< הוֹשֵׁעַ 4 >

שִׁמְע֥וּ דְבַר־יְהוָ֖ה בְּנֵ֣י יִשְׂרָאֵ֑ל כִּ֣י רִ֤יב לַֽיהוָה֙ עִם־יֹושְׁבֵ֣י הָאָ֔רֶץ כִּ֠י אֵין־אֱמֶ֧ת וְֽאֵין־חֶ֛סֶד וְאֵֽין־דַּ֥עַת אֱלֹהִ֖ים בָּאָֽרֶץ׃ 1
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
אָלֹ֣ה וְכַחֵ֔שׁ וְרָצֹ֥חַ וְגָנֹ֖ב וְנָאֹ֑ף פָּרָ֕צוּ וְדָמִ֥ים בְּדָמִ֖ים נָגָֽעוּ׃ 2
ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
עַל־כֵּ֣ן ׀ תֶּאֱבַ֣ל הָאָ֗רֶץ וְאֻמְלַל֙ כָּל־יֹושֵׁ֣ב בָּ֔הּ בְּחַיַּ֥ת הַשָּׂדֶ֖ה וּבְעֹ֣וף הַשָּׁמָ֑יִם וְגַם־דְּגֵ֥י הַיָּ֖ם יֵאָסֵֽפוּ׃ 3
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
אַ֥ךְ אִ֛ישׁ אַל־יָרֵ֖ב וְאַל־יֹוכַ֣ח אִ֑ישׁ וְעַמְּךָ֖ כִּמְרִיבֵ֥י כֹהֵֽן׃ 4
ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
וְכָשַׁלְתָּ֣ הַיֹּ֔ום וְכָשַׁ֧ל גַּם־נָבִ֛יא עִמְּךָ֖ לָ֑יְלָה וְדָמִ֖יתִי אִמֶּֽךָ׃ 5
ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
נִדְמ֥וּ עַמִּ֖י מִבְּלִ֣י הַדָּ֑עַת כִּֽי־אַתָּ֞ה הַדַּ֣עַת מָאַ֗סְתָּ וְאֶמְאָֽסְאךָ֙ מִכַּהֵ֣ן לִ֔י וַתִּשְׁכַּח֙ תֹּורַ֣ת אֱלֹהֶ֔יךָ אֶשְׁכַּ֥ח בָּנֶ֖יךָ גַּם־אָֽנִי׃ 6
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
כְּרֻבָּ֖ם כֵּ֣ן חָֽטְאוּ־לִ֑י כְּבֹודָ֖ם בְּקָלֹ֥ון אָמִֽיר׃ 7
ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
חַטַּ֥את עַמִּ֖י יֹאכֵ֑לוּ וְאֶל־עֲוֹנָ֖ם יִשְׂא֥וּ נַפְשֹֽׁו׃ 8
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
וְהָיָ֥ה כָעָ֖ם כַּכֹּהֵ֑ן וּפָקַדְתִּ֤י עָלָיו֙ דְּרָכָ֔יו וּמַעֲלָלָ֖יו אָשִׁ֥יב לֹֽו׃ 9
ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
וְאָֽכְלוּ֙ וְלֹ֣א יִשְׂבָּ֔עוּ הִזְנ֖וּ וְלֹ֣א יִפְרֹ֑צוּ כִּֽי־אֶת־יְהוָ֥ה עָזְב֖וּ לִשְׁמֹֽר׃ 10
ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
זְנ֛וּת וְיַ֥יִן וְתִירֹ֖ושׁ יִֽקַּֽח־לֵֽב׃ 11
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
עַמִּי֙ בְּעֵצֹ֣ו יִשְׁאָ֔ל וּמַקְלֹ֖ו יַגִּ֣יד לֹ֑ו כִּ֣י ר֤וּחַ זְנוּנִים֙ הִתְעָ֔ה וַיִּזְנ֖וּ מִתַּ֥חַת אֱלֹהֵיהֶֽם׃ 12
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
עַל־רָאשֵׁ֨י הֶהָרִ֜ים יְזַבֵּ֗חוּ וְעַל־הַגְּבָעֹות֙ יְקַטֵּ֔רוּ תַּ֣חַת אַלֹּ֧ון וְלִבְנֶ֛ה וְאֵלָ֖ה כִּ֣י טֹ֣וב צִלָּ֑הּ עַל־כֵּ֗ן תִּזְנֶ֙ינָה֙ בְּנֹ֣ותֵיכֶ֔ם וְכַלֹּותֵיכֶ֖ם תְּנָאַֽפְנָה׃ 13
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
לֹֽא־אֶפְקֹ֨וד עַל־בְּנֹותֵיכֶ֜ם כִּ֣י תִזְנֶ֗ינָה וְעַל־כַּלֹּֽותֵיכֶם֙ כִּ֣י תְנָאַ֔פְנָה כִּי־הֵם֙ עִם־הַזֹּנֹ֣ות יְפָרֵ֔דוּ וְעִם־הַקְּדֵשֹׁ֖ות יְזַבֵּ֑חוּ וְעָ֥ם לֹֽא־יָבִ֖ין יִלָּבֵֽט׃ 14
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
אִם־זֹנֶ֤ה אַתָּה֙ יִשְׂרָאֵ֔ל אַל־יֶאְשַׁ֖ם יְהוּדָ֑ה וְאַל־תָּבֹ֣אוּ הַגִּלְגָּ֗ל וְאַֽל־תַּעֲלוּ֙ בֵּ֣ית אָ֔וֶן וְאַל־תִּשָּׁבְע֖וּ חַי־יְהוָֽה׃ 15
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
כִּ֚י כְּפָרָ֣ה סֹֽרֵרָ֔ה סָרַ֖ר יִשְׂרָאֵ֑ל עַתָּה֙ יִרְעֵ֣ם יְהוָ֔ה כְּכֶ֖בֶשׂ בַּמֶּרְחָֽב׃ 16
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
חֲב֧וּר עֲצַבִּ֛ים אֶפְרָ֖יִם הַֽנַּֽח־לֹֽו׃ 17
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
סָ֖ר סָבְאָ֑ם הַזְנֵ֣ה הִזְנ֔וּ אָהֲב֥וּ הֵב֛וּ קָלֹ֖ון מָגִנֶּֽיהָ׃ 18
ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
צָרַ֥ר ר֛וּחַ אֹותָ֖הּ בִּכְנָפֶ֑יהָ וְיֵבֹ֖שׁוּ מִזִּבְחֹותָֽם׃ ס 19
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।

< הוֹשֵׁעַ 4 >