< יְשַׁעְיָהוּ 5 >

אָשִׁ֤ירָה נָּא֙ לִֽידִידִ֔י שִׁירַ֥ת דֹּודִ֖י לְכַרְמֹ֑ו כֶּ֛רֶם הָיָ֥ה לִֽידִידִ֖י בְּקֶ֥רֶן בֶּן־שָֽׁמֶן׃ 1
ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
וַֽיְעַזְּקֵ֣הוּ וַֽיְסַקְּלֵ֗הוּ וַיִּטָּעֵ֙הוּ֙ שֹׂרֵ֔ק וַיִּ֤בֶן מִגְדָּל֙ בְּתֹוכֹ֔ו וְגַם־יֶ֖קֶב חָצֵ֣ב בֹּ֑ו וַיְקַ֛ו לַעֲשֹׂ֥ות עֲנָבִ֖ים וַיַּ֥עַשׂ בְּאֻשִֽׁים׃ 2
ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
וְעַתָּ֛ה יֹושֵׁ֥ב יְרוּשָׁלַ֖͏ִם וְאִ֣ישׁ יְהוּדָ֑ה שִׁפְטוּ־נָ֕א בֵּינִ֖י וּבֵ֥ין כַּרְמִֽי׃ 3
ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
מַה־לַּעֲשֹׂ֥ות עֹוד֙ לְכַרְמִ֔י וְלֹ֥א עָשִׂ֖יתִי בֹּ֑ו מַדּ֧וּעַ קִוֵּ֛יתִי לַעֲשֹׂ֥ות עֲנָבִ֖ים וַיַּ֥עַשׂ בְּאֻשִֽׁים׃ 4
ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?
וְעַתָּה֙ אֹודִֽיעָה־נָּ֣א אֶתְכֶ֔ם אֵ֛ת אֲשֶׁר־אֲנִ֥י עֹשֶׂ֖ה לְכַרְמִ֑י הָסֵ֤ר מְשׂוּכָּתֹו֙ וְהָיָ֣ה לְבָעֵ֔ר פָּרֹ֥ץ גְּדֵרֹ֖ו וְהָיָ֥ה לְמִרְמָֽס׃ 5
ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
וַאֲשִׁיתֵ֣הוּ בָתָ֗ה לֹ֤א יִזָּמֵר֙ וְלֹ֣א יֵעָדֵ֔ר וְעָלָ֥ה שָׁמִ֖יר וָשָׁ֑יִת וְעַ֤ל הֶעָבִים֙ אֲצַוֶּ֔ה מֵהַמְטִ֥יר עָלָ֖יו מָטָֽר׃ 6
ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
כִּ֣י כֶ֜רֶם יְהוָ֤ה צְבָאֹות֙ בֵּ֣ית יִשְׂרָאֵ֔ל וְאִ֣ישׁ יְהוּדָ֔ה נְטַ֖ע שַׁעֲשׁוּעָ֑יו וַיְקַ֤ו לְמִשְׁפָּט֙ וְהִנֵּ֣ה מִשְׂפָּ֔ח לִצְדָקָ֖ה וְהִנֵּ֥ה צְעָקָֽה׃ ס 7
ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
הֹ֗וי מַגִּיעֵ֥י בַ֙יִת֙ בְּבַ֔יִת שָׂדֶ֥ה בְשָׂדֶ֖ה יַקְרִ֑יבוּ עַ֚ד אֶ֣פֶס מָקֹ֔ום וְהֽוּשַׁבְתֶּ֥ם לְבַדְּכֶ֖ם בְּקֶ֥רֶב הָאָֽרֶץ׃ 8
ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
בְּאָזְנָ֖י יְהוָ֣ה צְבָאֹ֑ות אִם־לֹ֞א בָּתִּ֤ים רַבִּים֙ לְשַׁמָּ֣ה יִֽהְי֔וּ גְּדֹלִ֥ים וְטֹובִ֖ים מֵאֵ֥ין יֹושֵֽׁב׃ 9
ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
כִּ֗י עֲשֶׂ֙רֶת֙ צִמְדֵּי־כֶ֔רֶם יַעֲשׂ֖וּ בַּ֣ת אֶחָ֑ת וְזֶ֥רַע חֹ֖מֶר יַעֲשֶׂ֥ה אֵיפָֽה׃ פ 10
କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
הֹ֛וי מַשְׁכִּימֵ֥י בַבֹּ֖קֶר שֵׁכָ֣ר יִרְדֹּ֑פוּ מְאַחֲרֵ֣י בַנֶּ֔שֶׁף יַ֖יִן יַדְלִיקֵֽם׃ 11
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!
