< תְהִלִּים 35 >

לְדָוִ֨ד ׀ רִיבָ֣ה יְ֭הוָה אֶת־יְרִיבַ֑י לְ֝חַ֗ם אֶת־לֹֽחֲמָֽי׃ 1
ଦାଉଦଙ୍କର ଗୀତ। ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
הַחֲזֵ֣ק מָגֵ֣ן וְצִנָּ֑ה וְ֝ק֗וּמָה בְּעֶזְרָתִֽי׃ 2
ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
וְהָ֘רֵ֤ק חֲנִ֣ית וּ֭סְגֹר לִקְרַ֣את רֹדְפָ֑י אֱמֹ֥ר לְ֝נַפְשִׁ֗י יְֽשֻׁעָתֵ֥ךְ אָֽנִי׃ 3
ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।
יֵבֹ֣שׁוּ וְיִכָּלְמוּ֮ מְבַקְשֵׁ֪י נַ֫פְשִׁ֥י יִסֹּ֣גוּ אָחֹ֣ור וְיַחְפְּר֑וּ חֹ֝שְׁבֵ֗י רָעָתִֽי׃ 4
ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
יִֽהְי֗וּ כְּמֹ֥ץ לִפְנֵי־ר֑וּחַ וּמַלְאַ֖ךְ יְהוָ֣ה דֹּוחֶֽה׃ 5
ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
יְֽהִי־דַרְכָּ֗ם חֹ֥שֶׁךְ וַחֲלַקְלַקֹּ֑ות וּמַלְאַ֥ךְ יְ֝הוָ֗ה רֹדְפָֽם׃ 6
ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
כִּֽי־חִנָּ֣ם טָֽמְנוּ־לִ֭י שַׁ֣חַת רִשְׁתָּ֑ם חִ֝נָּ֗ם חָפְר֥וּ לְנַפְשִֽׁי׃ 7
ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।
תְּבֹואֵ֣הוּ שֹׁואָה֮ לֹֽא־יֵ֫דָ֥ע וְרִשְׁתֹּ֣ו אֲשֶׁר־טָמַ֣ן תִּלְכְּדֹ֑ו בְּ֝שֹׁואָ֗ה יִפָּל־בָּֽהּ׃ 8
ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
וְ֭נַפְשִׁי תָּגִ֣יל בַּיהוָ֑ה תָּ֝שִׂישׂ בִּישׁוּעָתֹֽו׃ 9
ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
כָּ֥ל עַצְמֹותַ֨י ׀ תֹּאמַרְנָה֮ יְהוָ֗ה מִ֥י כָ֫מֹ֥וךָ מַצִּ֣יל עָ֭נִי מֵחָזָ֣ק מִמֶּ֑נּוּ וְעָנִ֥י וְ֝אֶבְיֹ֗ון מִגֹּזְלֹֽו׃ 10
ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
יְ֭קוּמוּן עֵדֵ֣י חָמָ֑ס אֲשֶׁ֥ר לֹא־יָ֝דַ֗עְתִּי יִשְׁאָלֽוּנִי׃ 11
ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।
יְשַׁלְּמ֣וּנִי רָ֭עָה תַּ֥חַת טֹובָ֗ה שְׁכֹ֣ול לְנַפְשִֽׁי׃ 12
ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
וַאֲנִ֤י ׀ בַּחֲלֹותָ֡ם לְב֬וּשִׁי שָׂ֗ק עִנֵּ֣יתִי בַצֹּ֣ום נַפְשִׁ֑י וּ֝תְפִלָּתִ֗י עַל־חֵיקִ֥י תָשֽׁוּב׃ 13
ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
כְּרֵֽעַ־כְּאָ֣ח לִ֭י הִתְהַלָּ֑כְתִּי כַּאֲבֶל־אֵ֝֗ם קֹדֵ֥ר שַׁחֹֽותִי׃ 14
ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
