai sa tufafi na alfarma masu tsada yana shagalin sa kowace rana.
“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20 Aka ajiye wani gajiyayye a kofarsa, mai suna liazaru wanda duk jikinsa miki ne,
କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21 Shi kuwa yana marmarin ya koshi da barbashin da ke fadowa daga teburin mai arzikin nan har ma karnuka sukan zo suna lasar mikinsa.
ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
22 Ana nan sai gajiyayyen nan ya mutu, malaiku kuma suka dauke shi suka kai shi wurin Ibrahim. Mai arzikin ma ya mutu, aka kuma binne shi,
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
23 yana cikin hades yana shan azaba, sai ya daga kai ya hangi Ibrahim daga nesa, da Li'azaru a kirjinsa. (Hadēs g86)
ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା। (Hadēs g86)
24 Sai ya yi kira ya ce, 'Baba Ibrahim, ka ji tausayi na, ka aiko Li'azaru ya tsoma dan yatsansa a ruwa ya sanyaya harshena, don azaba nake sha a cikin wannan wuta.'
ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
25 Amma Ibrahim ya ce, 'Yaro, ka tuna fa a zamanka na duniya ka sha duniyarka, ka kuma karba abubuwa masu kyau, amma Li'azaru kuma sai wahala. Amma yanzu dadi ake bashi a nan, kai kuwa kana shan azaba.
କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
26 Banda haka ma, akwai rami mai zurfi, domin wadanda suke son ketarewa zuwa wurinku kada su iya, kada kuma kowa ya ketaro zuwa wurinmu daga can.'
ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
27 Sai mai arziki ya ce, 'To ina rokonka, Baba Ibrahim, ka aike shi zuwa gidan mahaifina -
ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
28 domin ina da 'yan'uwa maza biyar, ya je ya yi masu gargadi kada su ma su zo wurin azaban nan.'
କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
29 Amma Ibrahim ya ce, 'Suna da Musa da annabawa; bari su saurare su.'
କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
30 Sai mai arziki ya amsa, 'A'a, Baba Ibrahim, idan wani daga cikin matattu ya je wurinsu, zasu tuba.'
ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
31 Amma Ibrahim ya ce masa, 'In dai har basu saurari Musa da na annabawa ba, ko da wani ya tashi daga matattu ma, ba za su rinjayu ba.'”
କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”

< Luka 16 >