< יְשַׁעְיָהוּ 64 >

1
ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
כִּקְדֹ֧חַ אֵ֣שׁ הֲמָסִ֗ים מַ֚יִם תִּבְעֶה־אֵ֔שׁ לְהֹודִ֥יעַ שִׁמְךָ֖ לְצָרֶ֑יךָ מִפָּנֶ֖יךָ גֹּויִ֥ם יִרְגָּֽזוּ׃ 2
ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!
בַּעֲשֹׂותְךָ֥ נֹורָאֹ֖ות לֹ֣א נְקַוֶּ֑ה יָרַ֕דְתָּ מִפָּנֶ֖יךָ הָרִ֥ים נָזֹֽלּוּ׃ 3
ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
וּמֵעֹולָ֥ם לֹא־שָׁמְע֖וּ לֹ֣א הֶאֱזִ֑ינוּ עַ֣יִן לֹֽא־רָאָ֗תָה אֱלֹהִים֙ זוּלָ֣תְךָ֔ יַעֲשֶׂ֖ה לִמְחַכֵּה־לֹֽו׃ 4
କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
פָּגַ֤עְתָּ אֶת־שָׂשׂ֙ וְעֹ֣שֵׂה צֶ֔דֶק בִּדְרָכֶ֖יךָ יִזְכְּר֑וּךָ הֵן־אַתָּ֤ה קָצַ֙פְתָּ֙ וַֽנֶּחֱטָ֔א בָּהֶ֥ם עֹולָ֖ם וְנִוָּשֵֽׁעַ׃ 5
ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
וַנְּהִ֤י כַטָּמֵא֙ כֻּלָּ֔נוּ וּכְבֶ֥גֶד עִדִּ֖ים כָּל־צִדְקֹתֵ֑ינוּ וַנָּ֤בֶל כֶּֽעָלֶה֙ כֻּלָּ֔נוּ וַעֲוֹנֵ֖נוּ כָּר֥וּחַ יִשָּׂאֻֽנוּ׃ 6
କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
וְאֵין־קֹורֵ֣א בְשִׁמְךָ֔ מִתְעֹורֵ֖ר לְהַחֲזִ֣יק בָּ֑ךְ כִּֽי־הִסְתַּ֤רְתָּ פָנֶ֙יךָ֙ מִמֶּ֔נּוּ וַתְּמוּגֵ֖נוּ בְּיַד־עֲוֹנֵֽנוּ׃ 7
ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
וְעַתָּ֥ה יְהוָ֖ה אָבִ֣ינוּ אָ֑תָּה אֲנַ֤חְנוּ הַחֹ֙מֶר֙ וְאַתָּ֣ה יֹצְרֵ֔נוּ וּמַעֲשֵׂ֥ה יָדְךָ֖ כֻּלָּֽנוּ׃ 8
ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
אַל־תִּקְצֹ֤ף יְהוָה֙ עַד־מְאֹ֔ד וְאַל־לָעַ֖ד תִּזְכֹּ֣ר עָוֹ֑ן הֵ֥ן הַבֶּט־נָ֖א עַמְּךָ֥ כֻלָּֽנוּ׃ 9
ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
עָרֵ֥י קָדְשְׁךָ֖ הָי֣וּ מִדְבָּ֑ר צִיֹּון֙ מִדְבָּ֣ר הָיָ֔תָה יְרוּשָׁלַ֖͏ִם שְׁמָמָֽה׃ 10
ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
בֵּ֧ית קָדְשֵׁ֣נוּ וְתִפְאַרְתֵּ֗נוּ אֲשֶׁ֤ר הִֽלְל֙וּךָ֙ אֲבֹתֵ֔ינוּ הָיָ֖ה לִשְׂרֵ֣פַת אֵ֑שׁ וְכָל־מַחֲמַדֵּ֖ינוּ הָיָ֥ה לְחָרְבָּֽה׃ 11
ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
הַעַל־אֵ֥לֶּה תִתְאַפַּ֖ק יְהוָ֑ה תֶּחֱשֶׁ֥ה וּתְעַנֵּ֖נוּ עַד־מְאֹֽד׃ ס 12
ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?

< יְשַׁעְיָהוּ 64 >