< 1 שְׁמוּאֵל 10 >

וַיִּקַּ֨ח שְׁמוּאֵ֜ל אֶת־פַּ֥ךְ הַשֶּׁ֛מֶן וַיִּצֹ֥ק עַל־רֹאשֹׁ֖ו וַיִּשָּׁקֵ֑הוּ וַיֹּ֕אמֶר הֲלֹ֗וא כִּֽי־מְשָׁחֲךָ֧ יְהוָ֛ה עַל־נַחֲלָתֹ֖ו לְנָגִֽיד׃ 1
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
בְּלֶכְתְּךָ֤ הַיֹּום֙ מֵעִמָּדִ֔י וּמָצָאתָ֩ שְׁנֵ֨י אֲנָשִׁ֜ים עִם־קְבֻרַ֥ת רָחֵ֛ל בִּגְב֥וּל בִּנְיָמִ֖ן בְּצֶלְצַ֑ח וְאָמְר֣וּ אֵלֶ֗יךָ נִמְצְא֤וּ הָאֲתֹנֹות֙ אֲשֶׁ֣ר הָלַ֣כְתָּ לְבַקֵּ֔שׁ וְהִנֵּ֨ה נָטַ֤שׁ אָבִ֙יךָ֙ אֶת־דִּבְרֵ֣י הָאֲתֹנֹ֔ות וְדָאַ֤ג לָכֶם֙ לֵאמֹ֔ר מָ֥ה אֶעֱשֶׂ֖ה לִבְנִֽי׃ 2
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍‍ର ସୀମାସ୍ଥିତ ସେଲ୍‍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
וְחָלַפְתָּ֨ מִשָּׁ֜ם וָהָ֗לְאָה וּבָ֙אתָ֙ עַד־אֵלֹ֣ון תָּבֹ֔ור וּמְצָא֤וּךָ שָּׁם֙ שְׁלֹשָׁ֣ה אֲנָשִׁ֔ים עֹלִ֥ים אֶל־הָאֱלֹהִ֖ים בֵּֽית־אֵ֑ל אֶחָ֞ד נֹשֵׂ֣א ׀ שְׁלֹשָׁ֣ה גְדָיִ֗ים וְאֶחָד֙ נֹשֵׂ֗א שְׁלֹ֙שֶׁת֙ כִּכְּרֹ֣ות לֶ֔חֶם וְאֶחָ֥ד נֹשֵׂ֖א נֵֽבֶל־יָֽיִן׃ 3
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
וְשָׁאֲל֥וּ לְךָ֖ לְשָׁלֹ֑ום וְנָתְנ֤וּ לְךָ֙ שְׁתֵּי־לֶ֔חֶם וְלָקַחְתָּ֖ מִיָּדָֽם׃ 4
ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
אַ֣חַר כֵּ֗ן תָּבֹוא֙ גִּבְעַ֣ת הָאֱלֹהִ֔ים אֲשֶׁר־שָׁ֖ם נְצִבֵ֣י פְלִשְׁתִּ֑ים וִיהִי֩ כְבֹאֲךָ֨ שָׁ֜ם הָעִ֗יר וּפָגַעְתָּ֞ חֶ֤בֶל נְבִיאִים֙ יֹרְדִ֣ים מֵֽהַבָּמָ֔ה וְלִפְנֵיהֶ֞ם נֵ֤בֶל וְתֹף֙ וְחָלִ֣יל וְכִנֹּ֔ור וְהֵ֖מָּה מִֽתְנַבְּאִֽים׃ 5
ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;
וְצָלְחָ֤ה עָלֶ֙יךָ֙ ר֣וּחַ יְהוָ֔ה וְהִתְנַבִּ֖יתָ עִמָּ֑ם וְנֶהְפַּכְתָּ֖ לְאִ֥ישׁ אַחֵֽר׃ 6
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
וְהָיָ֗ה כִּ֥י תְבֹאֶינָה (תָבֹ֛אנָה) הָאֹתֹ֥ות הָאֵ֖לֶּה לָ֑ךְ עֲשֵׂ֤ה לְךָ֙ אֲשֶׁ֣ר תִּמְצָ֣א יָדֶ֔ךָ כִּ֥י הָאֱלֹהִ֖ים עִמָּֽךְ׃ 7
ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
וְיָרַדְתָּ֣ לְפָנַי֮ הַגִּלְגָּל֒ וְהִנֵּ֤ה אָֽנֹכִי֙ יֹרֵ֣ד אֵלֶ֔יךָ לְהַעֲלֹ֣ות עֹלֹ֔ות לִזְבֹּ֖חַ זִבְחֵ֣י שְׁלָמִ֑ים שִׁבְעַ֨ת יָמִ֤ים תֹּוחֵל֙ עַד־בֹּואִ֣י אֵלֶ֔יךָ וְהֹודַעְתִּ֣י לְךָ֔ אֵ֖ת אֲשֶׁ֥ר תַּעֲשֶֽׂה׃ 8
