< תְהִלִּים 138 >

לְדָוִ֨ד ׀ אֹודְךָ֥ בְכָל־לִבִּ֑י נֶ֖גֶד אֱלֹהִ֣ים אֲזַמְּרֶֽךָּ׃ 1
ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
אֶשְׁתַּחֲוֶ֨ה אֶל־הֵיכַ֪ל קָדְשְׁךָ֡ וְאֹ֘ודֶ֤ה אֶת־שְׁמֶ֗ךָ עַל־חַסְדְּךָ֥ וְעַל־אֲמִתֶּ֑ךָ כִּֽי־הִגְדַּ֥לְתָּ עַל־כָּל־שִׁ֝מְךָ֗ אִמְרָתֶֽךָ׃ 2
ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
בְּיֹ֣ום קָ֭רָֽאתִי וַֽתַּעֲנֵ֑נִי תַּרְהִבֵ֖נִי בְנַפְשִׁ֣י עֹֽז׃ 3
ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।
יֹוד֣וּךָ יְ֭הוָה כָּל־מַלְכֵי־אָ֑רֶץ כִּ֥י שָׁ֝מְע֗וּ אִמְרֵי־פִֽיךָ׃ 4
ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
וְ֭יָשִׁירוּ בְּדַרְכֵ֣י יְהוָ֑ה כִּ֥י גָ֝דֹ֗ול כְּבֹ֣וד יְהוָֽה׃ 5
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
כִּי־רָ֣ם יְ֭הוָה וְשָׁפָ֣ל יִרְאֶ֑ה וְ֝גָבֹ֗הַּ מִמֶּרְחָ֥ק יְיֵדָֽע׃ 6
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
אִם־אֵלֵ֤ךְ ׀ בְּקֶ֥רֶב צָרָ֗ה תְּחַ֫יֵּ֥נִי עַ֤ל אַ֣ף אֹ֖יְבַי תִּשְׁלַ֣ח יָדֶ֑ךָ וְתֹ֖ושִׁיעֵ֣נִי יְמִינֶֽךָ׃ 7
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
יְהוָה֮ יִגְמֹ֪ר בַּ֫עֲדִ֥י יְ֭הוָה חַסְדְּךָ֣ לְעֹולָ֑ם מַעֲשֵׂ֖י יָדֶ֣יךָ אַל־תֶּֽרֶף׃ 8
ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

< תְהִלִּים 138 >