וְהָיָ֨ה כִנֹּ֜ור וָנֶ֗בֶל תֹּ֧ף וְחָלִ֛יל וָיַ֖יִן מִשְׁתֵּיהֶ֑ם וְאֵ֨ת פֹּ֤עַל יְהוָה֙ לֹ֣א יַבִּ֔יטוּ וּמַעֲשֵׂ֥ה יָדָ֖יו לֹ֥א רָאֽוּ׃ 12
ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
לָכֵ֛ן גָּלָ֥ה עַמִּ֖י מִבְּלִי־דָ֑עַת וּכְבֹודֹו֙ מְתֵ֣י רָעָ֔ב וַהֲמֹונֹ֖ו צִחֵ֥ה צָמָֽא׃ 13
ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।
לָכֵ֗ן הִרְחִ֤יבָה שְּׁאֹול֙ נַפְשָׁ֔הּ וּפָעֲרָ֥ה פִ֖יהָ לִבְלִי־חֹ֑ק וְיָרַ֨ד הֲדָרָ֧הּ וַהֲמֹונָ֛הּ וּשְׁאֹונָ֖הּ וְעָלֵ֥ז בָּֽהּ׃ (Sheol h7585) 14
ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି। (Sheol h7585)
וַיִּשַּׁ֥ח אָדָ֖ם וַיִּשְׁפַּל־אִ֑ישׁ וְעֵינֵ֥י גְבֹהִ֖ים תִּשְׁפַּֽלְנָה׃ 15
ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
וַיִּגְבַּ֛ה יְהוָ֥ה צְבָאֹ֖ות בַּמִּשְׁפָּ֑ט וְהָאֵל֙ הַקָּדֹ֔ושׁ נִקְדָּ֖שׁ בִּצְדָקָֽה׃ 16
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
וְרָע֥וּ כְבָשִׂ֖ים כְּדָבְרָ֑ם וְחָרְבֹ֥ות מֵחִ֖ים גָּרִ֥ים יֹאכֵֽלוּ׃ 17
ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
הֹ֛וי מֹשְׁכֵ֥י הֶֽעָוֹ֖ן בְּחַבְלֵ֣י הַשָּׁ֑וְא וְכַעֲבֹ֥ות הָעֲגָלָ֖ה חַטָּאָֽה׃ 18
ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
הָאֹמְרִ֗ים יְמַהֵ֧ר ׀ יָחִ֛ישָׁה מַעֲשֵׂ֖הוּ לְמַ֣עַן נִרְאֶ֑ה וְתִקְרַ֣ב וְתָבֹ֗ואָה עֲצַ֛ת קְדֹ֥ושׁ יִשְׂרָאֵ֖ל וְנֵדָֽעָה׃ ס 19
ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”
הֹ֣וי הָאֹמְרִ֥ים לָרַ֛ע טֹ֖וב וְלַטֹּ֣וב רָ֑ע שָׂמִ֨ים חֹ֤שֶׁךְ לְאֹור֙ וְאֹ֣ור לְחֹ֔שֶׁךְ שָׂמִ֥ים מַ֛ר לְמָתֹ֖וק וּמָתֹ֥וק לְמָֽר׃ ס 20
ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!
