< יְשַׁעְיָהוּ 49 >

שִׁמְע֤וּ אִיִּים֙ אֵלַ֔י וְהַקְשִׁ֥יבוּ לְאֻמִּ֖ים מֵרָחֹ֑וק יְהוָה֙ מִבֶּ֣טֶן קְרָאָ֔נִי מִמְּעֵ֥י אִמִּ֖י הִזְכִּ֥יר שְׁמִֽי׃ 1
ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
וַיָּ֤שֶׂם פִּי֙ כְּחֶ֣רֶב חַדָּ֔ה בְּצֵ֥ל יָדֹ֖ו הֶחְבִּיאָ֑נִי וַיְשִׂימֵ֙נִי֙ לְחֵ֣ץ בָּר֔וּר בְּאַשְׁפָּתֹ֖ו הִסְתִּירָֽנִי׃ 2
ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
וַיֹּ֥אמֶר לִ֖י עַבְדִּי־אָ֑תָּה יִשְׂרָאֵ֕ל אֲשֶׁר־בְּךָ֖ אֶתְפָּאָֽר׃ 3
ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
וַאֲנִ֤י אָמַ֙רְתִּי֙ לְרִ֣יק יָגַ֔עְתִּי לְתֹ֥הוּ וְהֶ֖בֶל כֹּחִ֣י כִלֵּ֑יתִי אָכֵן֙ מִשְׁפָּטִ֣י אֶת־יְהוָ֔ה וּפְעֻלָּתִ֖י אֶת־אֱלֹהָֽי׃ 4
ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”
וְעַתָּ֣ה ׀ אָמַ֣ר יְהוָ֗ה יֹצְרִ֤י מִבֶּ֙טֶן֙ לְעֶ֣בֶד לֹ֔ו לְשֹׁובֵ֤ב יַֽעֲקֹב֙ אֵלָ֔יו וְיִשְׂרָאֵ֖ל לֹא (לֹ֣ו) יֵאָסֵ֑ף וְאֶכָּבֵד֙ בְּעֵינֵ֣י יְהוָ֔ה וֵאלֹהַ֖י הָיָ֥ה עֻזִּֽי׃ 5
ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି);
וַיֹּ֗אמֶר נָקֵ֨ל מִֽהְיֹותְךָ֥ לִי֙ עֶ֔בֶד לְהָקִים֙ אֶת־שִׁבְטֵ֣י יַעֲקֹ֔ב וּנְצִירֵי (וּנְצוּרֵ֥י) יִשְׂרָאֵ֖ל לְהָשִׁ֑יב וּנְתַתִּ֙יךָ֙ לְאֹ֣ור גֹּויִ֔ם לִֽהְיֹ֥ות יְשׁוּעָתִ֖י עַד־קְצֵ֥ה הָאָֽרֶץ׃ ס 6
ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
כֹּ֣ה אָֽמַר־יְהוָה֩ גֹּאֵ֨ל יִשְׂרָאֵ֜ל קְדֹושֹׁ֗ו לִבְזֹה־נֶ֜פֶשׁ לִמְתָ֤עֵֽב גֹּוי֙ לְעֶ֣בֶד מֹשְׁלִ֔ים מְלָכִים֙ יִרְא֣וּ וָקָ֔מוּ שָׂרִ֖ים וְיִֽשְׁתַּחֲוּ֑וּ לְמַ֤עַן יְהוָה֙ אֲשֶׁ֣ר נֶאֱמָ֔ן קְדֹ֥שׁ יִשְׂרָאֵ֖ל וַיִּבְחָרֶֽךָּ׃ 7
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
כֹּ֣ה ׀ אָמַ֣ר יְהוָ֗ה בְּעֵ֤ת רָצֹון֙ עֲנִיתִ֔יךָ וּבְיֹ֥ום יְשׁוּעָ֖ה עֲזַרְתִּ֑יךָ וְאֶצָּרְךָ֗ וְאֶתֶּנְךָ֙ לִבְרִ֣ית עָ֔ם לְהָקִ֣ים אֶ֔רֶץ לְהַנְחִ֖יל נְחָלֹ֥ות שֹׁמֵמֹֽות׃ 8
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
לֵאמֹ֤ר לַֽאֲסוּרִים֙ צֵ֔אוּ לַאֲשֶׁ֥ר בַּחֹ֖שֶׁךְ הִגָּל֑וּ עַל־דְּרָכִ֣ים יִרְע֔וּ וּבְכָל־שְׁפָיִ֖ים מַרְעִיתָֽם׃ 9
ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
לֹ֤א יִרְעָ֙בוּ֙ וְלֹ֣א יִצְמָ֔אוּ וְלֹא־יַכֵּ֥ם שָׁרָ֖ב וָשָׁ֑מֶשׁ כִּי־מְרַחֲמָ֣ם יְנַהֲגֵ֔ם וְעַל־מַבּ֥וּעֵי מַ֖יִם יְנַהֲלֵֽם׃ 10
ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
וְשַׂמְתִּ֥י כָל־הָרַ֖י לַדָּ֑רֶךְ וּמְסִלֹּתַ֖י יְרֻמֽוּן׃ 11
ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।
הִנֵּה־אֵ֕לֶּה מֵרָחֹ֖וק יָבֹ֑אוּ וְהִֽנֵּה־אֵ֙לֶּה֙ מִצָּפֹ֣ון וּמִיָּ֔ם וְאֵ֖לֶּה מֵאֶ֥רֶץ סִינִֽים׃ 12
ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”
רָנּ֤וּ שָׁמַ֙יִם֙ וְגִ֣ילִי אָ֔רֶץ יִפְצְחוּ (וּפִצְח֥וּ) הָרִ֖ים רִנָּ֑ה כִּֽי־נִחַ֤ם יְהוָה֙ עַמֹּ֔ו וַעֲנִיָּ֖ו יְרַחֵֽם׃ ס 13
ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
וַתֹּ֥אמֶר צִיֹּ֖ון עֲזָבַ֣נִי יְהוָ֑ה וַאדֹנָ֖י שְׁכֵחָֽנִי׃ 14
ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”
הֲתִשְׁכַּ֤ח אִשָּׁה֙ עוּלָ֔הּ מֵרַחֵ֖ם בֶּן־בִּטְנָ֑הּ גַּם־אֵ֣לֶּה תִשְׁכַּ֔חְנָה וְאָנֹכִ֖י לֹ֥א אֶשְׁכָּחֵֽךְ׃ 15
“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
הֵ֥ן עַל־כַּפַּ֖יִם חַקֹּתִ֑יךְ חֹומֹתַ֥יִךְ נֶגְדִּ֖י תָּמִֽיד׃ 16
ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
מִֽהֲר֖וּ בָּנָ֑יִךְ מְהָֽרְסַ֥יִךְ וּמַחֲרִבַ֖יִךְ מִמֵּ֥ךְ יֵצֵֽאוּ׃ 17
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
שְׂאִֽי־סָבִ֤יב עֵינַ֙יִךְ֙ וּרְאִ֔י כֻּלָּ֖ם נִקְבְּצ֣וּ בָֽאוּ־לָ֑ךְ חַי־אָ֣נִי נְאֻם־יְהוָ֗ה כִּ֤י כֻלָּם֙ כָּעֲדִ֣י תִלְבָּ֔שִׁי וּֽתְקַשְּׁרִ֖ים כַּכַּלָּֽה׃ 18
ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”
כִּ֤י חָרְבֹתַ֙יִךְ֙ וְשֹׁ֣מְמֹתַ֔יִךְ וְאֶ֖רֶץ הֲרִֽסֻתֵ֑יךְ כִּ֤י עַתָּה֙ תֵּצְרִ֣י מִיֹּושֵׁ֔ב וְרָחֲק֖וּ מְבַלְּעָֽיִךְ׃ 19
କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
עֹ֚וד יֹאמְר֣וּ בְאָזְנַ֔יִךְ בְּנֵ֖י שִׁכֻּלָ֑יִךְ צַר־לִ֥י הַמָּקֹ֖ום גְּשָׁה־לִּ֥י וְאֵשֵֽׁבָה׃ 20
ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’
וְאָמַ֣רְתְּ בִּלְבָבֵ֗ךְ מִ֤י יָֽלַד־לִי֙ אֶת־אֵ֔לֶּה וַאֲנִ֥י שְׁכוּלָ֖ה וְגַלְמוּדָ֑ה גֹּלָ֣ה ׀ וְסוּרָ֗ה וְאֵ֙לֶּה֙ מִ֣י גִדֵּ֔ל הֵ֤ן אֲנִי֙ נִשְׁאַ֣רְתִּי לְבַדִּ֔י אֵ֖לֶּה אֵיפֹ֥ה הֵֽם׃ פ 21
ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”
כֹּֽה־אָמַ֞ר אֲדֹנָ֣י יְהוִ֗ה הִנֵּ֨ה אֶשָּׂ֤א אֶל־גֹּויִם֙ יָדִ֔י וְאֶל־עַמִּ֖ים אָרִ֣ים נִסִּ֑י וְהֵבִ֤יאוּ בָנַ֙יִךְ֙ בְּחֹ֔צֶן וּבְנֹתַ֖יִךְ עַל־כָּתֵ֥ף תִּנָּשֶֽׂאנָה׃ 22
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
וְהָי֨וּ מְלָכִ֜ים אֹֽמְנַ֗יִךְ וְשָׂרֹֽותֵיהֶם֙ מֵינִ֣יקֹתַ֔יִךְ אַפַּ֗יִם אֶ֚רֶץ יִשְׁתַּ֣חֲווּ לָ֔ךְ וַעֲפַ֥ר רַגְלַ֖יִךְ יְלַחֵ֑כוּ וְיָדַ֙עַתְּ֙ כִּֽי־אֲנִ֣י יְהוָ֔ה אֲשֶׁ֥ר לֹֽא־יֵבֹ֖שׁוּ קֹוָֽי׃ ס 23
ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”
הֲיֻקַּ֥ח מִגִּבֹּ֖ור מַלְקֹ֑וחַ וְאִם־שְׁבִ֥י צַדִּ֖יק יִמָּלֵֽט׃ 24
ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?
כִּי־כֹ֣ה ׀ אָמַ֣ר יְהוָ֗ה גַּם־שְׁבִ֤י גִבֹּור֙ יֻקָּ֔ח וּמַלְקֹ֥וחַ עָרִ֖יץ יִמָּלֵ֑ט וְאֶת־יְרִיבֵךְ֙ אָנֹכִ֣י אָרִ֔יב וְאֶת־בָּנַ֖יִךְ אָנֹכִ֥י אֹושִֽׁיעַ׃ 25
ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
וְהַאֲכַלְתִּ֤י אֶת־מֹונַ֙יִךְ֙ אֶת־בְּשָׂרָ֔ם וְכֶעָסִ֖יס דָּמָ֣ם יִשְׁכָּר֑וּן וְיָדְע֣וּ כָל־בָּשָׂ֗ר כִּ֣י אֲנִ֤י יְהוָה֙ מֹֽושִׁיעֵ֔ךְ וְגֹאֲלֵ֖ךְ אֲבִ֥יר יַעֲקֹֽב׃ ס 26
ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”

< יְשַׁעְיָהוּ 49 >