< יִרְמְיָהוּ 39 >

בַּשָּׁנָ֣ה הַ֠תְּשִׁעִית לְצִדְקִיָּ֨הוּ מֶלֶךְ־יְהוּדָ֜ה בַּחֹ֣דֶשׁ הָעֲשִׂרִ֗י בָּ֠א נְבוּכַדְרֶאצַּ֨ר מֶֽלֶךְ־בָּבֶ֤ל וְכָל־חֵילֹו֙ אֶל־יְר֣וּשָׁלַ֔͏ִם וַיָּצֻ֖רוּ עָלֶֽיהָ׃ ס 1
ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
בְּעַשְׁתֵּֽי־עֶשְׂרֵ֤ה שָׁנָה֙ לְצִדְקִיָּ֔הוּ בַּחֹ֥דֶשׁ הָרְבִיעִ֖י בְּתִשְׁעָ֣ה לַחֹ֑דֶשׁ הָבְקְעָ֖ה הָעִֽיר׃ 2
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
וַיָּבֹ֗אוּ כֹּ֚ל שָׂרֵ֣י מֶֽלֶךְ־בָּבֶ֔ל וַיֵּשְׁב֖וּ בְּשַׁ֣עַר הַתָּ֑וֶךְ נֵרְגַ֣ל שַׂר־אֶ֠צֶר סַֽמְגַּר־נְב֞וּ שַׂר־סְכִ֣ים רַב־סָרִ֗יס נֵרְגַ֤ל שַׂר־אֶ֙צֶר֙ רַב־מָ֔ג וְכָל־שְׁאֵרִ֔ית שָׂרֵ֖י מֶ֥לֶךְ בָּבֶֽל׃ 3
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
וַיְהִ֡י כַּאֲשֶׁ֣ר רָ֠אָם צִדְקִיָּ֨הוּ מֶֽלֶךְ־יְהוּדָ֜ה וְכֹ֣ל ׀ אַנְשֵׁ֣י הַמִּלְחָמָ֗ה וַֽ֠יִּבְרְחוּ וַיֵּצְא֨וּ לַ֤יְלָה מִן־הָעִיר֙ דֶּ֚רֶךְ גַּ֣ן הַמֶּ֔לֶךְ בְּשַׁ֖עַר בֵּ֣ין הַחֹמֹתָ֑יִם וַיֵּצֵ֖א דֶּ֥רֶךְ הָעֲרָבָֽה׃ 4
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
וַיִּרְדְּפ֨וּ חֵיל־כַּשְׂדִּ֜ים אַחֲרֵיהֶ֗ם וַיַּשִּׂ֣גוּ אֶת־צִדְקִיָּהוּ֮ בְּעַֽרְבֹ֣ות יְרֵחֹו֒ וַיִּקְח֣וּ אֹתֹ֗ו וַֽ֠יַּעֲלֻהוּ אֶל־נְבוּכַדְרֶאצַּ֧ר מֶֽלֶךְ־בָּבֶ֛ל רִבְלָ֖תָה בְּאֶ֣רֶץ חֲמָ֑ת וַיְדַבֵּ֥ר אִתֹּ֖ו מִשְׁפָּטִֽים׃ 5
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
וַיִּשְׁחַט֩ מֶ֨לֶךְ בָּבֶ֜ל אֶת־בְּנֵ֧י צִדְקִיָּ֛הוּ בְּרִבְלָ֖ה לְעֵינָ֑יו וְאֵת֙ כָּל־חֹרֵ֣י יְהוּדָ֔ה שָׁחַ֖ט מֶ֥לֶךְ בָּבֶֽל׃ 6
ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
וְאֶת־עֵינֵ֥י צִדְקִיָּ֖הוּ עִוֵּ֑ר וַיַּאַסְרֵ֙הוּ֙ בַּֽנְחֻשְׁתַּ֔יִם לָבִ֥יא אֹתֹ֖ו בָּבֶֽלָה׃ 7
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
וְאֶת־בֵּ֤ית הַמֶּ֙לֶךְ֙ וְאֶת־בֵּ֣ית הָעָ֔ם שָׂרְפ֥וּ הַכַּשְׂדִּ֖ים בָּאֵ֑שׁ וְאֶת־חֹמֹ֥ות יְרוּשָׁלַ֖͏ִם נָתָֽצוּ׃ 8
ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
וְאֵת֩ יֶ֨תֶר הָעָ֜ם הַנִּשְׁאָרִ֣ים בָּעִ֗יר וְאֶת־הַנֹּֽפְלִים֙ אֲשֶׁ֣ר נָפְל֣וּ עָלָ֔יו וְאֵ֛ת יֶ֥תֶר הָעָ֖ם הַנִּשְׁאָרִ֑ים הֶגְלָ֛ה נְבֽוּזַר־אֲדָ֥ן רַב־טַבָּחִ֖ים בָּבֶֽל׃ 9
