< יחזקאל 40 >

בְּעֶשְׂרִים וְחָמֵשׁ שָׁנָה לְגָלוּתֵנוּ בְּרֹאשׁ הַשָּׁנָה בֶּעָשׂוֹר לַחֹדֶשׁ בְּאַרְבַּע עֶשְׂרֵה שָׁנָה אַחַר אֲשֶׁר הֻכְּתָה הָעִיר בְּעֶצֶם ׀ הַיּוֹם הַזֶּה הָיְתָה עָלַי יַד־יְהוָה וַיָּבֵא אֹתִי שָֽׁמָּה׃ 1
ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
בְּמַרְאוֹת אֱלֹהִים הֱבִיאַנִי אֶל־אֶרֶץ יִשְׂרָאֵל וַיְנִיחֵנִי אֶל־הַר גָּבֹהַּ מְאֹד וְעָלָיו כְּמִבְנֵה־עִיר מִנֶּֽגֶב׃ 2
ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
וַיָּבֵיא אוֹתִי שָׁמָּה וְהִנֵּה־אִישׁ מַרְאֵהוּ כְּמַרְאֵה נְחֹשֶׁת וּפְתִיל־פִּשְׁתִּים בְּיָדוֹ וּקְנֵה הַמִּדָּה וְהוּא עֹמֵד בַּשָּֽׁעַר׃ 3
ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
וַיְדַבֵּר אֵלַי הָאִישׁ בֶּן־אָדָם רְאֵה בְעֵינֶיךָ וּבְאָזְנֶיךָ שְּׁמָע וְשִׂים לִבְּךָ לְכֹל אֲשֶׁר־אֲנִי מַרְאֶה אוֹתָךְ כִּי לְמַעַן הַרְאוֹתְכָה הֻבָאתָה הֵנָּה הַגֵּד אֶת־כָּל־אֲשֶׁר־אַתָּה רֹאֶה לְבֵית יִשְׂרָאֵֽל׃ 4
ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
וְהִנֵּה חוֹמָה מִחוּץ לַבַּיִת סָבִיב ׀ סָבִיב וּבְיַד הָאִישׁ קְנֵה הַמִּדָּה שֵׁשׁ־אַמּוֹת בָּֽאַמָּה וָטֹפַח וַיָּמָד אֶת־רֹחַב הַבִּנְיָן קָנֶה אֶחָד וְקוֹמָה קָנֶה אֶחָֽד׃ 5
ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
וַיָּבוֹא אֶל־שַׁעַר אֲשֶׁר פָּנָיו דֶּרֶךְ הַקָּדִימָה וַיַּעַל במעלותו בְּמַֽעֲלוֹתָיו וַיָּמָד ׀ אֶת־סַף הַשַּׁעַר קָנֶה אֶחָד רֹחַב וְאֵת סַף אֶחָד קָנֶה אֶחָד רֹֽחַב׃ 6
ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
וְהַתָּא קָנֶה אֶחָד אֹרֶךְ וְקָנֶה אֶחָד רֹחַב וּבֵין הַתָּאִים חָמֵשׁ אַמּוֹת וְסַף הַשַּׁעַר מֵאֵצֶל אוּלָם הַשַּׁעַר מֵֽהַבַּיִת קָנֶה אֶחָֽד׃ 7
ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
וַיָּמָד אֶת־אֻלָם הַשַּׁעַר מֵהַבַּיִת קָנֶה אֶחָֽד׃ 8
ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।
וַיָּמָד אֶת־אֻלָם הַשַּׁעַר שְׁמֹנֶה אַמּוֹת ואילו וְאֵילָיו שְׁתַּיִם אַמּוֹת וְאֻלָם הַשַּׁעַר מֵהַבָּֽיִת׃ 9
ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
וְתָאֵי הַשַּׁעַר דֶּרֶךְ הַקָּדִים שְׁלֹשָׁה מִפֹּה וּשְׁלֹשָׁה מִפֹּה מִדָּה אַחַת לִשְׁלָשְׁתָּם וּמִדָּה אַחַת לָאֵילִם מִפֹּה וּמִפּֽוֹ׃ 10
ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
וַיָּמָד אֶת־רֹחַב פֶּֽתַח־הַשַּׁעַר עֶשֶׂר אַמּוֹת אֹרֶךְ הַשַּׁעַר שְׁלוֹשׁ עֶשְׂרֵה אַמּֽוֹת׃ 11
ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
וּגְבוּל לִפְנֵי הַתָּאוֹת אַמָּה אֶחָת וְאַמָּה־אַחַת גְּבוּל מִפֹּה וְהַתָּא שֵׁשׁ־אַמּוֹת מִפּוֹ וְשֵׁשׁ אַמּוֹת מִפּֽוֹ׃ 12
