< תְהִלִּים 53 >

לַמְנַצֵּ֥חַ עַֽל־מָחֲלַ֗ת מַשְׂכִּ֥יל לְדָוִֽד׃ אָ֘מַ֤ר נָבָ֣ל בְּ֭לִבֹּו אֵ֣ין אֱלֹהִ֑ים הִֽ֝שְׁחִ֗יתוּ וְהִֽתְעִ֥יבוּ עָ֝֗וֶל אֵ֣ין עֹֽשֵׂה־טֹֽוב׃ 1
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
אֱ‍ֽלֹהִ֗ים מִשָּׁמַיִם֮ הִשְׁקִ֪יף עַֽל־בְּנֵ֫י אָדָ֥ם לִ֭רְאֹות הֲיֵ֣שׁ מַשְׂכִּ֑יל דֹּ֝רֵ֗שׁ אֶת־אֱלֹהִֽים׃ 2
ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
כֻּלֹּ֥ו סָג֮ יַחְדָּ֪ו נֶ֫אֱלָ֥חוּ אֵ֤ין עֹֽשֵׂה־טֹ֑וב אֵ֝֗ין גַּם־אֶחָֽד׃ 3
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
הֲלֹ֥א יָדְעוּ֮ פֹּ֤עֲלֵ֫י אָ֥וֶן אֹכְלֵ֣י עַ֭מִּי אָ֣כְלוּ לֶ֑חֶם אֱ֝לֹהִ֗ים לֹ֣א קָרָֽאוּ׃ 4
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
שָׁ֤ם ׀ פָּֽחֲדוּ־פַחַד֮ לֹא־הָ֪יָה֫ פָ֥חַד כִּֽי־אֱלֹהִ֗ים פִּ֭זַּר עַצְמֹ֣ות חֹנָ֑ךְ הֱ֝בִשֹׁ֗תָה כִּֽי־אֱלֹהִ֥ים מְאָסָֽם׃ 5
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
מִ֥י יִתֵּ֣ן מִצִּיֹּון֮ יְשֻׁעֹ֪ות יִשְׂרָ֫אֵ֥ל בְּשׁ֣וּב אֱ֭לֹהִים שְׁב֣וּת עַמֹּ֑ו יָגֵ֥ל יַ֝עֲקֹ֗ב יִשְׂמַ֥ח יִשְׂרָאֵֽל׃ 6
ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।

< תְהִלִּים 53 >