הֹ֖וי חֲכָמִ֣ים בְּעֵֽינֵיהֶ֑ם וְנֶ֥גֶד פְּנֵיהֶ֖ם נְבֹנִֽים׃ 21
ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
הֹ֕וי גִּבֹּורִ֖ים לִשְׁתֹּ֣ות יָ֑יִן וְאַנְשֵׁי־חַ֖יִל לִמְסֹ֥ךְ שֵׁכָֽר׃ 22
ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
מַצְדִּיקֵ֥י רָשָׁ֖ע עֵ֣קֶב שֹׁ֑חַד וְצִדְקַ֥ת צַדִּיקִ֖ים יָסִ֥ירוּ מִמֶּֽנּוּ׃ ס 23
ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
לָכֵן֩ כֶּאֱכֹ֨ל קַ֜שׁ לְשֹׁ֣ון אֵ֗שׁ וַחֲשַׁ֤שׁ לֶֽהָבָה֙ יִרְפֶּ֔ה שָׁרְשָׁם֙ כַּמָּ֣ק יִֽהְיֶ֔ה וּפִרְחָ֖ם כָּאָבָ֣ק יַעֲלֶ֑ה כִּ֣י מָאֲס֗וּ אֵ֚ת תֹּורַת֙ יְהוָ֣ה צְבָאֹ֔ות וְאֵ֛ת אִמְרַ֥ת קְדֹֽושׁ־יִשְׂרָאֵ֖ל נִאֵֽצוּ׃ 24
ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
עַל־כֵּ֡ן חָרָה֩ אַף־יְהוָ֨ה בְּעַמֹּ֜ו וַיֵּ֣ט יָדֹ֧ו עָלָ֣יו וַיַּכֵּ֗הוּ וַֽיִּרְגְּזוּ֙ הֶֽהָרִ֔ים וַתְּהִ֧י נִבְלָתָ֛ם כַּסּוּחָ֖ה בְּקֶ֣רֶב חוּצֹ֑ות בְּכָל־זֹאת֙ לֹא־שָׁ֣ב אַפֹּ֔ו וְעֹ֖וד יָדֹ֥ו נְטוּיָֽה׃ 25
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
וְנָֽשָׂא־נֵ֤ס לַגֹּויִם֙ מֵרָחֹ֔וק וְשָׁ֥רַק לֹ֖ו מִקְצֵ֣ה הָאָ֑רֶץ וְהִנֵּ֥ה מְהֵרָ֖ה קַ֥ל יָבֹֽוא׃ 26
ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
אֵין־עָיֵ֤ף וְאֵין־כֹּושֵׁל֙ בֹּ֔ו לֹ֥א יָנ֖וּם וְלֹ֣א יִישָׁ֑ן וְלֹ֤א נִפְתַּח֙ אֵזֹ֣ור חֲלָצָ֔יו וְלֹ֥א נִתַּ֖ק שְׂרֹ֥וךְ נְעָלָֽיו׃ 27
ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;
אֲשֶׁ֤ר חִצָּיו֙ שְׁנוּנִ֔ים וְכָל־קַשְּׁתֹתָ֖יו דְּרֻכֹ֑ות פַּרְסֹ֤ות סוּסָיו֙ כַּצַּ֣ר נֶחְשָׁ֔בוּ וְגַלְגִּלָּ֖יו כַּסּוּפָֽה׃ 28
ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
שְׁאָגָ֥ה לֹ֖ו כַּלָּבִ֑יא וְשָׁאַג (יִשְׁאַ֨ג) כַּכְּפִירִ֤ים וְיִנְהֹם֙ וְיֹאחֵ֣ז טֶ֔רֶף וְיַפְלִ֖יט וְאֵ֥ין מַצִּֽיל׃ 29
ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
וְיִנְהֹ֥ם עָלָ֛יו בַּיֹּ֥ום הַה֖וּא כְּנַהֲמַת־יָ֑ם וְנִבַּ֤ט לָאָ֙רֶץ֙ וְהִנֵּה־חֹ֔שֶׁךְ צַ֣ר וָאֹ֔ור חָשַׁ֖ךְ בַּעֲרִיפֶֽיהָ׃ פ 30
ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।

< יְשַׁעְיָהוּ 5 >