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
וּמִן־הָעָ֣ם הַדַּלִּ֗ים אֲשֶׁ֤ר אֵין־לָהֶם֙ מְא֔וּמָה הִשְׁאִ֛יר נְבוּזַרְאֲדָ֥ן רַב־טַבָּחִ֖ים בְּאֶ֣רֶץ יְהוּדָ֑ה וַיִּתֵּ֥ן לָהֶ֛ם כְּרָמִ֥ים וִֽיגֵבִ֖ים בַּיֹּ֥ום הַהֽוּא׃ 10
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
וַיְצַ֛ו נְבוּכַדְרֶאצַּ֥ר מֶֽלֶךְ־בָּבֶ֖ל עַֽל־יִרְמְיָ֑הוּ בְּיַ֛ד נְבוּזַרְאֲדָ֥ן רַב־טַבָּחִ֖ים לֵאמֹֽר׃ 11
ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,
קָחֶ֗נּוּ וְעֵינֶ֙יךָ֙ שִׂ֣ים עָלָ֔יו וְאַל־תַּ֥עַשׂ לֹ֖ו מְא֣וּמָה רָּ֑ע כִּ֗י אִם כַּֽאֲשֶׁר֙ יְדַבֵּ֣ר אֵלֶ֔יךָ כֵּ֖ן עֲשֵׂ֥ה עִמֹּֽו׃ 12
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
וַיִּשְׁלַ֞ח נְבֽוּזַרְאֲדָ֣ן רַב־טַבָּחִ֗ים וּנְבֽוּשַׁזְבָּן֙ רַב־סָרִ֔יס וְנֵרְגַ֥ל שַׂר־אֶ֖צֶר רַב־מָ֑ג וְכֹ֖ל רַבֵּ֥י מֶֽלֶךְ־בָּבֶֽל׃ 13
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
וַיִּשְׁלְחוּ֩ וַיִּקְח֨וּ אֶֽת־יִרְמְיָ֜הוּ מֵחֲצַ֣ר הַמַּטָּרָ֗ה וַיִּתְּנ֤וּ אֹתֹו֙ אֶל־גְּדַלְיָ֙הוּ֙ בֶּן־אֲחִיקָ֣ם בֶּן־שָׁפָ֔ן לְהֹוצִאֵ֖הוּ אֶל־הַבָּ֑יִת וַיֵּ֖שֶׁב בְּתֹ֥וךְ הָעָֽם׃ ס 14
ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
וְאֶֽל־יִרְמְיָ֖הוּ הָיָ֣ה דְבַר־יְהוָ֑ה בִּֽהְיֹתֹ֣ו עָצ֔וּר בַּחֲצַ֥ר הַמַּטָּרָ֖ה לֵאמֹֽר׃ 15
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
הָלֹ֣וךְ וְאָמַרְתָּ֡ לְעֶבֶד־מֶ֨לֶךְ הַכּוּשִׁ֜י לֵאמֹ֗ר כֹּֽה־אָמַ֞ר יְהוָ֤ה צְבָאֹות֙ אֱלֹהֵ֣י יִשְׂרָאֵ֔ל הִנְנִי֩ מֵבִי (מֵבִ֨יא) אֶת־דְּבָרַ֜י אֶל־הָעִ֥יר הַזֹּ֛את לְרָעָ֖ה וְלֹ֣א לְטֹובָ֑ה וְהָי֥וּ לְפָנֶ֖יךָ בַּיֹּ֥ום הַהֽוּא׃ 16
“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
וְהִצַּלְתִּ֥יךָ בַיֹּום־הַה֖וּא נְאֻם־יְהוָ֑ה וְלֹ֤א תִנָּתֵן֙ בְּיַ֣ד הָֽאֲנָשִׁ֔ים אֲשֶׁר־אַתָּ֥ה יָגֹ֖ור מִפְּנֵיהֶֽם׃ 17
ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
כִּ֤י מַלֵּט֙ אֲמַלֶּטְךָ֔ וּבַחֶ֖רֶב לֹ֣א תִפֹּ֑ל וְהָיְתָ֨ה לְךָ֤ נַפְשְׁךָ֙ לְשָׁלָ֔ל כִּֽי־בָטַ֥חְתָּ בִּ֖י נְאֻם־יְהוָֽה׃ ס 18
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”

< יִרְמְיָהוּ 39 >