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
וְהָיָ֗ה כְּהַפְנֹתֹ֤ו שִׁכְמֹו֙ לָלֶ֙כֶת֙ מֵעִ֣ם שְׁמוּאֵ֔ל וַיַּהֲפָךְ־לֹ֥ו אֱלֹהִ֖ים לֵ֣ב אַחֵ֑ר וַיָּבֹ֛אוּ כָּל־הָאֹתֹ֥ות הָאֵ֖לֶּה בַּיֹּ֥ום הַהֽוּא׃ ס 9
ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
וַיָּבֹ֤אוּ שָׁם֙ הַגִּבְעָ֔תָה וְהִנֵּ֥ה חֶֽבֶל־נְבִאִ֖ים לִקְרָאתֹ֑ו וַתִּצְלַ֤ח עָלָיו֙ ר֣וּחַ אֱלֹהִ֔ים וַיִּתְנַבֵּ֖א בְּתֹוכָֽם׃ 10
ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
וַיְהִ֗י כָּל־יֹֽודְעֹו֙ מֵאִתְּמֹ֣ול שִׁלְשֹׁ֔ום וַיִּרְא֕וּ וְהִנֵּ֥ה עִם־נְבִאִ֖ים נִבָּ֑א וַיֹּ֨אמֶר הָעָ֜ם אִ֣ישׁ אֶל־רֵעֵ֗הוּ מַה־זֶּה֙ הָיָ֣ה לְבֶן־קִ֔ישׁ הֲגַ֥ם שָׁא֖וּל בַּנְּבִיאִֽים׃ 11
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?
וַיַּ֨עַן אִ֥ישׁ מִשָּׁ֛ם וַיֹּ֖אמֶר וּמִ֣י אֲבִיהֶ֑ם עַל־כֵּן֙ הָיְתָ֣ה לְמָשָׁ֔ל הֲגַ֥ם שָׁא֖וּל בַּנְּבִאִֽים׃ 12
ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
וַיְכַל֙ מֵֽהִתְנַבֹּ֔ות וַיָּבֹ֖א הַבָּמָֽה׃ 13
ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
וַיֹּאמֶר֩ דֹּ֨וד שָׁא֥וּל אֵלָ֛יו וְאֶֽל־נַעֲרֹ֖ו אָ֣ן הֲלַכְתֶּ֑ם וַיֹּ֕אמֶר לְבַקֵּשׁ֙ אֶת־הָ֣אֲתֹנֹ֔ות וַנִּרְאֶ֣ה כִי־אַ֔יִן וַנָּבֹ֖וא אֶל־שְׁמוּאֵֽל׃ 14
ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
וַיֹּ֖אמֶר דֹּ֣וד שָׁא֑וּל הַגִּֽידָה־נָּ֣א לִ֔י מָֽה־אָמַ֥ר לָכֶ֖ם שְׁמוּאֵֽל׃ 15
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
וַיֹּ֤אמֶר שָׁאוּל֙ אֶל־דֹּודֹ֔ו הַגֵּ֤ד הִגִּיד֙ לָ֔נוּ כִּ֥י נִמְצְא֖וּ הָאֲתֹנֹ֑ות וְאֶת־דְּבַ֤ר הַמְּלוּכָה֙ לֹֽא־הִגִּ֣יד לֹ֔ו אֲשֶׁ֖ר אָמַ֥ר שְׁמוּאֵֽל׃ פ 16
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
וַיַּצְעֵ֤ק שְׁמוּאֵל֙ אֶת־הָעָ֔ם אֶל־יְהוָ֖ה הַמִּצְפָּֽה׃ 17
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
וַיֹּ֣אמֶר ׀ אֶל־בְּנֵ֣י יִשְׂרָאֵ֗ל פ כֹּֽה־אָמַ֤ר יְהוָה֙ אֱלֹהֵ֣י יִשְׂרָאֵ֔ל אָנֹכִ֛י הֶעֱלֵ֥יתִי אֶת־יִשְׂרָאֵ֖ל מִמִּצְרָ֑יִם וָאַצִּ֤יל אֶתְכֶם֙ מִיַּ֣ד מִצְרַ֔יִם וּמִיַּד֙ כָּל־הַמַּמְלָכֹ֔ות הַלֹּחֲצִ֖ים אֶתְכֶֽם׃ 18
ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
וְאַתֶּ֨ם הַיֹּ֜ום מְאַסְתֶּ֣ם אֶת־אֱלֹהֵיכֶ֗ם אֲשֶׁר־ה֣וּא מֹושִׁ֣יעַ לָכֶם֮ מִכָּל־רָעֹותֵיכֶ֣ם וְצָרֹֽתֵיכֶם֒ וַתֹּ֣אמְרוּ לֹ֔ו כִּי־מֶ֖לֶךְ תָּשִׂ֣ים עָלֵ֑ינוּ וְעַתָּ֗ה הִֽתְיַצְּבוּ֙ לִפְנֵ֣י יְהוָ֔ה לְשִׁבְטֵיכֶ֖ם וּלְאַלְפֵיכֶֽם׃ 19
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
וַיַּקְרֵ֣ב שְׁמוּאֵ֔ל אֵ֖ת כָּל־שִׁבְטֵ֣י יִשְׂרָאֵ֑ל וַיִּלָּכֵ֖ד שֵׁ֥בֶט בִּנְיָמִֽן׃ 20
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
וַיַּקְרֵ֞ב אֶת־שֵׁ֤בֶט בִּנְיָמִן֙ לְמִשְׁפְּחֹתֹו (לְמִשְׁפְּחֹתָ֔יו) וַתִּלָּכֵ֖ד מִשְׁפַּ֣חַת הַמַּטְרִ֑י וַיִּלָּכֵד֙ שָׁא֣וּל בֶּן־קִ֔ישׁ וַיְבַקְשֻׁ֖הוּ וְלֹ֥א נִמְצָֽא׃ 21
ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
וַיִּשְׁאֲלוּ־עֹוד֙ בַּֽיהוָ֔ה הֲבָ֥א עֹ֖וד הֲלֹ֣ם אִ֑ישׁ ס וַיֹּ֣אמֶר יְהוָ֔ה הִנֵּה־ה֥וּא נֶחְבָּ֖א אֶל־הַכֵּלִֽים׃ 22
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
וַיָּרֻ֙צוּ֙ וַיִּקָּחֻ֣הוּ מִשָּׁ֔ם וַיִּתְיַצֵּ֖ב בְּתֹ֣וךְ הָעָ֑ם וַיִּגְבַּהּ֙ מִכָּל־הָעָ֔ם מִשִּׁכְמֹ֖ו וָמָֽעְלָה׃ 23
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
וַיֹּ֨אמֶר שְׁמוּאֵ֜ל אֶל־כָּל־הָעָ֗ם הַרְּאִיתֶם֙ אֲשֶׁ֣ר בָּֽחַר־בֹּ֣ו יְהוָ֔ה כִּ֛י אֵ֥ין כָּמֹ֖הוּ בְּכָל־הָעָ֑ם וַיָּרִ֧עוּ כָל־הָעָ֛ם וַיֹּאמְר֖וּ יְחִ֥י הַמֶּֽלֶךְ׃ פ 24
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
וַיְדַבֵּ֨ר שְׁמוּאֵ֜ל אֶל־הָעָ֗ם אֵ֚ת מִשְׁפַּ֣ט הַמְּלֻכָ֔ה וַיִּכְתֹּ֣ב בַּסֵּ֔פֶר וַיַּנַּ֖ח לִפְנֵ֣י יְהוָ֑ה וַיְשַׁלַּ֧ח שְׁמוּאֵ֛ל אֶת־כָּל־הָעָ֖ם אִ֥ישׁ לְבֵיתֹֽו׃ 25
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
וְגַ֨ם־שָׁא֔וּל הָלַ֥ךְ לְבֵיתֹ֖ו גִּבְעָ֑תָה וַיֵּלְכ֣וּ עִמֹּ֔ו הַחַ֕יִל אֲשֶׁר־נָגַ֥ע אֱלֹהִ֖ים בְּלִבָּֽם׃ 26
ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
וּבְנֵ֧י בְלִיַּ֣עַל אָמְר֗וּ מַה־יֹּשִׁעֵ֙נוּ֙ זֶ֔ה וַיִּבְזֻ֕הוּ וְלֹֽא־הֵבִ֥יאוּ לֹ֖ו מִנְחָ֑ה וַיְהִ֖י כְּמַחֲרִֽישׁ׃ פ 27
ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।

< 1 שְׁמוּאֵל 10 >