< תְהִלִּים 7 >

שִׁגָּיֹ֗ון לְדָ֫וִ֥ד אֲשֶׁר־שָׁ֥ר לַיהוָ֑ה עַל־דִּבְרֵי־כ֝֗וּשׁ בֶּן־יְמִינִֽי׃ יְהוָ֣ה אֱ֭לֹהַי בְּךָ֣ חָסִ֑יתִי הֹושִׁיעֵ֥נִי מִכָּל־רֹ֝דְפַ֗י וְהַצִּילֵֽנִי׃ 1
ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,
פֶּן־יִטְרֹ֣ף כְּאַרְיֵ֣ה נַפְשִׁ֑י פֹּ֝רֵ֗ק וְאֵ֣ין מַצִּֽיל׃ 2
ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
יְהוָ֣ה אֱ֭לֹהַי אִם־עָשִׂ֣יתִי זֹ֑את אִֽם־יֶשׁ־עָ֥וֶל בְּכַפָּֽי׃ 3
ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;
אִם־גָּ֭מַלְתִּי שֹֽׁולְמִ֥י רָ֑ע וָאֲחַלְּצָ֖ה צֹורְרִ֣י רֵיקָֽם׃ 4
ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);
יִֽרַדֹּ֥ף אֹויֵ֨ב ׀ נַפְשִׁ֡י וְיַשֵּׂ֗ג וְיִרְמֹ֣ס לָאָ֣רֶץ חַיָּ֑י וּכְבֹודִ֓י ׀ לֶעָפָ֖ר יַשְׁכֵּ֣ן סֶֽלָה׃ 5
ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍‍ କରୁ। (ସେଲା)
ק֘וּמָ֤ה יְהוָ֨ה ׀ בְּאַפֶּ֗ךָ הִ֭נָּשֵׂא בְּעַבְרֹ֣ות צֹורְרָ֑י וְע֥וּרָה אֵ֝לַ֗י מִשְׁפָּ֥ט צִוִּֽיתָ׃ 6
ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।
וַעֲדַ֣ת לְ֭אֻמִּים תְּסֹובְבֶ֑ךָּ וְ֝עָלֶ֗יהָ לַמָּרֹ֥ום שֽׁוּבָה׃ 7
ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।
יְהוָה֮ יָדִ֪ין עַ֫מִּ֥ים שָׁפְטֵ֥נִי יְהוָ֑ה כְּצִדְקִ֖י וּכְתֻמִּ֣י עָלָֽי׃ 8
ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
יִגְמָר־נָ֬א רַ֨ע ׀ רְשָׁעִים֮ וּתְכֹונֵ֪ן צַ֫דִּ֥יק וּבֹחֵ֣ן לִ֭בֹּ֗ות וּכְלָיֹ֗ות אֱלֹהִ֥ים צַדּֽ͏ִיק׃ 9
ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
מָֽגִנִּ֥י עַל־אֱלֹהִ֑ים מֹ֝ושִׁ֗יעַ יִשְׁרֵי־לֵֽב׃ 10
ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।
אֱ֭לֹהִים שֹׁופֵ֣ט צַדִּ֑יק וְ֝אֵ֗ל זֹעֵ֥ם בְּכָל־יֹֽום׃ 11
ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
אִם־לֹ֣א יָ֭שׁוּב חַרְבֹּ֣ו יִלְטֹ֑ושׁ קַשְׁתֹּ֥ו דָ֝רַ֗ךְ וַֽיְכֹונְנֶֽהָ׃ 12
ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।
וְ֭לֹו הֵכִ֣ין כְּלֵי־מָ֑וֶת חִ֝צָּ֗יו לְֽדֹלְקִ֥ים יִפְעָֽל׃ 13
ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।
הִנֵּ֥ה יְחַבֶּל־אָ֑וֶן וְהָרָ֥ה עָ֝מָ֗ל וְיָ֣לַד שָֽׁקֶר׃ 14
ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
בֹּ֣ור כָּ֭רָֽה וַֽיַּחְפְּרֵ֑הוּ וַ֝יִּפֹּ֗ל בְּשַׁ֣חַת יִפְעָֽל׃ 15
ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
יָשׁ֣וּב עֲמָלֹ֣ו בְרֹאשֹׁ֑ו וְעַ֥ל קָ֝דְקֳדֹ֗ו חֲמָסֹ֥ו יֵרֵֽד׃ 16
ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।
אֹודֶ֣ה יְהוָ֣ה כְּצִדְקֹ֑ו וַ֝אֲזַמְּרָ֗ה שֵֽׁם־יְהוָ֥ה עֶלְיֹֽון׃ 17
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।

< תְהִלִּים 7 >