ଆଉ କ୍ଷୁଦ୍ର କୋଠରିସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।
וַיָּמָד אֶת־הַשַּׁעַר מִגַּג הַתָּא לְגַגּוֹ רֹחַב עֶשְׂרִים וְחָמֵשׁ אַמּוֹת פֶּתַח נֶגֶד פָּֽתַח׃ 13
ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
וַיַּעַשׂ אֶת־אֵילִים שִׁשִּׁים אַמָּה וְאֶל־אֵיל הֶֽחָצֵר הַשַּׁעַר סָבִיב ׀ סָבִֽיב׃ 14
ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।
וְעַל פְּנֵי הַשַּׁעַר היאתון הָֽאִיתוֹן עַל־לִפְנֵי אֻלָם הַשַּׁעַר הַפְּנִימִי חֲמִשִּׁים אַמָּֽה׃ 15
ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।
וְחַלֹּנוֹת אֲטֻמוֹת אֶֽל־הַתָּאִים וְאֶל אֵלֵיהֵמָה לִפְנִימָה לַשַּׁעַר סָבִיב ׀ סָבִיב וְכֵן לָאֵֽלַמּוֹת וְחַלּוֹנוֹת סָבִיב ׀ סָבִיב לִפְנִימָה וְאֶל־אַיִל תִּמֹרִֽים׃ 16
ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
וַיְבִיאֵנִי אֶל־הֶֽחָצֵר הַחִיצוֹנָה וְהִנֵּה לְשָׁכוֹת וְרִֽצְפָה עָשׂוּי לֶחָצֵר סָבִיב ׀ סָבִיב שְׁלֹשִׁים לְשָׁכוֹת אֶל־הָרִֽצְפָֽה׃ 17
ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
וְהָרִֽצְפָה אֶל־כֶּתֶף הַשְּׁעָרִים לְעֻמַּת אֹרֶךְ הַשְּׁעָרִים הָרִֽצְפָה הַתַּחְתּוֹנָֽה׃ 18
ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ।
וַיָּמָד רֹחַב מִלִּפְנֵי הַשַּׁעַר הַתַּחְתּוֹנָה לִפְנֵי הֶחָצֵר הַפְּנִימִי מִחוּץ מֵאָה אַמָּה הַקָּדִים וְהַצָּפֽוֹן׃ 19
ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।
וְהַשַּׁעַר אֲשֶׁר פָּנָיו דֶּרֶךְ הַצָּפוֹן לֶחָצֵר הַחִֽיצוֹנָה מָדַד אָרְכּוֹ וְרָחְבּֽוֹ׃ 20
ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।
ותאו וְתָאָיו שְׁלוֹשָׁה מִפּוֹ וּשְׁלֹשָׁה מִפּוֹ ואילו וְאֵילָיו ואלמו וְאֵֽלַמָּיו הָיָה כְּמִדַּת הַשַּׁעַר הָרִאשׁוֹן חֲמִשִּׁים אַמָּה אָרְכּוֹ וְרֹחַב חָמֵשׁ וְעֶשְׂרִים בָּאַמָּֽה׃ 21
ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍‍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
וחלונו וְחַלּוֹנָיו ואלמו וְאֵֽלַמָּיו ותמרו וְתִמֹרָיו כְּמִדַּת הַשַּׁעַר אֲשֶׁר פָּנָיו דֶּרֶךְ הַקָּדִים וּבְמַעֲלוֹת שֶׁבַע יַֽעֲלוּ־בוֹ ואילמו וְאֵֽילַמָּיו לִפְנֵיהֶֽם׃ 22
ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।
וְשַׁעַר לֶחָצֵר הַפְּנִימִי נֶגֶד הַשַּׁעַר לַצָּפוֹן וְלַקָּדִים וַיָּמָד מִשַּׁעַר אֶל־שַׁעַר מֵאָה אַמָּֽה׃ 23
ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
וַיּוֹלִכֵנִי דֶּרֶךְ הַדָּרוֹם וְהִנֵּה־שַׁעַר דֶּרֶךְ הַדָּרוֹם וּמָדַד אילו אֵילָיו ואילמו וְאֵילַמָּיו כַּמִּדּוֹת הָאֵֽלֶּה׃ 24
ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।
