< שְׁמֹות 23 >

לֹ֥א תִשָּׂ֖א שֵׁ֣מַע שָׁ֑וְא אַל־תָּ֤שֶׁת יָֽדְךָ֙ עִם־רָשָׁ֔ע לִהְיֹ֖ת עֵ֥ד חָמָֽס׃ ס 1
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
לֹֽא־תִהְיֶ֥ה אַחֲרֵֽי־רַבִּ֖ים לְרָעֹ֑ת וְלֹא־תַעֲנֶ֣ה עַל־רִ֗ב לִנְטֹ֛ת אַחֲרֵ֥י רַבִּ֖ים לְהַטֹּֽת׃ 2
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
וְדָ֕ל לֹ֥א תֶהְדַּ֖ר בְּרִיבֹֽו׃ ס 3
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
כִּ֣י תִפְגַּ֞ע שֹׁ֧ור אֹֽיִבְךָ֛ אֹ֥ו חֲמֹרֹ֖ו תֹּעֶ֑ה הָשֵׁ֥ב תְּשִׁיבֶ֖נּוּ לֹֽו׃ ס 4
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
כִּֽי־תִרְאֶ֞ה חֲמֹ֣ור שֹׂנַאֲךָ֗ רֹבֵץ֙ תַּ֣חַת מַשָּׂאֹ֔ו וְחָדַלְתָּ֖ מֵעֲזֹ֣ב לֹ֑ו עָזֹ֥ב תַּעֲזֹ֖ב עִמֹּֽו׃ ס 5
ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
לֹ֥א תַטֶּ֛ה מִשְׁפַּ֥ט אֶבְיֹנְךָ֖ בְּרִיבֹֽו׃ 6
ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
מִדְּבַר־שֶׁ֖קֶר תִּרְחָ֑ק וְנָקִ֤י וְצַדִּיק֙ אַֽל־תַּהֲרֹ֔ג כִּ֥י לֹא־אַצְדִּ֖יק רָשָֽׁע׃ 7
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
וְשֹׁ֖חַד לֹ֣א תִקָּ֑ח כִּ֤י הַשֹּׁ֙חַד֙ יְעַוֵּ֣ר פִּקְחִ֔ים וִֽיסַלֵּ֖ף דִּבְרֵ֥י צַדִּיקִֽים׃ 8
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
וְגֵ֖ר לֹ֣א תִלְחָ֑ץ וְאַתֶּ֗ם יְדַעְתֶּם֙ אֶת־נֶ֣פֶשׁ הַגֵּ֔ר כִּֽי־גֵרִ֥ים הֱיִיתֶ֖ם בְּאֶ֥רֶץ מִצְרָֽיִם׃ 9
ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
וְשֵׁ֥שׁ שָׁנִ֖ים תִּזְרַ֣ע אֶת־אַרְצֶ֑ךָ וְאָסַפְתָּ֖ אֶת־תְּבוּאָתָֽהּ׃ 10
ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
וְהַשְּׁבִיעִ֞ת תִּשְׁמְטֶ֣נָּה וּנְטַשְׁתָּ֗הּ וְאָֽכְלוּ֙ אֶבְיֹנֵ֣י עַמֶּ֔ךָ וְיִתְרָ֕ם תֹּאכַ֖ל חַיַּ֣ת הַשָּׂדֶ֑ה כֵּֽן־תַּעֲשֶׂ֥ה לְכַרְמְךָ֖ לְזֵיתֶֽךָ׃ 11
ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
שֵׁ֤שֶׁת יָמִים֙ תַּעֲשֶׂ֣ה מַעֲשֶׂ֔יךָ וּבַיֹּ֥ום הַשְּׁבִיעִ֖י תִּשְׁבֹּ֑ת לְמַ֣עַן יָנ֗וּחַ שֹֽׁורְךָ֙ וַחֲמֹרֶ֔ךָ וְיִנָּפֵ֥שׁ בֶּן־אֲמָתְךָ֖ וְהַגֵּֽר׃ 12
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
