< יְשַׁעְיָהוּ 45 >

כֹּה־אָמַ֣ר יְהוָה֮ לִמְשִׁיחֹו֮ לְכֹ֣ורֶשׁ אֲשֶׁר־הֶחֱזַ֣קְתִּי בִֽימִינֹ֗ו לְרַד־לְפָנָיו֙ גֹּויִ֔ם וּמָתְנֵ֥י מְלָכִ֖ים אֲפַתֵּ֑חַ לִפְתֹּ֤חַ לְפָנָיו֙ דְּלָתַ֔יִם וּשְׁעָרִ֖ים לֹ֥א יִסָּגֵֽרוּ׃ 1
ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
אֲנִי֙ לְפָנֶ֣יךָ אֵלֵ֔ךְ וַהֲדוּרִ֖ים אֹושִׁר (אֲיַשֵּׁ֑ר) דַּלְתֹ֤ות נְחוּשָׁה֙ אֲשַׁבֵּ֔ר וּבְרִיחֵ֥י בַרְזֶ֖ל אֲגַדֵּֽעַ׃ 2
“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
וְנָתַתִּ֤י לְךָ֙ אֹוצְרֹ֣ות חֹ֔שֶׁךְ וּמַטְמֻנֵ֖י מִסְתָּרִ֑ים לְמַ֣עַן תֵּדַ֗ע כִּֽי־אֲנִ֧י יְהוָ֛ה הַקֹּורֵ֥א בְשִׁמְךָ֖ אֱלֹהֵ֥י יִשְׂרָאֵֽל׃ 3
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।
לְמַ֙עַן֙ עַבְדִּ֣י יַעֲקֹ֔ב וְיִשְׂרָאֵ֖ל בְּחִירִ֑י וָאֶקְרָ֤א לְךָ֙ בִּשְׁמֶ֔ךָ אֲכַנְּךָ֖ וְלֹ֥א יְדַעְתָּֽנִי׃ 4
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
אֲנִ֤י יְהוָה֙ וְאֵ֣ין עֹ֔וד זוּלָתִ֖י אֵ֣ין אֱלֹהִ֑ים אֲאַזֶּרְךָ֖ וְלֹ֥א יְדַעְתָּֽנִי׃ 5
ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
לְמַ֣עַן יֵדְע֗וּ מִמִּזְרַח־שֶׁ֙מֶשׁ֙ וּמִמַּ֣עֲרָבָ֔ה כִּי־אֶ֖פֶס בִּלְעָדָ֑י אֲנִ֥י יְהוָ֖ה וְאֵ֥ין עֹֽוד׃ 6
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
יֹוצֵ֥ר אֹור֙ וּבֹורֵ֣א חֹ֔שֶׁךְ עֹשֶׂ֥ה שָׁלֹ֖ום וּבֹ֣ורֵא רָ֑ע אֲנִ֥י יְהוָ֖ה עֹשֶׂ֥ה כָל־אֵֽלֶּה׃ ס 7
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
הַרְעִ֤יפוּ שָׁמַ֙יִם֙ מִמַּ֔עַל וּשְׁחָקִ֖ים יִזְּלוּ־צֶ֑דֶק תִּפְתַּח־אֶ֣רֶץ וְיִפְרוּ־יֶ֗שַׁע וּצְדָקָ֤ה תַצְמִ֙יחַ֙ יַ֔חַד אֲנִ֥י יְהוָ֖ה בְּרָאתִֽיו׃ ס 8
ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
הֹ֗וי רָ֚ב אֶת־יֹ֣צְרֹ֔ו חֶ֖רֶשׂ אֶת־חַרְשֵׂ֣י אֲדָמָ֑ה הֲיֹאמַ֙ר חֹ֤מֶר לְיֹֽצְרֹו֙ מַֽה־תַּעֲשֶׂ֔ה וּפָעָלְךָ֖ אֵין־יָדַ֥יִם לֹֽו׃ ס 9
ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’
הֹ֛וי אֹמֵ֥ר לְאָ֖ב מַה־תֹּולִ֑יד וּלְאִשָּׁ֖ה מַה־תְּחִילִֽין׃ ס 10
ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”
כֹּֽה־אָמַ֧ר יְהוָ֛ה קְדֹ֥ושׁ יִשְׂרָאֵ֖ל וְיֹצְרֹ֑ו הָאֹתִיֹּ֣ות שְׁאָל֔וּנִי עַל־בָּנַ֛י וְעַל־פֹּ֥עַל יָדַ֖י תְּצַוֻּֽנִי׃ 11
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
אָֽנֹכִי֙ עָשִׂ֣יתִי אֶ֔רֶץ וְאָדָ֖ם עָלֶ֣יהָ בָרָ֑אתִי אֲנִ֗י יָדַי֙ נָט֣וּ שָׁמַ֔יִם וְכָל־צְבָאָ֖ם צִוֵּֽיתִי׃ 12
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
אָנֹכִי֙ הַעִירֹתִ֣הֽוּ בְצֶ֔דֶק וְכָל־דְּרָכָ֖יו אֲיַשֵּׁ֑ר הֽוּא־יִבְנֶ֤ה עִירִי֙ וְגָלוּתִ֣י יְשַׁלֵּ֔חַ לֹ֤א בִמְחִיר֙ וְלֹ֣א בְשֹׁ֔חַד אָמַ֖ר יְהוָ֥ה צְבָאֹֽות׃ פ 13
