< רות 4 >

וּבֹעַז עָלָה הַשַּׁעַר וַיֵּשֶׁב שָׁם וְהִנֵּה הַגֹּאֵל עֹבֵר אֲשֶׁר דִּבֶּר־בֹּעַז וַיֹּאמֶר סוּרָה שְׁבָה־פֹּה פְּלֹנִי אַלְמֹנִי וַיָּסַר וַיֵּשֵֽׁב׃ 1
ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
וַיִּקַּח עֲשָׂרָה אֲנָשִׁים מִזִּקְנֵי הָעִיר וַיֹּאמֶר שְׁבוּ־פֹה וַיֵּשֵֽׁבוּ׃ 2
ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।
וַיֹּאמֶר לַגֹּאֵל חֶלְקַת הַשָּׂדֶה אֲשֶׁר לְאָחִינוּ לֶאֱלִימֶלֶךְ מָכְרָה נָעֳמִי הַשָּׁבָה מִשְּׂדֵה מוֹאָֽב׃ 3
ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।
וַאֲנִי אָמַרְתִּי אֶגְלֶה אָזְנְךָ לֵאמֹר קְנֵה נֶגֶד הַֽיֹּשְׁבִים וְנֶגֶד זִקְנֵי עַמִּי אִם־תִּגְאַל גְּאָל וְאִם־לֹא יִגְאַל הַגִּידָה לִּי ואדע וְאֵֽדְעָה כִּי אֵין זוּלָֽתְךָ לִגְאוֹל וְאָנֹכִי אַחֲרֶיךָ וַיֹּאמֶר אָנֹכִי אֶגְאָֽל׃ 4
ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”
וַיֹּאמֶר בֹּעַז בְּיוֹם־קְנוֹתְךָ הַשָּׂדֶה מִיַּד נָעֳמִי וּמֵאֵת רוּת הַמּוֹאֲבִיָּה אֵֽשֶׁת־הַמֵּת קניתי קָנִיתָה לְהָקִים שֵׁם־הַמֵּת עַל־נַחֲלָתֽוֹ׃ 5
ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”
וַיֹּאמֶר הַגֹּאֵל לֹא אוּכַל לגאול־לִגְאָל־לִי פֶּן־אַשְׁחִית אֶת־נַחֲלָתִי גְּאַל־לְךָ אַתָּה אֶת־גְּאֻלָּתִי כִּי לֹא־אוּכַל לִגְאֹֽל׃ 6
ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”
וְזֹאת לְפָנִים בְּיִשְׂרָאֵל עַל־הַגְּאוּלָּה וְעַל־הַתְּמוּרָה לְקַיֵּם כָּל־דָּבָר שָׁלַף אִישׁ נַעֲלוֹ וְנָתַן לְרֵעֵהוּ וְזֹאת הַתְּעוּדָה בְּיִשְׂרָאֵֽל׃ 7
ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।
וַיֹּאמֶר הַגֹּאֵל לְבֹעַז קְנֵה־לָךְ וַיִּשְׁלֹף נַעֲלֽוֹ׃ 8
ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।
וַיֹּאמֶר בֹּעַז לַזְּקֵנִים וְכָל־הָעָם עֵדִים אַתֶּם הַיּוֹם כִּי קָנִיתִי אֶת־כָּל־אֲשֶׁר לֶֽאֱלִימֶלֶךְ וְאֵת כָּל־אֲשֶׁר לְכִלְיוֹן וּמַחְלוֹן מִיַּד נָעֳמִֽי׃ 9
ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।
וְגַם אֶת־רוּת הַמֹּאֲבִיָּה אֵשֶׁת מַחְלוֹן קָנִיתִי לִי לְאִשָּׁה לְהָקִים שֵׁם־הַמֵּת עַל־נַחֲלָתוֹ וְלֹא־יִכָּרֵת שֵׁם־הַמֵּת מֵעִם אֶחָיו וּמִשַּׁעַר מְקוֹמוֹ עֵדִים אַתֶּם הַיּֽוֹם׃ 10
ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”