וּבְכֹ֛ל אֲשֶׁר־אָמַ֥רְתִּי אֲלֵיכֶ֖ם תִּשָּׁמֵ֑רוּ וְשֵׁ֨ם אֱלֹהִ֤ים אֲחֵרִים֙ לֹ֣א תַזְכִּ֔ירוּ לֹ֥א יִשָּׁמַ֖ע עַל־פִּֽיךָ׃ 13
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
שָׁלֹ֣שׁ רְגָלִ֔ים תָּחֹ֥ג לִ֖י בַּשָּׁנָֽה׃ 14
ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
אֶת־חַ֣ג הַמַּצֹּות֮ תִּשְׁמֹר֒ שִׁבְעַ֣ת יָמִים֩ תֹּאכַ֨ל מַצֹּ֜ות כּֽ͏ַאֲשֶׁ֣ר צִוִּיתִ֗ךָ לְמֹועֵד֙ חֹ֣דֶשׁ הָֽאָבִ֔יב כִּי־בֹ֖ו יָצָ֣אתָ מִמִּצְרָ֑יִם וְלֹא־יֵרָא֥וּ פָנַ֖י רֵיקָֽם׃ 15
ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
וְחַ֤ג הַקָּצִיר֙ בִּכּוּרֵ֣י מַעֲשֶׂ֔יךָ אֲשֶׁ֥ר תִּזְרַ֖ע בַּשָּׂדֶ֑ה וְחַ֤ג הָֽאָסִף֙ בְּצֵ֣את הַשָּׁנָ֔ה בְּאָסְפְּךָ֥ אֶֽת־מַעֲשֶׂ֖יךָ מִן־הַשָּׂדֶֽה׃ 16
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
שָׁלֹ֥שׁ פְּעָמִ֖ים בַּשָּׁנָ֑ה יֵרָאֶה֙ כָּל־זְכ֣וּרְךָ֔ אֶל־פְּנֵ֖י הָאָדֹ֥ן ׀ יְהוָֽה׃ 17
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
לֹֽא־תִזְבַּ֥ח עַל־חָמֵ֖ץ דַּם־זִבְחִ֑י וְלֹֽא־יָלִ֥ין חֵֽלֶב־חַגִּ֖י עַד־בֹּֽקֶר׃ 18
ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
רֵאשִׁ֗ית בִּכּוּרֵי֙ אַדְמָ֣תְךָ֔ תָּבִ֕יא בֵּ֖ית יְהוָ֣ה אֱלֹהֶ֑יךָ לֹֽא־תְבַשֵּׁ֥ל גְּדִ֖י בַּחֲלֵ֥ב אִמֹּֽו׃ ס 19
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
הִנֵּ֨ה אָנֹכִ֜י שֹׁלֵ֤חַ מַלְאָךְ֙ לְפָנֶ֔יךָ לִשְׁמָרְךָ֖ בַּדָּ֑רֶךְ וְלַהֲבִ֣יאֲךָ֔ אֶל־הַמָּקֹ֖ום אֲשֶׁ֥ר הֲכִנֹֽתִי׃ 20
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
הִשָּׁ֧מֶר מִפָּנָ֛יו וּשְׁמַ֥ע בְּקֹלֹ֖ו אַל־תַּמֵּ֣ר בֹּ֑ו כִּ֣י לֹ֤א יִשָּׂא֙ לְפִשְׁעֲכֶ֔ם כִּ֥י שְׁמִ֖י בְּקִרְבֹּֽו׃ 21
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
כִּ֣י אִם־שָׁמֹ֤עַ תִּשְׁמַע֙ בְּקֹלֹ֔ו וְעָשִׂ֕יתָ כֹּ֖ל אֲשֶׁ֣ר אֲדַבֵּ֑ר וְאָֽיַבְתִּי֙ אֶת־אֹ֣יְבֶ֔יךָ וְצַרְתִּ֖י אֶת־צֹרְרֶֽיךָ׃ 22
ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
כִּֽי־יֵלֵ֣ךְ מַלְאָכִי֮ לְפָנֶיךָ֒ וֶהֱבִֽיאֲךָ֗ אֶל־הָֽאֱמֹרִי֙ וְהַ֣חִתִּ֔י וְהַפְּרִזִּי֙ וְהַֽכְּנַעֲנִ֔י הַחִוִּ֖י וְהַיְבוּסִ֑י וְהִכְחַדְתִּֽיו׃ 23
କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
לֹֽא־תִשְׁתַּחֲוֶ֤ה לֵאלֹֽהֵיהֶם֙ וְלֹ֣א תָֽעָבְדֵ֔ם וְלֹ֥א תַעֲשֶׂ֖ה כְּמַֽעֲשֵׂיהֶ֑ם כִּ֤י הָרֵס֙ תְּהָ֣רְסֵ֔ם וְשַׁבֵּ֥ר תְּשַׁבֵּ֖ר מַצֵּבֹתֵיהֶֽם׃ 24
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
וַעֲבַדְתֶּ֗ם אֵ֚ת יְהוָ֣ה אֱלֹֽהֵיכֶ֔ם וּבֵרַ֥ךְ אֶֽת־לַחְמְךָ֖ וְאֶת־מֵימֶ֑יךָ וַהֲסִרֹתִ֥י מַחֲלָ֖ה מִקִּרְבֶּֽךָ׃ 25
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
לֹ֥א תִהְיֶ֛ה מְשַׁכֵּלָ֥ה וַעֲקָרָ֖ה בְּאַרְצֶ֑ךָ אֶת־מִסְפַּ֥ר יָמֶ֖יךָ אֲמַלֵּֽא׃ 26
ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
אֶת־אֵֽימָתִי֙ אֲשַׁלַּ֣ח לְפָנֶ֔יךָ וְהַמֹּתִי֙ אֶת־כָּל־הָעָ֔ם אֲשֶׁ֥ר תָּבֹ֖א בָּהֶ֑ם וְנָתַתִּ֧י אֶת־כָּל־אֹיְבֶ֛יךָ אֵלֶ֖יךָ עֹֽרֶף׃ 27
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
וְשָׁלַחְתִּ֥י אֶת־הַצִּרְעָ֖ה לְפָנֶ֑יךָ וְגֵרְשָׁ֗ה אֶת־הַחִוִּ֧י אֶת־הַֽכְּנַעֲנִ֛י וְאֶת־הַחִתִּ֖י מִלְּפָנֶֽיךָ׃ 28
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
לֹ֧א אֲגָרְשֶׁ֛נּוּ מִפָּנֶ֖יךָ בְּשָׁנָ֣ה אֶחָ֑ת פֶּן־תִּהְיֶ֤ה הָאָ֙רֶץ֙ שְׁמָמָ֔ה וְרַבָּ֥ה עָלֶ֖יךָ חַיַּ֥ת הַשָּׂדֶֽה׃ 29
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
מְעַ֥ט מְעַ֛ט אֲגָרְשֶׁ֖נּוּ מִפָּנֶ֑יךָ עַ֚ד אֲשֶׁ֣ר תִּפְרֶ֔ה וְנָחַלְתָּ֖ אֶת־הָאָֽרֶץ׃ 30
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
וְשַׁתִּ֣י אֶת־גְּבֻלְךָ֗ מִיַּם־סוּף֙ וְעַד־יָ֣ם פְּלִשְׁתִּ֔ים וּמִמִּדְבָּ֖ר עַד־הַנָּהָ֑ר כִּ֣י ׀ אֶתֵּ֣ן בְּיֶדְכֶ֗ם אֵ֚ת יֹשְׁבֵ֣י הָאָ֔רֶץ וְגֵרַשְׁתָּ֖מֹו מִפָּנֶֽיךָ׃ 31
ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
לֹא־תִכְרֹ֥ת לָהֶ֛ם וְלֵאלֹֽהֵיהֶ֖ם בְּרִֽית׃ 32
ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
לֹ֤א יֵשְׁבוּ֙ בְּאַרְצְךָ֔ פֶּן־יַחֲטִ֥יאוּ אֹתְךָ֖ לִ֑י כִּ֤י תַעֲבֹד֙ אֶת־אֱלֹ֣הֵיהֶ֔ם כִּֽי־יִהְיֶ֥ה לְךָ֖ לְמֹוקֵֽשׁ׃ פ 33
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।

< שְׁמֹות 23 >