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
כֹּ֣ה ׀ אָמַ֣ר יְהוָ֗ה יְגִ֨יעַ מִצְרַ֥יִם וּֽסְחַר־כּוּשׁ֮ וּסְבָאִים֮ אַנְשֵׁ֣י מִדָּה֒ עָלַ֤יִךְ יַעֲבֹ֙רוּ֙ וְלָ֣ךְ יִֽהְי֔וּ אַחֲרַ֣יִךְ יֵלֵ֔כוּ בַּזִּקִּ֖ים יַעֲבֹ֑רוּ וְאֵלַ֤יִךְ יִֽשְׁתַּחֲוּוּ֙ אֵלַ֣יִךְ יִתְפַּלָּ֔לוּ אַ֣ךְ בָּ֥ךְ אֵ֛ל וְאֵ֥ין עֹ֖וד אֶ֥פֶס אֱלֹהִֽים׃ 14
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
אָכֵ֕ן אַתָּ֖ה אֵ֣ל מִסְתַּתֵּ֑ר אֱלֹהֵ֥י יִשְׂרָאֵ֖ל מֹושִֽׁיעַ׃ 15
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
בֹּ֥ושׁוּ וְגַֽם־נִכְלְמ֖וּ כֻּלָּ֑ם יַחְדָּו֙ הָלְכ֣וּ בַכְּלִמָּ֔ה חָרָשֵׁ֖י צִירִֽים׃ 16
ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
יִשְׂרָאֵל֙ נֹושַׁ֣ע בַּיהוָ֔ה תְּשׁוּעַ֖ת עֹולָמִ֑ים לֹא־תֵבֹ֥שׁוּ וְלֹא־תִכָּלְמ֖וּ עַד־עֹ֥ולְמֵי עַֽד׃ פ 17
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
כִּ֣י כֹ֣ה אָֽמַר־יְ֠הוָה בֹּורֵ֨א הַשָּׁמַ֜יִם ה֣וּא הָאֱלֹהִ֗ים יֹצֵ֨ר הָאָ֤רֶץ וְעֹשָׂהּ֙ ה֣וּא כֹֽונְנָ֔הּ לֹא־תֹ֥הוּ בְרָאָ֖הּ לָשֶׁ֣בֶת יְצָרָ֑הּ אֲנִ֥י יְהוָ֖ה וְאֵ֥ין עֹֽוד׃ 18
କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
לֹ֧א בַסֵּ֣תֶר דִּבַּ֗רְתִּי בִּמְקֹום֙ אֶ֣רֶץ חֹ֔שֶׁךְ לֹ֥א אָמַ֛רְתִּי לְזֶ֥רַע יַעֲקֹ֖ב תֹּ֣הוּ בַקְּשׁ֑וּנִי אֲנִ֤י יְהוָה֙ דֹּבֵ֣ר צֶ֔דֶק מַגִּ֖יד מֵישָׁרִֽים׃ 19
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।
הִקָּבְצ֥וּ וָבֹ֛אוּ הִֽתְנַגְּשׁ֥וּ יַחְדָּ֖ו פְּלִיטֵ֣י הַגֹּויִ֑ם לֹ֣א יָדְע֗וּ הַנֹּֽשְׂאִים֙ אֶת־עֵ֣ץ פִּסְלָ֔ם וּמִתְפַּלְלִ֔ים אֶל־אֵ֖ל לֹ֥א יֹושִֽׁיעַ׃ 20
ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
הַגִּ֣ידוּ וְהַגִּ֔ישׁוּ אַ֥ף יִֽוָּעֲצ֖וּ יַחְדָּ֑ו מִ֣י הִשְׁמִיעַ֩ זֹ֨את מִקֶּ֜דֶם מֵאָ֣ז הִגִּידָ֗הּ הֲלֹ֨וא אֲנִ֤י יְהוָה֙ וְאֵֽין־עֹ֤וד אֱלֹהִים֙ מִבַּלְעָדַ֔י אֵֽל־צַדִּ֣יק וּמֹושִׁ֔יעַ אַ֖יִן זוּלָתִֽי׃ 21
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
פְּנוּ־אֵלַ֥י וְהִוָּשְׁע֖וּ כָּל־אַפְסֵי־אָ֑רֶץ כִּ֥י אֲנִי־אֵ֖ל וְאֵ֥ין עֹֽוד׃ 22
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
בִּ֣י נִשְׁבַּ֔עְתִּי יָצָ֨א מִפִּ֧י צְדָקָ֛ה דָּבָ֖ר וְלֹ֣א יָשׁ֑וּב כִּי־לִי֙ תִּכְרַ֣ע כָּל־בֶּ֔רֶךְ תִּשָּׁבַ֖ע כָּל־לָשֹֽׁון׃ 23
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’
אַ֧ךְ בַּיהוָ֛ה לִ֥י אָמַ֖ר צְדָקֹ֣ות וָעֹ֑ז עָדָיו֙ יָבֹ֣וא וְיֵבֹ֔שׁוּ כֹּ֖ל הַנֶּחֱרִ֥ים בֹּֽו׃ 24
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
בַּיהוָ֛ה יִצְדְּק֥וּ וְיִֽתְהַלְל֖וּ כָּל־זֶ֥רַע יִשְׂרָאֵֽל׃ 25
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”

< יְשַׁעְיָהוּ 45 >