< הוֹשֵׁעַ 6 >

לְכוּ֙ וְנָשׁ֣וּבָה אֶל־יְהוָ֔ה כִּ֛י ה֥וּא טָרָ֖ף וְיִרְפָּאֵ֑נוּ יַ֖ךְ וְיַחְבְּשֵֽׁנוּ׃ 1
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
יְחַיֵּ֖נוּ מִיֹּמָ֑יִם בַּיֹּום֙ הַשְּׁלִישִׁ֔י יְקִמֵ֖נוּ וְנִחְיֶ֥ה לְפָנָֽיו׃ 2
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
וְנֵדְעָ֣ה נִרְדְּפָ֗ה לָדַ֙עַת֙ אֶת־יְהוָ֔ה כְּשַׁ֖חַר נָכֹ֣ון מֹֽוצָאֹ֑ו וְיָבֹ֤וא כַגֶּ֙שֶׁם֙ לָ֔נוּ כְּמַלְקֹ֖ושׁ יֹ֥ורֶה אָֽרֶץ׃ 3
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
מָ֤ה אֶֽעֱשֶׂה־לְּךָ֙ אֶפְרַ֔יִם מָ֥ה אֶעֱשֶׂה־לְּךָ֖ יְהוּדָ֑ה וְחַסְדְּכֶם֙ כַּֽעֲנַן־בֹּ֔קֶר וְכַטַּ֖ל מַשְׁכִּ֥ים הֹלֵֽךְ׃ 4
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
עַל־כֵּ֗ן חָצַ֙בְתִּי֙ בַּנְּבִיאִ֔ים הֲרַגְתִּ֖ים בְּאִמְרֵי־פִ֑י וּמִשְׁפָּטֶ֖יךָ אֹ֥ור יֵצֵֽא׃ 5
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
כִּ֛י חֶ֥סֶד חָפַ֖צְתִּי וְלֹא־זָ֑בַח וְדַ֥עַת אֱלֹהִ֖ים מֵעֹלֹֽות׃ 6
କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
וְהֵ֕מָּה כְּאָדָ֖ם עָבְר֣וּ בְרִ֑ית שָׁ֖ם בָּ֥גְדוּ בִֽי׃ 7
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
גִּלְעָ֕ד קִרְיַ֖ת פֹּ֣עֲלֵי אָ֑וֶן עֲקֻבָּ֖ה מִדָּֽם׃ 8
ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
וּכְחַכֵּ֨י אִ֜ישׁ גְּדוּדִ֗ים חֶ֚בֶר כֹּֽהֲנִ֔ים דֶּ֖רֶךְ יְרַצְּחוּ־שֶׁ֑כְמָה כִּ֥י זִמָּ֖ה עָשֽׂוּ׃ 9
ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
בְּבֵית֙ יִשְׂרָאֵ֔ל רָאִ֖יתִי שַׁעֲרִירִיָּה (שַׁעֲרֽוּרִיָּ֑ה) שָׁ֚ם זְנ֣וּת לְאֶפְרַ֔יִם נִטְמָ֖א יִשְׂרָאֵֽל׃ 10
ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
גַּם־יְהוּדָ֕ה שָׁ֥ת קָצִ֖יר לָ֑ךְ בְּשׁוּבִ֖י שְׁב֥וּת עַמִּֽי׃ פ 11
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।

< הוֹשֵׁעַ 6 >