< זכריה 1 >

בחדש השמיני בשנת שתים לדריוש--היה דבר יהוה אל זכריה בן ברכיה בן עדו הנביא לאמר 1
ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
קצף יהוה על אבותיכם קצף 2
“ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
ואמרת אלהם כה אמר יהוה צבאות שובו אלי נאם יהוה צבאות--ואשוב אליכם אמר יהוה צבאות 3
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
אל תהיו כאבתיכם אשר קראו אליהם הנביאים הראשנים לאמר כה אמר יהוה צבאות שובו נא מדרכיכם הרעים ומעליליכם (ומעלליכם) הרעים ולא שמעו ולא הקשיבו אלי נאם יהוה 4
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।
אבותיכם איה הם והנבאים--הלעולם יחיו 5
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
אך דברי וחקי אשר צויתי את עבדי הנביאים הלוא השיגו אבתיכם וישובו ויאמרו כאשר זמם יהוה צבאות לעשות לנו כדרכינו וכמעללינו כן עשה אתנו 6
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
ביום עשרים וארבעה לעשתי עשר חדש הוא חדש שבט בשנת שתים לדריוש--היה דבר יהוה אל זכריה בן ברכיהו בן עדוא הנביא לאמר 7
ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ראיתי הלילה והנה איש רכב על סוס אדם והוא עמד בין ההדסים אשר במצלה ואחריו סוסים אדמים שרקים ולבנים 8
“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
ואמר מה אלה אדני ויאמר אלי המלאך הדבר בי אני אראך מה המה אלה 9
ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’
ויען האיש העמד בין ההדסים--ויאמר אלה אשר שלח יהוה להתהלך בארץ 10
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
ויענו את מלאך יהוה העמד בין ההדסים ויאמרו התהלכנו בארץ והנה כל הארץ ישבת ושקטת 11
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
ויען מלאך יהוה ויאמר יהוה צבאות עד מתי אתה לא תרחם את ירושלם ואת ערי יהודה--אשר זעמתה זה שבעים שנה 12
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
ויען יהוה את המלאך הדבר בי--דברים טובים דברים נחמים 13
ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
ויאמר אלי המלאך הדבר בי קרא לאמר כה אמר יהוה צבאות קנאתי לירושלם ולציון קנאה גדולה 14
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
וקצף גדול אני קצף על הגוים השאננים אשר אני קצפתי מעט והמה עזרו לרעה 15
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
לכן כה אמר יהוה שבתי לירושלם ברחמים--ביתי יבנה בה נאם יהוה צבאות וקוה (וקו) ינטה על ירושלם 16
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
עוד קרא לאמר כה אמר יהוה צבאות עוד תפוצנה ערי מטוב ונחם יהוה עוד את ציון ובחר עוד בירושלם 17
‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
ואשא את עיני וארא והנה ארבע קרנות 18
ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
ואמר אל המלאך הדבר בי--מה אלה ויאמר אלי--אלה הקרנות אשר זרו את יהודה את ישראל וירושלם 19
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
ויראני יהוה ארבעה חרשים 20
ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
ואמר מה אלה באים לעשות ויאמר לאמר אלה הקרנות אשר זרו את יהודה כפי איש לא נשא ראשו ויבאו אלה להחריד אתם לידות את קרנות הגוים הנשאים קרן אל ארץ יהודה לזרותה 21
ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”

< זכריה 1 >