< מלכים ב 4 >

ואשה אחת מנשי בני הנביאים צעקה אל אלישע לאמר עבדך אישי מת ואתה ידעת כי עבדך היה ירא את יהוה והנשה בא לקחת את שני ילדי לו לעבדים׃ 1
ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
ויאמר אליה אלישע מה אעשה לך הגידי לי מה יש לכי בבית ותאמר אין לשפחתך כל בבית כי אם אסוך שמן׃ 2
ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”
ויאמר לכי שאלי לך כלים מן החוץ מאת כל שכנכי כלים רקים אל תמעיטי׃ 3
ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
ובאת וסגרת הדלת בעדך ובעד בניך ויצקת על כל הכלים האלה והמלא תסיעי׃ 4
ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”
ותלך מאתו ותסגר הדלת בעדה ובעד בניה הם מגשים אליה והיא מיצקת׃ 5
ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।
ויהי כמלאת הכלים ותאמר אל בנה הגישה אלי עוד כלי ויאמר אליה אין עוד כלי ויעמד השמן׃ 6
ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
ותבא ותגד לאיש האלהים ויאמר לכי מכרי את השמן ושלמי את נשיכי ואת בניכי תחיי בנותר׃ 7
ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
ויהי היום ויעבר אלישע אל שונם ושם אשה גדולה ותחזק בו לאכל לחם ויהי מדי עברו יסר שמה לאכל לחם׃ 8
ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
ותאמר אל אישה הנה נא ידעתי כי איש אלהים קדוש הוא עבר עלינו תמיד׃ 9
ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
נעשה נא עלית קיר קטנה ונשים לו שם מטה ושלחן וכסא ומנורה והיה בבאו אלינו יסור שמה׃ 10
ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
ויהי היום ויבא שמה ויסר אל העליה וישכב שמה׃ 11
ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
ויאמר אל גחזי נערו קרא לשונמית הזאת ויקרא לה ותעמד לפניו׃ 12
ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
ויאמר לו אמר נא אליה הנה חרדת אלינו את כל החרדה הזאת מה לעשות לך היש לדבר לך אל המלך או אל שר הצבא ותאמר בתוך עמי אנכי ישבת׃ 13
ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
ויאמר ומה לעשות לה ויאמר גיחזי אבל בן אין לה ואישה זקן׃ 14
ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
ויאמר קרא לה ויקרא לה ותעמד בפתח׃ 15
ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।
ויאמר למועד הזה כעת חיה אתי חבקת בן ותאמר אל אדני איש האלהים אל תכזב בשפחתך׃ 16
ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
ותהר האשה ותלד בן למועד הזה כעת חיה אשר דבר אליה אלישע׃ 17
ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
ויגדל הילד ויהי היום ויצא אל אביו אל הקצרים׃ 18
ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
ויאמר אל אביו ראשי ראשי ויאמר אל הנער שאהו אל אמו׃ 19
ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
וישאהו ויביאהו אל אמו וישב על ברכיה עד הצהרים וימת׃ 20
ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
ותעל ותשכבהו על מטת איש האלהים ותסגר בעדו ותצא׃ 21
ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
ותקרא אל אישה ותאמר שלחה נא לי אחד מן הנערים ואחת האתנות וארוצה עד איש האלהים ואשובה׃ 22
ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
ויאמר מדוע אתי הלכתי אליו היום לא חדש ולא שבת ותאמר שלום׃ 23
ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
ותחבש האתון ותאמר אל נערה נהג ולך אל תעצר לי לרכב כי אם אמרתי לך׃ 24
ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
ותלך ותבוא אל איש האלהים אל הר הכרמל ויהי כראות איש האלהים אתה מנגד ויאמר אל גיחזי נערו הנה השונמית הלז׃ 25
ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
עתה רוץ נא לקראתה ואמר לה השלום לך השלום לאישך השלום לילד ותאמר שלום׃ 26
ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
ותבא אל איש האלהים אל ההר ותחזק ברגליו ויגש גיחזי להדפה ויאמר איש האלהים הרפה לה כי נפשה מרה לה ויהוה העלים ממני ולא הגיד לי׃ 27
ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
ותאמר השאלתי בן מאת אדני הלא אמרתי לא תשלה אתי׃ 28
ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”
ויאמר לגיחזי חגר מתניך וקח משענתי בידך ולך כי תמצא איש לא תברכנו וכי יברכך איש לא תעננו ושמת משענתי על פני הנער׃ 29
ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
ותאמר אם הנער חי יהוה וחי נפשך אם אעזבך ויקם וילך אחריה׃ 30
ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
וגחזי עבר לפניהם וישם את המשענת על פני הנער ואין קול ואין קשב וישב לקראתו ויגד לו לאמר לא הקיץ הנער׃ 31
ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
ויבא אלישע הביתה והנה הנער מת משכב על מטתו׃ 32
ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
ויבא ויסגר הדלת בעד שניהם ויתפלל אל יהוה׃ 33
ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ויעל וישכב על הילד וישם פיו על פיו ועיניו על עיניו וכפיו על כפו ויגהר עליו ויחם בשר הילד׃ 34
ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
וישב וילך בבית אחת הנה ואחת הנה ויעל ויגהר עליו ויזורר הנער עד שבע פעמים ויפקח הנער את עיניו׃ 35
ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
ויקרא אל גיחזי ויאמר קרא אל השנמית הזאת ויקראה ותבוא אליו ויאמר שאי בנך׃ 36
ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
ותבא ותפל על רגליו ותשתחו ארצה ותשא את בנה ותצא׃ 37
ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
ואלישע שב הגלגלה והרעב בארץ ובני הנביאים ישבים לפניו ויאמר לנערו שפת הסיר הגדולה ובשל נזיד לבני הנביאים׃ 38
ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
ויצא אחד אל השדה ללקט ארת וימצא גפן שדה וילקט ממנו פקעת שדה מלא בגדו ויבא ויפלח אל סיר הנזיד כי לא ידעו׃ 39
ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
ויצקו לאנשים לאכול ויהי כאכלם מהנזיד והמה צעקו ויאמרו מות בסיר איש האלהים ולא יכלו לאכל׃ 40
ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
ויאמר וקחו קמח וישלך אל הסיר ויאמר צק לעם ויאכלו ולא היה דבר רע בסיר׃ 41
ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
ואיש בא מבעל שלשה ויבא לאיש האלהים לחם בכורים עשרים לחם שערים וכרמל בצקלנו ויאמר תן לעם ויאכלו׃ 42
ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
ויאמר משרתו מה אתן זה לפני מאה איש ויאמר תן לעם ויאכלו כי כה אמר יהוה אכל והותר׃ 43
ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
ויתן לפניהם ויאכלו ויותרו כדבר יהוה׃ 44
ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।

< מלכים ב 4 >