< יְשַׁעְיָהוּ 33 >

הֹ֣וי שֹׁודֵ֗ד וְאַתָּה֙ לֹ֣א שָׁד֔וּד וּבֹוגֵ֖ד וְלֹא־בָ֣גְדוּ בֹ֑ו כַּהֲתִֽמְךָ֤ שֹׁודֵד֙ תּוּשַּׁ֔ד כַּנְּלֹתְךָ֥ לִבְגֹּ֖ד יִבְגְּדוּ־בָֽךְ׃ ס 1
ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
יְהוָ֥ה חָנֵּ֖נוּ לְךָ֣ קִוִּ֑ינוּ הֱיֵ֤ה זְרֹעָם֙ לַבְּקָרִ֔ים אַף־יְשׁוּעָתֵ֖נוּ בְּעֵ֥ת צָרָֽה׃ 2
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
מִקֹּ֣ול הָמֹ֔ון נָדְד֖וּ עַמִּ֑ים מֵרֹ֣ומְמֻתֶ֔ךָ נָפְצ֖וּ גֹּויִֽם׃ 3
କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
וְאֻסַּ֣ף שְׁלַלְכֶ֔ם אֹ֖סֶף הֶֽחָסִ֑יל כְּמַשַּׁ֥ק גֵּבִ֖ים שֹׁוקֵ֥ק בֹּֽו׃ 4
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
נִשְׂגָּ֣ב יְהוָ֔ה כִּ֥י שֹׁכֵ֖ן מָרֹ֑ום מִלֵּ֣א צִיֹּ֔ון מִשְׁפָּ֖ט וּצְדָקָֽה׃ 5
ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
וְהָיָה֙ אֱמוּנַ֣ת עִתֶּ֔יךָ חֹ֥סֶן יְשׁוּעֹ֖ת חָכְמַ֣ת וָדָ֑עַת יִרְאַ֥ת יְהוָ֖ה הִ֥יא אֹוצָרֹֽו׃ ס 6
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
הֵ֚ן אֶרְאֶלָּ֔ם צָעֲק֖וּ חֻ֑צָה מַלְאֲכֵ֣י שָׁלֹ֔ום מַ֖ר יִבְכָּיֽוּן׃ 7
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
נָשַׁ֣מּוּ מְסִלֹּ֔ות שָׁבַ֖ת עֹבֵ֣ר אֹ֑רַח הֵפֵ֤ר בְּרִית֙ מָאַ֣ס עָרִ֔ים לֹ֥א חָשַׁ֖ב אֱנֹֽושׁ׃ 8
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
אָבַ֤ל אֻמְלְלָה֙ אָ֔רֶץ הֶחְפִּ֥יר לְבָנֹ֖ון קָמַ֑ל הָיָ֤ה הַשָּׁרֹון֙ כָּֽעֲרָבָ֔ה וְנֹעֵ֥ר בָּשָׁ֖ן וְכַרְמֶֽל׃ 9
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ ପତ୍ର ଝାଡ଼ି ଦେଉଅଛନ୍ତି।
עַתָּ֥ה אָק֖וּם יֹאמַ֣ר יְהוָ֑ה עַתָּה֙ אֵֽרֹומָ֔ם עַתָּ֖ה אֶנָּשֵֽׂא׃ 10
ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
תַּהֲר֥וּ חֲשַׁ֖שׁ תֵּ֣לְדוּ קַ֑שׁ רוּחֲכֶ֕ם אֵ֖שׁ תֹּאכַלְכֶֽם׃ 11
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
וְהָי֥וּ עַמִּ֖ים מִשְׂרְפֹ֣ות שִׂ֑יד קֹוצִ֥ים כְּסוּחִ֖ים בָּאֵ֥שׁ יִצַּֽתּוּ׃ ס 12
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
שִׁמְע֥וּ רְחֹוקִ֖ים אֲשֶׁ֣ר עָשִׂ֑יתִי וּדְע֥וּ קְרֹובִ֖ים גְּבֻרָתִֽי׃ 13
ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
פָּחֲד֤וּ בְצִיֹּון֙ חַטָּאִ֔ים אָחֲזָ֥ה רְעָדָ֖ה חֲנֵפִ֑ים מִ֣י ׀ יָג֣וּר לָ֗נוּ אֵ֚שׁ אֹוכֵלָ֔ה מִי־יָג֥וּר לָ֖נוּ מֹוקְדֵ֥י עֹולָֽם׃ 14
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?
