< הוֹשֵׁעַ 9 >

אַל־תִּשְׂמַ֨ח יִשְׂרָאֵ֤ל ׀ אֶל־גִּיל֙ כָּֽעַמִּ֔ים כִּ֥י זָנִ֖יתָ מֵעַ֣ל אֱלֹהֶ֑יךָ אָהַ֣בְתָּ אֶתְנָ֔ן עַ֖ל כָּל־גָּרְנֹ֥ות דָּגָֽן׃ 1
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
גֹּ֥רֶן וָיֶ֖קֶב לֹ֣א יִרְעֵ֑ם וְתִירֹ֖ושׁ יְכַ֥חֶשׁ בָּֽהּ׃ 2
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
לֹ֥א יֵשְׁב֖וּ בְּאֶ֣רֶץ יְהוָ֑ה וְשָׁ֤ב אֶפְרַ֙יִם֙ מִצְרַ֔יִם וּבְאַשּׁ֖וּר טָמֵ֥א יֹאכֵֽלוּ׃ 3
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
לֹא־יִסְּכ֨וּ לַיהוָ֥ה ׀ יַיִן֮ וְלֹ֣א יֶֽעֶרְבוּ־לֹו֒ זִבְחֵיהֶ֗ם כְּלֶ֤חֶם אֹונִים֙ לָהֶ֔ם כָּל־אֹכְלָ֖יו יִטַמָּ֑אוּ כִּֽי־לַחְמָ֣ם לְנַפְשָׁ֔ם לֹ֥א יָבֹ֖וא בֵּ֥ית יְהוָֽה׃ 4
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
מַֽה־תַּעֲשׂ֖וּ לְיֹ֣ום מֹועֵ֑ד וּלְיֹ֖ום חַג־יְהוָֽה׃ 5
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
כִּֽי־הִנֵּ֤ה הָֽלְכוּ֙ מִשֹּׁ֔ד מִצְרַ֥יִם תְּקַבְּצֵ֖ם מֹ֣ף תְּקַבְּרֵ֑ם מַחְמַ֣ד לְכַסְפָּ֗ם קִמֹּושׂ֙ יִֽירָשֵׁ֔ם חֹ֖וחַ בְּאָהֳלֵיהֶֽם׃ 6
କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
בָּ֣אוּ ׀ יְמֵ֣י הַפְּקֻדָּ֗ה בָּ֚אוּ יְמֵ֣י הַשִׁלֻּ֔ם יֵדְע֖וּ יִשְׂרָאֵ֑ל אֱוִ֣יל הַנָּבִ֗יא מְשֻׁגָּע֙ אִ֣ישׁ הָר֔וּחַ עַ֚ל רֹ֣ב עֲוֹנְךָ֔ וְרַבָּ֖ה מַשְׂטֵמָֽה׃ 7
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
צֹפֶ֥ה אֶפְרַ֖יִם עִם־אֱלֹהָ֑י נָבִ֞יא פַּ֤ח יָקֹושׁ֙ עַל־כָּל־דְּרָכָ֔יו מַשְׂטֵמָ֖ה בְּבֵ֥ית אֱלֹהָֽיו׃ 8
ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
הֶעְמִֽיקוּ־שִׁחֵ֖תוּ כִּימֵ֣י הַגִּבְעָ֑ה יִזְכֹּ֣ור עֲוֹנָ֔ם יִפְקֹ֖וד חַטֹּאותָֽם׃ ס 9
ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
כַּעֲנָבִ֣ים בַּמִּדְבָּ֗ר מָצָ֙אתִי֙ יִשְׂרָאֵ֔ל כְּבִכּוּרָ֤ה בִתְאֵנָה֙ בְּרֵ֣אשִׁיתָ֔הּ רָאִ֖יתִי אֲבֹֽותֵיכֶ֑ם הֵ֜מָּה בָּ֣אוּ בַֽעַל־פְּעֹ֗ור וַיִּנָּֽזְרוּ֙ לַבֹּ֔שֶׁת וַיִּהְי֥וּ שִׁקּוּצִ֖ים כְּאָהֳבָֽם׃ 10
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
אֶפְרַ֕יִם כָּעֹ֖וף יִתְעֹופֵ֣ף כְּבֹודָ֑ם מִלֵּדָ֥ה וּמִבֶּ֖טֶן וּמֵהֵרָיֹֽון׃ 11
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
כִּ֤י אִם־יְגַדְּלוּ֙ אֶת־בְּנֵיהֶ֔ם וְשִׁכַּלְתִּ֖ים מֵֽאָדָ֑ם כִּֽי־גַם־אֹ֥וי לָהֶ֖ם בְּשׂוּרִ֥י מֵהֶֽם׃ 12
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
אֶפְרַ֛יִם כַּאֲשֶׁר־רָאִ֥יתִי לְצֹ֖ור שְׁתוּלָ֣ה בְנָוֶ֑ה וְאֶפְרַ֕יִם לְהֹוצִ֥יא אֶל־הֹרֵ֖ג בָּנָֽיו׃ 13
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
תֵּן־לָהֶ֥ם יְהוָ֖ה מַה־תִּתֵּ֑ן תֵּן־לָהֶם֙ רֶ֣חֶם מַשְׁכִּ֔יל וְשָׁדַ֖יִם צֹמְקִֽים׃ 14
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
כָּל־רָעָתָ֤ם בַּגִּלְגָּל֙ כִּֽי־שָׁ֣ם שְׂנֵאתִ֔ים עַ֚ל רֹ֣עַ מַֽעַלְלֵיהֶ֔ם מִבֵּיתִ֖י אֲגָרְשֵׁ֑ם לֹ֤א אֹוסֵף֙ אַהֲבָתָ֔ם כָּל־שָׂרֵיהֶ֖ם סֹרְרִֽים׃ 15
ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
הֻכָּ֣ה אֶפְרַ֔יִם שָׁרְשָׁ֥ם יָבֵ֖שׁ פְּרִ֣י בְלִי־ (בַֽל)־יַעֲשׂ֑וּן גַּ֚ם כִּ֣י יֵֽלֵד֔וּן וְהֵמַתִּ֖י מַחֲמַדֵּ֥י בִטְנָֽם׃ ס 16
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
יִמְאָסֵ֣ם אֱלֹהַ֔י כִּ֛י לֹ֥א שָׁמְע֖וּ לֹ֑ו וְיִהְי֥וּ נֹדְדִ֖ים בַּגֹּויִֽם׃ ס 17
ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

< הוֹשֵׁעַ 9 >