וְחַלּוֹנִים לוֹ ולאילמו וּלְאֵֽילַמָּיו סָבִיב ׀ סָבִיב כְּהַחֲלֹּנוֹת הָאֵלֶּה חֲמִשִּׁים אַמָּה אֹרֶךְ וְרֹחַב חָמֵשׁ וְעֶשְׂרִים אַמָּֽה׃ 25
ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
וּמַעֲלוֹת שִׁבְעָה עלותו עֹֽלוֹתָיו ואלמו וְאֵֽלַמָּיו לִפְנֵיהֶם וְתִמֹרִים לוֹ אֶחָד מִפּוֹ וְאֶחָד מִפּוֹ אֶל־אילו אֵילָֽיו׃ 26
ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
וְשַׁעַר לֶחָצֵר הַפְּנִימִי דֶּרֶךְ הַדָּרוֹם וַיָּמָד מִשַּׁעַר אֶל־הַשַּׁעַר דֶּרֶךְ הַדָּרוֹם מֵאָה אַמּֽוֹת׃ 27
ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
וַיְבִיאֵנִי אֶל־חָצֵר הַפְּנִימִי בְּשַׁעַר הַדָּרוֹם וַיָּמָד אֶת־הַשַּׁעַר הַדָּרוֹם כַּמִּדּוֹת הָאֵֽלֶּה׃ 28
ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
ותאו וְתָאָיו ואילו וְאֵילָיו ואלמו וְאֵֽלַמָּיו כַּמִּדּוֹת הָאֵלֶּה וְחַלּוֹנוֹת לוֹ ולאלמו וּלְאֵלַמָּיו סָבִיב ׀ סָבִיב חֲמִשִּׁים אַמָּה אֹרֶךְ וְרֹחַב עֶשְׂרִים וְחָמֵשׁ אַמּֽוֹת׃ 29
ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
וְאֵֽלַמּוֹת סָבִיב ׀ סָבִיב אֹרֶךְ חָמֵשׁ וְעֶשְׂרִים אַמָּה וְרֹחַב חָמֵשׁ אַמּֽוֹת׃ 30
ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।
וְאֵלַמָּו אֶל־חָצֵר הַחִצוֹנָה וְתִמֹרִים אֶל־אילו אֵילָיו וּמַעֲלוֹת שְׁמוֹנֶה מעלו מַעֲלָֽיו׃ 31
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
וַיְבִיאֵנִי אֶל־הֶחָצֵר הַפְּנִימִי דֶּרֶךְ הַקָּדִים וַיָּמָד אֶת־הַשַּׁעַר כַּמִּדּוֹת הָאֵֽלֶּה׃ 32
ଏଥିଉତ୍ତାରେ ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
ותאו וְתָאָיו ואלו וְאֵלָיו ואלמו וְאֵֽלַמָּיו כַּמִּדּוֹת הָאֵלֶּה וְחַלּוֹנוֹת לוֹ ולאלמו וּלְאֵלַמָּיו סָבִיב ׀ סָבִיב אֹרֶךְ חֲמִשִּׁים אַמָּה וְרֹחַב חָמֵשׁ וְעֶשְׂרִים אַמָּֽה׃ 33
ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
ואלמו וְאֵלַמָּיו לֶֽחָצֵר הַחִיצוֹנָה וְתִמֹרִים אֶל־אלו אֵלָיו מִפּוֹ וּמִפּוֹ וּשְׁמֹנֶה מַעֲלוֹת מעלו מַעֲלָֽיו׃ 34
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
וַיְבִיאֵנִי אֶל־שַׁעַר הַצָּפוֹן וּמָדַד כַּמִּדּוֹת הָאֵֽלֶּה׃ 35
ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;
תאו תָּאָיו אלו אֵלָיו ואלמו וְאֽ͏ֵלַמָּיו וְחַלּוֹנוֹת לוֹ סָבִיב ׀ סָבִיב אֹרֶךְ חֲמִשִּׁים אַמָּה וְרֹחַב חָמֵשׁ וְעֶשְׂרִים אַמָּֽה׃ 36
ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
ואילו וְאֵילָיו לֶֽחָצֵר הַחִיצוֹנָה וְתִמֹרִים אֶל־אילו אֵילָיו מִפּוֹ וּמִפּוֹ וּשְׁמֹנֶה מַעֲלוֹת מעלו מַעֲלָֽיו׃ 37
ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
וְלִשְׁכָּה וּפִתְחָהּ בְּאֵילִים הַשְּׁעָרִים שָׁם יָדִיחוּ אֶת־הָעֹלָֽה׃ 38
ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ
וּבְאֻלָם הַשַּׁעַר שְׁנַיִם שֻׁלְחָנוֹת מִפּוֹ וּשְׁנַיִם שֻׁלְחָנוֹת מִפֹּה לִשְׁחוֹט אֲלֵיהֶם הָעוֹלָה וְהַחַטָּאת וְהָאָשָֽׁם׃ 39
ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
וְאֶל־הַכָּתֵף מִחוּצָה לָעוֹלֶה לְפֶתַח הַשַּׁעַר הַצָּפוֹנָה שְׁנַיִם שֻׁלְחָנוֹת וְאֶל־הַכָּתֵף הָאַחֶרֶת אֲשֶׁר לְאֻלָם הַשַּׁעַר שְׁנַיִם שֻׁלְחָנֽוֹת׃ 40
ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
אַרְבָּעָה שֻׁלְחָנוֹת מִפֹּה וְאַרְבָּעָה שֻׁלְחָנוֹת מִפֹּה לְכֶתֶף הַשָּׁעַר שְׁמוֹנָה שֻׁלְחָנוֹת אֲלֵיהֶם יִשְׁחָֽטוּ׃ 41
ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା।
וְאַרְבָּעָה שֻׁלְחָנוֹת לָעוֹלָה אַבְנֵי גָזִית אֹרֶךְ אַמָּה אַחַת וָחֵצִי וְרֹחַב אַמָּה אַחַת וָחֵצִי וְגֹבַהּ אַמָּה אֶחָת אֲלֵיהֶם וְיַנִּיחוּ אֶת־הַכֵּלִים אֲשֶׁר יִשְׁחֲטוּ אֶת־הָעוֹלָה בָּם וְהַזָּֽבַח׃ 42
ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା।
וְהַֽשְׁפַתַּיִם טֹפַח אֶחָד מוּכָנִים בַּבַּיִת סָבִיב ׀ סָבִיב וְאֶל־הַשֻּׁלְחָנוֹת בְּשַׂר הַקָּרְבָֽן׃ 43
ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।
וּמִחוּצָה לַשַּׁעַר הַפְּנִימִי לִֽשְׁכוֹת שָׁרִים בֶּחָצֵר הַפְּנִימִי אֲשֶׁר אֶל־כֶּתֶף שַׁעַר הַצָּפוֹן וּפְנֵיהֶם דֶּרֶךְ הַדָּרוֹם אֶחָד אֶל־כֶּתֶף שַׁעַר הַקָּדִים פְּנֵי דֶּרֶךְ הַצָּפֹֽן׃ 44
ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
וַיְדַבֵּר אֵלָי זֹה הַלִּשְׁכָּה אֲשֶׁר פָּנֶיהָ דֶּרֶךְ הַדָּרוֹם לַכֹּהֲנִים שֹׁמְרֵי מִשְׁמֶרֶת הַבָּֽיִת׃ 45
ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
וְהַלִּשְׁכָּה אֲשֶׁר פָּנֶיהָ דֶּרֶךְ הַצָּפוֹן לַכֹּהֲנִים שֹׁמְרֵי מִשְׁמֶרֶת הַמִּזְבֵּחַ הֵמָּה בְנֵֽי־צָדוֹק הַקְּרֵבִים מִבְּנֵֽי־לֵוִי אֶל־יְהוָה לְשָׁרְתֽוֹ׃ 46
ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
וַיָּמָד אֶת־הֶחָצֵר אֹרֶךְ ׀ מֵאָה אַמָּה וְרֹחַב מֵאָה אַמָּה מְרֻבָּעַת וְהַמִּזְבֵּחַ לִפְנֵי הַבָּֽיִת׃ 47
ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
וַיְבִאֵנִי אֶל־אֻלָם הַבַּיִת וַיָּמָד אֵל אֻלָם חָמֵשׁ אַמּוֹת מִפֹּה וְחָמֵשׁ אַמּוֹת מִפֹּה וְרֹחַב הַשַּׁעַר שָׁלֹשׁ אַמּוֹת מִפּוֹ וְשָׁלֹשׁ אַמּוֹת מִפּֽוֹ׃ 48
ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।
אֹרֶךְ הָאֻלָם עֶשְׂרִים אַמָּה וְרֹחַב עַשְׁתֵּי עֶשְׂרֵה אַמָּה וּבַֽמַּעֲלוֹת אֲשֶׁר יַעֲלוּ אֵלָיו וְעַמֻּדִים אֶל־הָאֵילִים אֶחָד מִפֹּה וְאֶחָד מִפֹּֽה׃ 49
ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।

< יחזקאל 40 >