< מַעֲשֵׂי הַשְּׁלִיחִים 16 >

ויבא אל דרבי ואל לוסטרא והנה שם תלמיד אחד ושמו טימותיוס והוא בן אשה יהודית מאמנת ואביו יוני׃ 1
ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ।
ויהי לו שם טוב בין האחים אשר בלוסטרא ובאיקניון׃ 2
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
בו בחר פולוס אשר יצא אתו ויקח וימל אתו בעבור היהודים אשר במקמות ההם כי כלם ידעו את אביו כי יוני הוא׃ 3
ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ ବୋଲି ସମସ୍ତେ ଜାଣିଥିଲେ।
ויהי בעברם בערים וימסרו להם לשמר את הפקודים אשר גזרו השליחים והזקנים אשר בירושלים׃ 4
ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।
ותתחזקנה הקהלות באמונה וירב מספרן יום יום׃ 5
ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
ויעברו בפרוגיא ובארץ גלטיא כי מנעם רוח הקדש מהשמיע את הדבר באסיא׃ 6
ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
וכבאם אל מוסיא הואילו ללכת אל ביתוניא ולא הניח להם הרוח׃ 7
ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
ויחלפו ממוסיא וירדו אל טרואס׃ 8
ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
וחזון נראה אל פולוס בלילה והנה איש מוקדון נצב והוא מבקש ממנו לאמר עבר אל מקדוניא ועזרנו׃ 9
ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
וכראתו את המחזה מיד בקשנו ללכת אל מקדוניא בהביננו כי האלהים קראנו שמה לבשר אתם הבשורה׃ 10
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
ונצא מן טרואס ונרד באניה ונבא דרך ישרה אל סמותרקיא וממחרת אל נפוליס׃ 11
ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
ומשם אל פילפי ראשית ערי הפלך של מקדוניא והיא בת חורין ונשב בעיר הזאת ימים אחדים׃ 12
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
וביום השבת יצאנו אל מחוץ לעיר אל יד הנהר אשר שם מקום תפלה כמנהגם ונשב ונדבר אל הנשים הנקהלות שמה׃ 13
ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।
ואשה יראת אליהם ושמה לודיא מכרת ארגמן מעיר תיאטירא שמעה ויפתח יהוה את לבה להקשיב אל דברי פולוס׃ 14
ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
ותטבל היא ובני ביתה ותבקש ממנו לאמר אם חשבתם אתי נאמנה לאדון באו נא אל ביתי ושבו בו ותפצר בנו׃ 15
ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
ויהי בלכתנו למקום התפלה ותפגע בנו שפחה בעלת אוב אשר עשתה הון רב לאדניה בקסמיה׃ 16
ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।
ותלך אחרי פולוס ואחרינו הלוך וקרוא לאמר האנשים האלה עבדי אל עליון המה המודיעים אתנו ארח הישועה׃ 17
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
וכן עשתה ימים רבים וירע בעיני פולוס הדבר הזה ויפן ויאמר אל הרוח אנכי מצוך בשם ישוע המשיח לצאת ממנה ויצא בשעה ההיא׃ 18
ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।
ויראו אדניה כי אזלה תוחלת בצעם ויתפשו את פולוס ואת סילא ויסחבום אל הרחוב לפני זקני העיר׃ 19
କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
ויביאום אל השרים ויאמרו האנשים האלה עכרים את עירנו והם יהודים׃ 20
ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
ומודיעים חקות אשר לא נכון לנו לקבלם ולעשתם כי רומיים אנחנו׃ 21
ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।
ויקם גם העם עליהם והשרים קרעו את בגדיהם מעליהם ויצוו להכותם בשוטים׃ 22
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
ויהי אחרי הכות אתם מכה רבה וישליכום במשמר ויצוו את שומר האסורים לשמרם היטב׃ 23
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।
והוא כאשר צוה כן השליכם בחדר המשמר הפנימי וישם את רגליהם בסד׃ 24
ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
ויהי כחצות הלילה ויתפללו פולוס וסילא ויזמרו לאלהים והאסורים מקשיבים אליהם׃ 25
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
ופתאם היה רעש גדול עד אשר זעו מוסדות בית הכלא וכרגע נפתחו כל הדלתות ומוסרות כלם נתקו׃ 26
ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
ושומר האסורים נעור משנתו ויהי כראתו את דלתות המשמר נפתחות וישלף חרבו ויבקש לאבד את עצמו בחשבו כי ברחו האסורים׃ 27
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।
ויקרא פולוס בקול גדול לאמר אל תעש לך מאומה רע כי פה אנחנו כלנו׃ 28
କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।
וישאל נרות וידלג פנימה והוא מרעיד ויפל לרגלי פולוס וסילא׃ 29
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
ויוציאם החוצה ויאמר אדני מה עלי לעשות למען אושע׃ 30
ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?
ויאמרו האמן באדון ישוע המשיח ותושע אתה וביתך׃ 31
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
ויגידו לו את דבר יהוה ולכל אשר בביתו׃ 32
ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
ויקחם בלילה בשעה ההיא וירחץ את חבורתיהם וימהר להטבל הוא וכל אשר לו׃ 33
ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
ויעלם אל ביתו וישם שלחן לפניהם ויגל עם כל ביתו על היותו מאמין באלהים׃ 34
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
ובחית הבקר שלחו השרים את השוטרים לאמר שלח את האנשים ההם׃ 35
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
ויגד שמר האסורים לפולוס את הדברים האלה לאמר שלחו השרים לפטר אתכם ועתה צאו ולכו בשלום׃ 36
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
ויאמר פולוס אליהם הכה הכונו נגד כל העם בלא דין ומשפט ואנחנו אנשים רומיים וישליכו אתנו במשמר ועתה נסתר יגרשונו אל נא כי אם יבאו המה ויוציאונו׃ 37
କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
ויגידו השטרים לשרים את הדברים האלה ויהי כשמעם כי רומיים הם וייראו׃ 38
ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
ויבאו ויחלו פניהם ויוציאום וישאלו מהם לצאת מן העיר׃ 39
ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
ויצאו מן המשמר ויבאו אל בית לודיא ויראו את האחים ויזהירום וילכו לדרכם׃ 40
ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।

< מַעֲשֵׂי הַשְּׁלִיחִים 16 >