< 1 इतिहास 10 >

1 पलिश्ती इस्राएलियों से लड़े; और इस्राएली पलिश्तियों के सामने से भागे, और गिलबो नामक पहाड़ पर मारे गए।
ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
2 पर पलिश्ती शाऊल और उसके पुत्रों के पीछे लगे रहे, और पलिश्तियों ने शाऊल के पुत्र योनातान, अबीनादाब और मल्कीशूअ को मार डाला।
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
3 शाऊल के साथ घमासान युद्ध होता रहा और धनुर्धारियों ने उसे जा लिया, और वह उनके कारण व्याकुल हो गया।
ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
4 तब शाऊल ने अपने हथियार ढोनेवाले से कहा, “अपनी तलवार खींचकर मुझे भोंक दे, कहीं ऐसा न हो कि वे खतनारहित लोग आकर मेरा उपहास करें;” परन्तु उसके हथियार ढोनेवाले ने भयभीत होकर ऐसा करने से इन्कार किया। तब शाऊल अपनी तलवार खड़ी करके उस पर गिर पड़ा।
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5 यह देखकर कि शाऊल मर गया है उसका हथियार ढोनेवाला अपनी तलवार पर आप गिरकर मर गया।
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
6 इस तरह शाऊल और उसके तीनों पुत्र, और उसके घराने के सब लोग एक संग मर गए।
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
7 यह देखकर कि वे भाग गए, और शाऊल और उसके पुत्र मर गए, उस तराई में रहनेवाले सब इस्राएली मनुष्य अपने-अपने नगर को छोड़कर भाग गए; और पलिश्ती आकर उनमें रहने लगे।
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8 दूसरे दिन जब पलिश्ती मारे हुओं के माल को लूटने आए, तब उनको शाऊल और उसके पुत्र गिलबो पहाड़ पर पड़े हुए मिले।
ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9 तब उन्होंने उसके वस्त्रों को उतार उसका सिर और हथियार ले लिया और पलिश्तियों के देश के सब स्थानों में दूतों को इसलिए भेजा कि उनके देवताओं और साधारण लोगों में यह शुभ समाचार देते जाएँ।
ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10 १० तब उन्होंने उसके हथियार अपने मन्दिर में रखे, और उसकी खोपड़ी को दागोन के मन्दिर में लटका दिया।
ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।
11 ११ जब गिलाद के याबेश के सब लोगों ने सुना कि पलिश्तियों ने शाऊल के साथ क्या-क्या किया है।
ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
12 १२ तब सब शूरवीर चले और शाऊल और उसके पुत्रों के शवों को उठाकर याबेश में ले आए, और उनकी हड्डियों को याबेश में एक बांज वृक्ष के तले गाड़ दिया और सात दिन तक उपवास किया।
ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
13 १३ इस तरह शाऊल उस विश्वासघात के कारण मर गया, जो उसने यहोवा से किया था; क्योंकि उसने यहोवा का वचन टाल दिया था, फिर उसने भूत-सिद्धि करनेवाली से पूछकर सम्मति ली थी।
ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
14 १४ उसने यहोवा से न पूछा था, इसलिए यहोवा ने उसे मारकर राज्य को यिशै के पुत्र दाऊद को दे दिया।
ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।

< 1 इतिहास 10 >