< 1 इतिहास 20 >

1 फिर नये वर्ष के आरम्भ में जब राजा लोग युद्ध करने को निकला करते हैं, तब योआब ने भारी सेना संग ले जाकर अम्मोनियों का देश उजाड़ दिया और आकर रब्बाह को घेर लिया; परन्तु दाऊद यरूशलेम में रह गया; और योआब ने रब्बाह को जीतकर ढा दिया।
ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।
2 तब दाऊद ने उनके राजा का मुकुट उसके सिर से उतारकर क्या देखा, कि उसका तौल किक्कार भर सोने का है, और उसमें मणि भी जड़े थे; और वह दाऊद के सिर पर रखा गया। फिर उसे नगर से बहुत सामान लूट में मिला।
ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
3 उसने उनमें रहनेवालों को निकालकर आरों और लोहे के हेंगों और कुल्हाड़ियों से कटवाया; और अम्मोनियों के सब नगरों के साथ भी दाऊद ने वैसा ही किया। तब दाऊद सब लोगों समेत यरूशलेम को लौट गया।
ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
4 इसके बाद गेजेर में पलिश्तियों के साथ युद्ध हुआ; उस समय हूशाई सिब्बकै ने सिप्पै को, जो रापा की सन्तान था, मार डाला; और वे दब गए।
ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
5 पलिश्तियों के साथ फिर युद्ध हुआ; उसमें याईर के पुत्र एल्हनान ने गती गोलियत के भाई लहमी को मार डाला, जिसके बर्छे की छड़, जुलाहे की डोंगी के समान थी।
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
6 फिर गत में भी युद्ध हुआ, और वहाँ एक बड़े डील-डौल का पुरुष था, जो रापा की सन्तान था, और उसके एक-एक हाथ पाँव में छः छः उँगलियाँ अर्थात् सब मिलाकर चौबीस उँगलियाँ थीं।
ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
7 जब उसने इस्राएलियों को ललकारा, तब दाऊद के भाई शिमा के पुत्र योनातान ने उसको मारा।
ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
8 ये ही गत में रापा से उत्पन्न हुए थे, और वे दाऊद और उसके सेवकों के हाथ से मार डाले गए।
ଏମାନେ ଗାଥ୍‍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।

< 1 इतिहास 20 >