וּבְצַלְעִי֮ שָׂמְח֪וּ וְֽנֶאֱ֫סָ֥פוּ נֶאֶסְפ֬וּ עָלַ֣י נֵ֭כִים וְלֹ֣א יָדַ֑עְתִּי קָֽרְע֥וּ וְלֹא־דָֽמּוּ׃ 15
ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
בְּ֭חַנְפֵי לַעֲגֵ֣י מָעֹ֑וג חָרֹ֖ק עָלַ֣י שִׁנֵּֽימֹו׃ 16
ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦନ୍ତ ଘର୍ଷଣ କଲେ।
אֲדֹנָי֮ כַּמָּ֪ה תִּ֫רְאֶ֥ה הָשִׁ֣יבָה נַ֭פְשִׁי מִשֹּׁאֵיהֶ֑ם מִ֝כְּפִירִ֗ים יְחִידָתִֽי׃ 17
ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
אֹ֭ודְךָ בְּקָהָ֣ל רָ֑ב בְּעַ֖ם עָצ֣וּם אֲהַֽלְלֶֽךָּ׃ 18
ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
אַֽל־יִשְׂמְחוּ־לִ֣י אֹיְבַ֣י שֶׁ֑קֶר שֹׂנְאַ֥י חִ֝נָּ֗ם יִקְרְצוּ־עָֽיִן׃ 19
ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
כִּ֤י לֹ֥א שָׁלֹ֗ום יְדַ֫בֵּ֥רוּ וְעַ֥ל רִגְעֵי־אֶ֑רֶץ דִּבְרֵ֥י מִ֝רְמֹות יַחֲשֹׁבֽוּן׃ 20
ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
וַיַּרְחִ֥יבוּ עָלַ֗י פִּ֫יהֶ֥ם אָ֭מְרוּ הֶאָ֣ח ׀ הֶאָ֑ח רָאֲתָ֥ה עֵינֵֽינוּ׃ 21
ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
רָאִ֣יתָה יְ֭הוָה אַֽל־תֶּחֱרַ֑שׁ אֲ֝דֹנָ֗י אֲל־תִּרְחַ֥ק מִמֶּֽנִּי׃ 22
ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
הָעִ֣ירָה וְ֭הָקִיצָה לְמִשְׁפָּטִ֑י אֱלֹהַ֖י וַֽאדֹנָ֣י לְרִיבִֽי׃ 23
ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
שָׁפְטֵ֣נִי כְ֭צִדְקְךָ יְהוָ֥ה אֱלֹהָ֗י וְאַל־יִשְׂמְחוּ־לִֽי׃ 24
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
אַל־יֹאמְר֣וּ בְ֭לִבָּם הֶאָ֣ח נַפְשֵׁ֑נוּ אַל־יֹ֝אמְר֗וּ בִּֽלַּעֲנֽוּהוּ׃ 25
“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
יֵ֘בֹ֤שׁוּ וְיַחְפְּר֨וּ ׀ יַחְדָּו֮ שְׂמֵחֵ֪י רָעָ֫תִ֥י יִֽלְבְּשׁוּ־בֹ֥שֶׁת וּכְלִמָּ֑ה הַֽמַּגְדִּילִ֥ים עָלָֽי׃ 26
ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
יָרֹ֣נּוּ וְיִשְׂמְחוּ֮ חֲפֵצֵ֪י צִ֫דְקִ֥י וְיֹאמְר֣וּ תָ֭מִיד יִגְדַּ֣ל יְהוָ֑ה הֶ֝חָפֵ֗ץ שְׁלֹ֣ום עַבְדֹּֽו׃ 27
ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
וּ֭לְשֹׁונִי תֶּהְגֶּ֣ה צִדְקֶ֑ךָ כָּל־הַ֝יֹּום תְּהִלָּתֶֽךָ׃ 28
ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

< תְהִלִּים 35 >