< 1 דִּבְרֵי הַיָּמִים 29 >

וַיֹּ֨אמֶר דָּוִ֤יד הַמֶּ֙לֶךְ֙ לְכָל־הַקָּהָ֔ל שְׁלֹמֹ֨ה בְנִ֥י אֶחָ֛ד בָּֽחַר־בֹּ֥ו אֱלֹהִ֖ים נַ֣עַר וָרָ֑ךְ וְהַמְּלָאכָ֣ה גְדֹולָ֔ה כִּ֣י לֹ֤א לְאָדָם֙ הַבִּירָ֔ה כִּ֖י לַיהוָ֥ה אֱלֹהִֽים׃ 1
ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
וּֽכְכָל־כֹּחִ֞י הֲכִינֹ֣ותִי לְבֵית־אֱלֹהַ֗י הַזָּהָ֣ב ׀ לַ֠זָּהָב וְהַכֶּ֨סֶף לַכֶּ֜סֶף וְהַנְּחֹ֣שֶׁת לַנְּחֹ֗שֶׁת הַבַּרְזֶל֙ לַבַּרְזֶ֔ל וְהָעֵצִ֖ים לָעֵצִ֑ים אַבְנֵי־שֹׁ֨הַם וּמִלּוּאִ֜ים אַבְנֵי־פ֣וּךְ וְרִקְמָ֗ה וְכֹ֨ל אֶ֧בֶן יְקָרָ֛ה וְאַבְנֵי־שַׁ֖יִשׁ לָרֹֽב׃ 2
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
וְעֹ֗וד בִּרְצֹותִי֙ בְּבֵ֣ית אֱלֹהַ֔י יֶשׁ־לִ֥י סְגֻלָּ֖ה זָהָ֣ב וָכָ֑סֶף נָתַ֤תִּי לְבֵית־אֱלֹהַי֙ לְמַ֔עְלָה מִכָּל־הֲכִינֹ֖ותִי לְבֵ֥ית הַקֹּֽדֶשׁ׃ 3
ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
שְׁלֹ֧שֶׁת אֲלָפִ֛ים כִּכְּרֵ֥י זָהָ֖ב מִזְּהַ֣ב אֹופִ֑יר וְשִׁבְעַ֨ת אֲלָפִ֤ים כִּכַּר־כֶּ֙סֶף֙ מְזֻקָּ֔ק לָט֖וּחַ קִירֹ֥ות הַבָּתִּֽים׃ 4
ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;
לַזָּהָ֤ב לַזָּהָב֙ וְלַכֶּ֣סֶף לַכֶּ֔סֶף וּלְכָל־מְלָאכָ֖ה בְּיַ֣ד חָרָשִׁ֑ים וּמִ֣י מִתְנַדֵּ֔ב לְמַלֹּ֥אות יָדֹ֛ו הַיֹּ֖ום לַיהוָֽה׃ 5
ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”
וַיִּֽתְנַדְּבוּ֩ שָׂרֵ֨י הָאָבֹ֜ות וְשָׂרֵ֣י ׀ שִׁבְטֵ֣י יִשְׂרָאֵ֗ל וְשָׂרֵ֤י הָאֲלָפִים֙ וְהַמֵּאֹ֔ות וּלְשָׂרֵ֖י מְלֶ֥אכֶת הַמֶּֽלֶךְ׃ 6
ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
וַֽיִּתְּנ֞וּ לַעֲבֹודַ֣ת בֵּית־הָאֱלֹהִ֗ים זָהָ֞ב כִּכָּרִ֣ים חֲמֵֽשֶׁת־אֲלָפִים֮ וַאֲדַרְכֹנִ֣ים רִבֹּו֒ וְכֶ֗סֶף כִּכָּרִים֙ עֲשֶׂ֣רֶת אֲלָפִ֔ים וּנְחֹ֕שֶׁת רִבֹּ֛ו וּשְׁמֹונַ֥ת אֲלָפִ֖ים כִּכָּרִ֑ים וּבַרְזֶ֖ל מֵֽאָה־אֶ֥לֶף כִּכָּרִֽים׃ 7
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
וְהַנִּמְצָ֤א אִתֹּו֙ אֲבָנִ֔ים נָתְנ֖וּ לְאֹוצַ֣ר בֵּית־יְהוָ֑ה עַ֥ל יַד־יְחִיאֵ֖ל הַגֵּרְשֻׁנִּֽי׃ 8
ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ।
וַיִּשְׂמְח֤וּ הָעָם֙ עַל־הִֽתְנַדְּבָ֔ם כִּ֚י בְּלֵ֣ב שָׁלֵ֔ם הִֽתְנַדְּב֖וּ לַיהוָ֑ה וְגַם֙ דָּוִ֣יד הַמֶּ֔לֶךְ שָׂמַ֖ח שִׂמְחָ֥ה גְדֹולָֽה׃ פ 9
ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
וַיְבָ֤רֶךְ דָּוִיד֙ אֶת־יְהוָ֔ה לְעֵינֵ֖י כָּל־הַקָּהָ֑ל וַיֹּ֣אמֶר דָּוִ֗יד בָּר֨וּךְ אַתָּ֤ה יְהוָה֙ אֱלֹהֵי֙ יִשְׂרָאֵ֣ל אָבִ֔ינוּ מֵעֹולָ֖ם וְעַד־עֹולָֽם׃ 10
