< יהושע 24 >

ויאסף יהושע את כל שבטי ישראל שכמה ויקרא לזקני ישראל ולראשיו ולשפטיו ולשטריו ויתיצבו לפני האלהים׃ 1
ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
ויאמר יהושע אל כל העם כה אמר יהוה אלהי ישראל בעבר הנהר ישבו אבותיכם מעולם תרח אבי אברהם ואבי נחור ויעבדו אלהים אחרים׃ 2
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
ואקח את אביכם את אברהם מעבר הנהר ואולך אותו בכל ארץ כנען וארב את זרעו ואתן לו את יצחק׃ 3
ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।
ואתן ליצחק את יעקב ואת עשו ואתן לעשו את הר שעיר לרשת אותו ויעקב ובניו ירדו מצרים׃ 4
ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
ואשלח את משה ואת אהרן ואגף את מצרים כאשר עשיתי בקרבו ואחר הוצאתי אתכם׃ 5
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
ואוציא את אבותיכם ממצרים ותבאו הימה וירדפו מצרים אחרי אבותיכם ברכב ובפרשים ים סוף׃ 6
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
ויצעקו אל יהוה וישם מאפל ביניכם ובין המצרים ויבא עליו את הים ויכסהו ותראינה עיניכם את אשר עשיתי במצרים ותשבו במדבר ימים רבים׃ 7
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
ואביאה אתכם אל ארץ האמרי היושב בעבר הירדן וילחמו אתכם ואתן אותם בידכם ותירשו את ארצם ואשמידם מפניכם׃ 8
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
ויקם בלק בן צפור מלך מואב וילחם בישראל וישלח ויקרא לבלעם בן בעור לקלל אתכם׃ 9
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।
ולא אביתי לשמע לבלעם ויברך ברוך אתכם ואצל אתכם מידו׃ 10
ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
ותעברו את הירדן ותבאו אל יריחו וילחמו בכם בעלי יריחו האמרי והפרזי והכנעני והחתי והגרגשי החוי והיבוסי ואתן אותם בידכם׃ 11
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
ואשלח לפניכם את הצרעה ותגרש אותם מפניכם שני מלכי האמרי לא בחרבך ולא בקשתך׃ 12
ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
ואתן לכם ארץ אשר לא יגעת בה וערים אשר לא בניתם ותשבו בהם כרמים וזיתים אשר לא נטעתם אתם אכלים׃ 13
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’
ועתה יראו את יהוה ועבדו אתו בתמים ובאמת והסירו את אלהים אשר עבדו אבותיכם בעבר הנהר ובמצרים ועבדו את יהוה׃ 14
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
ואם רע בעיניכם לעבד את יהוה בחרו לכם היום את מי תעבדון אם את אלהים אשר עבדו אבותיכם אשר בעבר הנהר ואם את אלהי האמרי אשר אתם ישבים בארצם ואנכי וביתי נעבד את יהוה׃ 15
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
ויען העם ויאמר חלילה לנו מעזב את יהוה לעבד אלהים אחרים׃ 16
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।
כי יהוה אלהינו הוא המעלה אתנו ואת אבותינו מארץ מצרים מבית עבדים ואשר עשה לעינינו את האתות הגדלות האלה וישמרנו בכל הדרך אשר הלכנו בה ובכל העמים אשר עברנו בקרבם׃ 17
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
ויגרש יהוה את כל העמים ואת האמרי ישב הארץ מפנינו גם אנחנו נעבד את יהוה כי הוא אלהינו׃ 18
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”
ויאמר יהושע אל העם לא תוכלו לעבד את יהוה כי אלהים קדשים הוא אל קנוא הוא לא ישא לפשעכם ולחטאותיכם׃ 19
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
כי תעזבו את יהוה ועבדתם אלהי נכר ושב והרע לכם וכלה אתכם אחרי אשר היטיב לכם׃ 20
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
ויאמר העם אל יהושע לא כי את יהוה נעבד׃ 21
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
ויאמר יהושע אל העם עדים אתם בכם כי אתם בחרתם לכם את יהוה לעבד אותו ויאמרו עדים׃ 22
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
ועתה הסירו את אלהי הנכר אשר בקרבכם והטו את לבבכם אל יהוה אלהי ישראל׃ 23
ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
ויאמרו העם אל יהושע את יהוה אלהינו נעבד ובקולו נשמע׃ 24
ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
ויכרת יהושע ברית לעם ביום ההוא וישם לו חק ומשפט בשכם׃ 25
ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
ויכתב יהושע את הדברים האלה בספר תורת אלהים ויקח אבן גדולה ויקימה שם תחת האלה אשר במקדש יהוה׃ 26
ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
ויאמר יהושע אל כל העם הנה האבן הזאת תהיה בנו לעדה כי היא שמעה את כל אמרי יהוה אשר דבר עמנו והיתה בכם לעדה פן תכחשון באלהיכם׃ 27
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
וישלח יהושע את העם איש לנחלתו׃ 28
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
ויהי אחרי הדברים האלה וימת יהושע בן נון עבד יהוה בן מאה ועשר שנים׃ 29
ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
ויקברו אתו בגבול נחלתו בתמנת סרח אשר בהר אפרים מצפון להר געש׃ 30
ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
ויעבד ישראל את יהוה כל ימי יהושע וכל ימי הזקנים אשר האריכו ימים אחרי יהושע ואשר ידעו את כל מעשה יהוה אשר עשה לישראל׃ 31
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
ואת עצמות יוסף אשר העלו בני ישראל ממצרים קברו בשכם בחלקת השדה אשר קנה יעקב מאת בני חמור אבי שכם במאה קשיטה ויהיו לבני יוסף לנחלה׃ 32
ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
ואלעזר בן אהרן מת ויקברו אתו בגבעת פינחס בנו אשר נתן לו בהר אפרים׃ 33
ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।

< יהושע 24 >