וַיֹּאמְרוּ כָּל־הָעָם אֲשֶׁר־בַּשַּׁעַר וְהַזְּקֵנִים עֵדִים יִתֵּן יְהוָה אֶֽת־הָאִשָּׁה הַבָּאָה אֶל־בֵּיתֶךָ כְּרָחֵל ׀ וּכְלֵאָה אֲשֶׁר בָּנוּ שְׁתֵּיהֶם אֶת־בֵּית יִשְׂרָאֵל וַעֲשֵׂה־חַיִל בְּאֶפְרָתָה וּקְרָא־שֵׁם בְּבֵית לָֽחֶם׃ 11
ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।
וִיהִי בֵֽיתְךָ כְּבֵית פֶּרֶץ אֲשֶׁר־יָלְדָה תָמָר לִֽיהוּדָה מִן־הַזֶּרַע אֲשֶׁר יִתֵּן יְהוָה לְךָ מִן־הַֽנַּעֲרָה הַזֹּֽאת׃ 12
ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”
וַיִּקַּח בֹּעַז אֶת־רוּת וַתְּהִי־לוֹ לְאִשָּׁה וַיָּבֹא אֵלֶיהָ וַיִּתֵּן יְהוָה לָהּ הֵרָיוֹן וַתֵּלֶד בֵּֽן׃ 13
ଏରୂପେ ବୋୟଜ ରୂତକୁ ବିବାହ କରନ୍ତେ, ସେ ତାହାର ସ୍ତ୍ରୀ ହେଲା, ପୁଣି ତାହାର ସହବାସ କରନ୍ତେ, ସେ ସଦାପ୍ରଭୁଙ୍କଠାରୁ ଗର୍ଭଧାରଣ ଶକ୍ତି ପାଇ ପୁତ୍ର ପ୍ରସବ କଲା।
וַתֹּאמַרְנָה הַנָּשִׁים אֶֽל־נָעֳמִי בָּרוּךְ יְהוָה אֲשֶׁר לֹא הִשְׁבִּית לָךְ גֹּאֵל הַיּוֹם וְיִקָּרֵא שְׁמוֹ בְּיִשְׂרָאֵֽל׃ 14
ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।
וְהָיָה לָךְ לְמֵשִׁיב נֶפֶשׁ וּלְכַלְכֵּל אֶת־שֵׂיבָתֵךְ כִּי כַלָּתֵךְ אֲ‍ֽשֶׁר־אֲהֵבַתֶךְ יְלָדַתּוּ אֲשֶׁר־הִיא טוֹבָה לָךְ מִשִּׁבְעָה בָּנִֽים׃ 15
ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”
וַתִּקַּח נָעֳמִי אֶת־הַיֶּלֶד וַתְּשִׁתֵהוּ בְחֵיקָהּ וַתְּהִי־לוֹ לְאֹמֶֽנֶת׃ 16
ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।
וַתִּקְרֶאנָה לוֹ הַשְּׁכֵנוֹת שֵׁם לֵאמֹר יֻלַּד־בֵּן לְנָעֳמִי וַתִּקְרֶאנָֽה שְׁמוֹ עוֹבֵד הוּא אֲבִי־יִשַׁי אֲבִי דָוִֽד׃ 17
“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।
וְאֵלֶּה תּוֹלְדוֹת פָּרֶץ פֶּרֶץ הוֹלִיד אֶת־חֶצְרֽוֹן׃ 18
ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;
וְחֶצְרוֹן הוֹלִיד אֶת־רָם וְרָם הוֹלִיד אֶת־עַמִּֽינָדָֽב׃ 19
ହିଷ୍ରୋଣର ପୁତ୍ର ରାମ୍‍ ଓ ରାମ୍‍ର ପୁତ୍ର ଅମ୍ମୀନାଦବ
וְעַמִּֽינָדָב הוֹלִיד אֶת־נַחְשׁוֹן וְנַחְשׁוֹן הוֹלִיד אֶת־שַׂלְמָֽה׃ 20
ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ
וְשַׂלְמוֹן הוֹלִיד אֶת־בֹּעַז וּבֹעַז הוֹלִיד אֶת־עוֹבֵֽד׃ 21
ଓ ସଲମୋନର ପୁତ୍ର ବୋୟଜ ଓ ବୋୟଜର ପୁତ୍ର ଓବେଦ୍‍
וְעֹבֵד הוֹלִיד אֶת־יִשָׁי וְיִשַׁי הוֹלִיד אֶת־דָּוִֽד׃ 85 4 4 4 22
ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।

< רות 4 >