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
לְךָ֣ יְ֠הוָה הַגְּדֻלָּ֨ה וְהַגְּבוּרָ֤ה וְהַתִּפְאֶ֙רֶת֙ וְהַנֵּ֣צַח וְהַהֹ֔וד כִּי־כֹ֖ל בַּשָּׁמַ֣יִם וּבָאָ֑רֶץ לְךָ֤ יְהוָה֙ הַמַּמְלָכָ֔ה וְהַמִּתְנַשֵּׂ֖א לְכֹ֥ל ׀ לְרֹֽאשׁ׃ 11
ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
וְהָעֹ֤שֶׁר וְהַכָּבֹוד֙ מִלְּפָנֶ֔יךָ וְאַתָּה֙ מֹושֵׁ֣ל בַּכֹּ֔ל וּבְיָדְךָ֖ כֹּ֣חַ וּגְבוּרָ֑ה וּבְיָ֣דְךָ֔ לְגַדֵּ֥ל וּלְחַזֵּ֖ק לַכֹּֽל׃ 12
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
וְעַתָּ֣ה אֱלֹהֵ֔ינוּ מֹודִ֥ים אֲנַ֖חְנוּ לָ֑ךְ וּֽמְהַֽלְלִ֖ים לְשֵׁ֥ם תִּפְאַרְתֶּֽךָ׃ 13
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
וְכִ֨י מִ֤י אֲנִי֙ וּמִ֣י עַמִּ֔י כִּֽי־נַעְצֹ֣ר כֹּ֔חַ לְהִתְנַדֵּ֖ב כָּזֹ֑את כִּֽי־מִמְּךָ֣ הַכֹּ֔ל וּמִיָּדְךָ֖ נָתַ֥נּוּ לָֽךְ׃ 14
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
כִּֽי־גֵרִ֨ים אֲנַ֧חְנוּ לְפָנֶ֛יךָ וְתֹושָׁבִ֖ים כְּכָל־אֲבֹתֵ֑ינוּ כַּצֵּ֧ל ׀ יָמֵ֛ינוּ עַל־הָאָ֖רֶץ וְאֵ֥ין מִקְוֶֽה׃ 15
କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
יְהוָ֣ה אֱלֹהֵ֔ינוּ כֹ֣ל הֶהָמֹ֤ון הַזֶּה֙ אֲשֶׁ֣ר הֲכִינֹ֔נוּ לִבְנֹֽות־לְךָ֥ בַ֖יִת לְשֵׁ֣ם קָדְשֶׁ֑ךָ מִיָּדְךָ֥ הִיא (ה֖וּא) וּלְךָ֥ הַכֹּֽל׃ 16
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।
וְיָדַ֣עְתִּי אֱלֹהַ֔י כִּ֤י אַתָּה֙ בֹּחֵ֣ן לֵבָ֔ב וּמֵישָׁרִ֖ים תִּרְצֶ֑ה אֲנִ֗י בְּיֹ֤שֶׁר לְבָבִי֙ הִתְנַדַּ֣בְתִּי כָל־אֵ֔לֶּה וְעַתָּ֗ה עַמְּךָ֙ הַנִּמְצְאוּ־פֹ֔ה רָאִ֥יתִי בְשִׂמְחָ֖ה לְהִֽתְנַדֶּב־לָֽךְ׃ 17
ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
יְהוָ֗ה אֱ֠לֹהֵי אַבְרָהָ֞ם יִצְחָ֤ק וְיִשְׂרָאֵל֙ אֲבֹתֵ֔ינוּ שֳׁמְרָה־זֹּ֣את לְעֹולָ֔ם לְיֵ֥צֶר מַחְשְׁבֹ֖ות לְבַ֣ב עַמֶּ֑ךָ וְהָכֵ֥ן לְבָבָ֖ם אֵלֶֽיךָ׃ 18
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
וְלִשְׁלֹמֹ֣ה בְנִ֗י תֵּ֚ן לֵבָ֣ב שָׁלֵ֔ם לִשְׁמֹור֙ מִצְוֹתֶ֔יךָ עֵדְוֹתֶ֖יךָ וְחֻקֶּ֑יךָ וְלַעֲשֹׂ֣ות הַכֹּ֔ל וְלִבְנֹ֖ות הַבִּירָ֥ה אֲשֶׁר־הֲכִינֹֽותִי׃ פ 19
ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
וַיֹּ֤אמֶר דָּוִיד֙ לְכָל־הַקָּהָ֔ל בָּֽרְכוּ־נָ֖א אֶת־יְהוָ֣ה אֱלֹהֵיכֶ֑ם וַיְבָרֲכ֣וּ כָֽל־הַקָּהָ֗ל לַיהוָה֙ אֱלֹהֵ֣י אֲבֹֽתֵיהֶ֔ם וַיִּקְּד֧וּ וַיִּֽשְׁתַּחֲו֛וּ לַיהוָ֖ה וְלַמֶּֽלֶךְ׃ 20
ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
וַיִּזְבְּח֣וּ לַיהוָ֣ה ׀ זְ֠בָחִים וַיַּעֲל֨וּ עֹלֹ֜ות לַיהוָ֗ה לְֽמָחֳרַת֮ הַיֹּ֣ום הַהוּא֒ פָּרִ֨ים אֶ֜לֶף אֵילִ֥ים אֶ֛לֶף כְּבָשִׂ֥ים אֶ֖לֶף וְנִסְכֵּיהֶ֑ם וּזְבָחִ֥ים לָרֹ֖ב לְכָל־יִשְׂרָאֵֽל׃ 21
ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
וַיֹּאכְל֨וּ וַיִּשְׁתּ֜וּ לִפְנֵ֧י יְהוָ֛ה בַּיֹּ֥ום הַה֖וּא בְּשִׂמְחָ֣ה גְדֹולָ֑ה וַיַּמְלִ֤יכוּ שֵׁנִית֙ לִשְׁלֹמֹ֣ה בֶן־דָּוִ֔יד וַיִּמְשְׁח֧וּ לַיהוָ֛ה לְנָגִ֥יד וּלְצָדֹ֖וק לְכֹהֵֽן׃ 22
ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।
וַיֵּ֣שֶׁב שְׁ֠לֹמֹה עַל־כִּסֵּ֨א יְהוָ֧ה ׀ לְמֶ֛לֶךְ תַּֽחַת־דָּוִ֥יד אָבִ֖יו וַיַּצְלַ֑ח וַיִּשְׁמְע֥וּ אֵלָ֖יו כָּל־יִשְׂרָאֵֽל׃ 23
ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
וְכָל־הַשָּׂרִים֙ וְהַגִּבֹּרִ֔ים וְגַ֕ם כָּל־בְּנֵ֖י הַמֶּ֣לֶךְ דָּוִ֑יד נָ֣תְנוּ יָ֔ד תַּ֖חַת שְׁלֹמֹ֥ה הַמֶּֽלֶךְ׃ 24
ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
וַיְגַדֵּ֨ל יְהוָ֤ה אֶת־שְׁלֹמֹה֙ לְמַ֔עְלָה לְעֵינֵ֖י כָּל־יִשְׂרָאֵ֑ל וַיִּתֵּ֤ן עָלָיו֙ הֹ֣וד מַלְכ֔וּת אֲ֠שֶׁר לֹֽא־הָיָ֧ה עַל־כָּל־מֶ֛לֶךְ לְפָנָ֖יו עַל־יִשְׂרָאֵֽל׃ פ 25
ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
וְדָוִיד֙ בֶּן־יִשָׁ֔י מָלַ֖ךְ עַל־כָּל־יִשְׂרָאֵֽל׃ 26
ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
וְהַיָּמִ֗ים אֲשֶׁ֤ר מָלַךְ֙ עַל־יִשְׂרָאֵ֔ל אַרְבָּעִ֖ים שָׁנָ֑ה בְּחֶבְרֹ֤ון מָלַךְ֙ שֶׁ֣בַע שָׁנִ֔ים וּבִירוּשָׁלַ֥͏ִם מָלַ֖ךְ שְׁלֹשִׁ֥ים וְשָׁלֹֽושׁ׃ 27
ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
וַיָּ֙מָת֙ בְּשֵׂיבָ֣ה טֹובָ֔ה שְׂבַ֥ע יָמִ֖ים עֹ֣שֶׁר וְכָבֹ֑וד וַיִּמְלֹ֛ךְ שְׁלֹמֹ֥ה בְנֹ֖ו תַּחְתָּֽיו׃ 28
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।
וְדִבְרֵי֙ דָּוִ֣יד הַמֶּ֔לֶךְ הָרִאשֹׁנִ֖ים וְהָאֲחרֹנִ֑ים הִנָּ֣ם כְּתוּבִ֗ים עַל־דִּבְרֵי֙ שְׁמוּאֵ֣ל הָרֹאֶ֔ה וְעַל־דִּבְרֵי֙ נָתָ֣ן הַנָּבִ֔יא וְעַל־דִּבְרֵ֖י גָּ֥ד הַחֹזֶֽה׃ 29
ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;
עִ֥ם כָּל־מַלְכוּתֹ֖ו וּגְבוּרָתֹ֑ו וְהָעִתִּ֗ים אֲשֶׁ֨ר עָבְר֤וּ עָלָיו֙ וְעַל־יִשְׂרָאֵ֔ל וְעַ֖ל כָּל־מַמְלְכֹ֥ות הָאֲרָצֹֽות׃ פ 30
ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।

< 1 דִּבְרֵי הַיָּמִים 29 >