< בראשית 45 >

ולא יכל יוסף להתאפק לכל הנצבים עליו ויקרא הוציאו כל איש מעלי ולא עמד איש אתו בהתודע יוסף אל אחיו 1
ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
ויתן את קלו בבכי וישמעו מצרים וישמע בית פרעה 2
ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
ויאמר יוסף אל אחיו אני יוסף העוד אבי חי ולא יכלו אחיו לענות אתו כי נבהלו מפניו 3
ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।
ויאמר יוסף אל אחיו גשו נא אלי ויגשו ויאמר אני יוסף אחיכם אשר מכרתם אתי מצרימה 4
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
ועתה אל תעצבו ואל יחר בעיניכם כי מכרתם אתי הנה כי למחיה שלחני אלהים לפניכם 5
ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
כי זה שנתים הרעב בקרב הארץ ועוד חמש שנים אשר אין חריש וקציר 6
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
וישלחני אלהים לפניכם לשום לכם שארית בארץ ולהחיות לכם לפליטה גדלה 7
ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
ועתה לא אתם שלחתם אתי הנה כי האלהים וישימני לאב לפרעה ולאדון לכל ביתו ומשל בכל ארץ מצרים 8
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
מהרו ועלו אל אבי ואמרתם אליו כה אמר בנך יוסף שמני אלהים לאדון לכל מצרים רדה אלי אל תעמד 9
ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
וישבת בארץ גשן והיית קרוב אלי--אתה ובניך ובני בניך וצאנך ובקרך וכל אשר לך 10
ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
וכלכלתי אתך שם כי עוד חמש שנים רעב פן תורש אתה וביתך וכל אשר לך 11
ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
והנה עיניכם ראות ועיני אחי בנימין כי פי המדבר אליכם 12
“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।
והגדתם לאבי את כל כבודי במצרים ואת כל אשר ראיתם ומהרתם והורדתם את אבי הנה 13
ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
ויפל על צוארי בנימן אחיו ויבך ובנימן--בכה על צואריו 14
ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
וינשק לכל אחיו ויבך עלהם ואחרי כן דברו אחיו אתו 15
ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
והקל נשמע בית פרעה לאמר באו אחי יוסף וייטב בעיני פרעה ובעיני עבדיו 16
ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
ויאמר פרעה אל יוסף אמר אל אחיך זאת עשו טענו את בעירכם ולכו באו ארצה כנען 17
ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
וקחו את אביכם ואת בתיכם ובאו אלי ואתנה לכם את טוב ארץ מצרים ואכלו את חלב הארץ 18
ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
ואתה צויתה זאת עשו קחו לכם מארץ מצרים עגלות לטפכם ולנשיכם ונשאתם את אביכם ובאתם 19
ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
ועינכם אל תחס על כליכם כי טוב כל ארץ מצרים לכם הוא 20
ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
ויעשו כן בני ישראל ויתן להם יוסף עגלות על פי פרעה ויתן להם צדה לדרך 21
ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
לכלם נתן לאיש חלפות שמלת ולבנימן נתן שלש מאות כסף וחמש חלפת שמלת 22
ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
ולאביו שלח כזאת עשרה חמרים נשאים מטוב מצרים ועשר אתנת נשאת בר ולחם ומזון לאביו--לדרך 23
ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
וישלח את אחיו וילכו ויאמר אלהם אל תרגזו בדרך 24
ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
ויעלו ממצרים ויבאו ארץ כנען אל יעקב אביהם 25
ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
ויגדו לו לאמר עוד יוסף חי וכי הוא משל בכל ארץ מצרים ויפג לבו כי לא האמין להם 26
ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
וידברו אליו את כל דברי יוסף אשר דבר אלהם וירא את העגלות אשר שלח יוסף לשאת אתו ותחי רוח יעקב אביהם 27
ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।
ויאמר ישראל רב עוד יוסף בני חי אלכה ואראנו בטרם אמות 28
ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”

< בראשית 45 >