הֹלֵ֣ךְ צְדָקֹ֔ות וְדֹבֵ֖ר מֵֽישָׁרִ֑ים מֹאֵ֞ס בְּבֶ֣צַע מַעֲשַׁקֹּ֗ות נֹעֵ֤ר כַּפָּיו֙ מִתְּמֹ֣ךְ בַּשֹּׁ֔חַד אֹטֵ֤ם אָזְנֹו֙ מִשְּׁמֹ֣עַ דָּמִ֔ים וְעֹצֵ֥ם עֵינָ֖יו מֵרְאֹ֥ות בְּרֽ͏ָע׃ 15
ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
ה֚וּא מְרֹומִ֣ים יִשְׁכֹּ֔ן מְצָדֹ֥ות סְלָעִ֖ים מִשְׂגַּבֹּ֑ו לַחְמֹ֣ו נִתָּ֔ן מֵימָ֖יו נֶאֱמָנִֽים׃ 16
ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
מֶ֥לֶךְ בְּיָפְיֹ֖ו תֶּחֱזֶ֣ינָה עֵינֶ֑יךָ תִּרְאֶ֖ינָה אֶ֥רֶץ מַרְחַקִּֽים׃ 17
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
לִבְּךָ֖ יֶהְגֶּ֣ה אֵימָ֑ה אַיֵּ֤ה סֹפֵר֙ אַיֵּ֣ה שֹׁקֵ֔ל אַיֵּ֖ה סֹפֵ֥ר אֶת־הַמִּגְדָּלִֽים׃ 18
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
אֶת־עַ֥ם נֹועָ֖ז לֹ֣א תִרְאֶ֑ה עַ֣ם עִמְקֵ֤י שָׂפָה֙ מִשְּׁמֹ֔ועַ נִלְעַ֥ג לָשֹׁ֖ון אֵ֥ין בִּינָֽה׃ 19
ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍‍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
חֲזֵ֣ה צִיֹּ֔ון קִרְיַ֖ת מֹֽועֲדֵ֑נוּ עֵינֶיךָ֩ תִרְאֶ֨ינָה יְרוּשָׁלַ֜͏ִם נָוֶ֣ה שַׁאֲנָ֗ן אֹ֤הֶל בַּל־יִצְעָן֙ בַּל־יִסַּ֤ע יְתֵֽדֹתָיו֙ לָנֶ֔צַח וְכָל־חֲבָלָ֖יו בַּל־יִנָּתֵֽקוּ׃ 20
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
כִּ֣י אִם־שָׁ֞ם אַדִּ֤יר יְהוָה֙ לָ֔נוּ מְקֹום־נְהָרִ֥ים יְאֹרִ֖ים רַחֲבֵ֣י יָדָ֑יִם בַּל־תֵּ֤לֶךְ בֹּו֙ אֳנִי־שַׁ֔יִט וְצִ֥י אַדִּ֖יר לֹ֥א יַעַבְרֶֽנּוּ׃ 21
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
כִּ֤י יְהוָה֙ שֹׁפְטֵ֔נוּ יְהוָ֖ה מְחֹקְקֵ֑נוּ יְהוָ֥ה מַלְכֵּ֖נוּ ה֥וּא יֹושִׁיעֵֽנוּ׃ 22
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
נִטְּשׁ֖וּ חֲבָלָ֑יִךְ בַּל־יְחַזְּק֤וּ כֵן־תָּרְנָם֙ בַּל־פָּ֣רְשׂוּ נֵ֔ס אָ֣ז חֻלַּ֤ק עַֽד־שָׁלָל֙ מַרְבֶּ֔ה פִּסְחִ֖ים בָּ֥זְזוּ בַֽז׃ 23
ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
וּבַל־יֹאמַ֥ר שָׁכֵ֖ן חָלִ֑יתִי הָעָ֛ם הַיֹּשֵׁ֥ב בָּ֖הּ נְשֻׂ֥א עָוֹֽן׃ 24
ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।

< יְשַׁעְיָהוּ 33 >