< הוֹשֵׁעַ 3 >

וַיֹּ֨אמֶר יְהוָ֜ה אֵלַ֗י עֹ֚וד לֵ֣ךְ אֱ‍ֽהַב־אִשָּׁ֔ה אֲהֻ֥בַת רֵ֖עַ וּמְנָאָ֑פֶת כְּאַהֲבַ֤ת יְהוָה֙ אֶת־בְּנֵ֣י יִשְׂרָאֵ֔ל וְהֵ֗ם פֹּנִים֙ אֶל־אֱלֹהִ֣ים אֲחֵרִ֔ים וְאֹהֲבֵ֖י אֲשִׁישֵׁ֥י עֲנָבִֽים׃ 1
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
וָאֶכְּרֶ֣הָ לִּ֔י בַּחֲמִשָּׁ֥ה עָשָׂ֖ר כָּ֑סֶף וְחֹ֥מֶר שְׂעֹרִ֖ים וְלֵ֥תֶךְ שְׂעֹרִֽים׃ 2
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
וָאֹמַ֣ר אֵלֶ֗יהָ יָמִ֤ים רַבִּים֙ תֵּ֣שְׁבִי לִ֔י לֹ֣א תִזְנִ֔י וְלֹ֥א תִֽהְיִ֖י לְאִ֑ישׁ וְגַם־אֲנִ֖י אֵלָֽיִךְ׃ 3
ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”
כִּ֣י ׀ יָמִ֣ים רַבִּ֗ים יֵֽשְׁבוּ֙ בְּנֵ֣י יִשְׂרָאֵ֔ל אֵ֥ין מֶ֙לֶךְ֙ וְאֵ֣ין שָׂ֔ר וְאֵ֥ין זֶ֖בַח וְאֵ֣ין מַצֵּבָ֑ה וְאֵ֥ין אֵפֹ֖וד וּתְרָפִֽים׃ 4
କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
אַחַ֗ר יָשֻׁ֙בוּ֙ בְּנֵ֣י יִשְׂרָאֵ֔ל וּבִקְשׁוּ֙ אֶת־יְהוָ֣ה אֱלֹהֵיהֶ֔ם וְאֵ֖ת דָּוִ֣ד מַלְכָּ֑ם וּפָחֲד֧וּ אֶל־יְהוָ֛ה וְאֶל־טוּבֹ֖ו בְּאַחֲרִ֥ית הַיָּמִֽים׃ פ 5
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

< הוֹשֵׁעַ 3 >