< תְהִלִּים 108 >

שִׁ֖יר מִזְמֹ֣ור לְדָוִֽד׃ נָכֹ֣ון לִבִּ֣י אֱלֹהִ֑ים אָשִׁ֥ירָה וַ֝אֲזַמְּרָ֗ה אַף־כְּבֹודִֽי׃ 1
ଦାଉଦଙ୍କର ଗାନାର୍ଥକ ଗୀତ। ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
ע֭וּרָֽה הַנֵּ֥בֶל וְכִנֹּ֗ור אָעִ֥ירָה שָּֽׁחַר׃ 2
ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।
אֹודְךָ֖ בָעַמִּ֥ים ׀ יְהוָ֑ה וַ֝אֲזַמֶּרְךָ֗ בַּל־אֻמִּֽים׃ 3
ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
כִּֽי־גָדֹ֣ול מֵֽעַל־שָׁמַ֣יִם חַסְדֶּ֑ךָ וְֽעַד־שְׁחָקִ֥ים אֲמִתֶּֽךָ׃ 4
ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
ר֣וּמָה עַל־שָׁמַ֣יִם אֱלֹהִ֑ים וְעַ֖ל כָּל־הָאָ֣רֶץ כְּבֹודֶֽךָ׃ 5
ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
לְ֭מַעַן יֵחָלְצ֣וּן יְדִידֶ֑יךָ הֹושִׁ֖יעָה יְמִֽינְךָ֣ וַעֲנֵֽנִי׃ 6
ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।
אֱלֹהִ֤ים ׀ דִּבֶּ֥ר בְּקָדְשֹׁ֗ו אֶעְלֹ֥זָה אֲחַלְּקָ֥ה שְׁכֶ֑ם וְעֵ֖מֶק סֻכֹּ֣ות אֲמַדֵּֽד׃ 7
ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।
לִ֤י גִלְעָ֨ד ׀ לִ֤י מְנַשֶּׁ֗ה וְ֭אֶפְרַיִם מָעֹ֣וז רֹאשִׁ֑י יְ֝הוּדָ֗ה מְחֹקְקִֽי׃ 8
ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।
מֹואָ֤ב ׀ סִ֬יר רַחְצִ֗י עַל־אֱ֭דֹום אַשְׁלִ֣יךְ נַעֲלִ֑י עֲלֵֽי־פְ֝לֶ֗שֶׁת אֶתְרֹועָֽע׃ 9
ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”
מִ֣י יֹ֭בִלֵנִי עִ֣יר מִבְצָ֑ר מִ֖י נָחַ֣נִי עַד־אֱדֹֽום׃ 10
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
הֲלֹֽא־אֱלֹהִ֥ים זְנַחְתָּ֑נוּ וְֽלֹא־תֵצֵ֥א אֱ֝לֹהִ֗ים בְּצִבְאֹתֵֽינוּ׃ 11
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
הָֽבָה־לָּ֣נוּ עֶזְרָ֣ת מִצָּ֑ר וְ֝שָׁ֗וְא תְּשׁוּעַ֥ת אָדָֽם׃ 12
ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
בֵּֽאלֹהִ֥ים נַעֲשֶׂה־חָ֑יִל וְ֝ה֗וּא יָב֥וּס צָרֵֽינוּ׃ 13
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

< תְהִלִּים 108 >