< 2 राजा 12 >

1 येहू के राज्य के सातवें वर्ष में योआश राज्य करने लगा, और यरूशलेम में चालीस वर्ष तक राज्य करता रहा। उसकी माता का नाम सिब्या था जो बेर्शेबा की थी।
ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।
2 और जब तक यहोयादा याजक योआश को शिक्षा देता रहा, तब तक वह वही काम करता रहा जो यहोवा की दृष्टि में ठीक है।
ଯିହୋୟାଦା ଯାଜକ ଯୋୟାଶ୍‍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 तो भी ऊँचे स्थान गिराए न गए; प्रजा के लोग तब भी ऊँचे स्थान पर बलि चढ़ाते और धूप जलाते रहे।
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
4 योआश ने याजकों से कहा, “पवित्र की हुई वस्तुओं का जितना रुपया यहोवा के भवन में पहुँचाया जाए, अर्थात् गिने हुए लोगों का रुपया और जितना रुपया देने के जो कोई योग्य ठहराया जाए, और जितना रुपया जिसकी इच्छा यहोवा के भवन में ले आने की हो,
ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
5 इन सब को याजक लोग अपनी जान-पहचान के लोगों से लिया करें और भवन में जो कुछ टूटा फूटा हो उसको सुधार दें।”
ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”
6 तो भी याजकों ने भवन में जो टूटा फूटा था, उसे योआश राजा के राज्य के तेईसवें वर्ष तक नहीं सुधारा था।
ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
7 इसलिए राजा योआश ने यहोयादा याजक, और याजकों को बुलवाकर पूछा, “भवन में जो कुछ टूटा फूटा है, उसे तुम क्यों नहीं सुधारते? अब से अपनी जान-पहचान के लोगों से और रुपया न लेना, और जो तुम्हें मिले, उसे भवन के सुधारने के लिये दे देना।”
ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”
8 तब याजकों ने मान लिया कि न तो हम प्रजा से और रुपया लें और न भवन को सुधारें।
ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।
9 तब यहोयादा याजक ने एक सन्दूक लेकर, उसके ढ़क्कन में छेद करके उसको यहोवा के भवन में आनेवालों के दाहिने हाथ पर वेदी के पास रख दिया; और द्वार की रखवाली करनेवाले याजक उसमें वह सब रुपया डालने लगे जो यहोवा के भवन में लाया जाता था।
ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
10 १० जब उन्होंने देखा, कि सन्दूक में बहुत रुपया है, तब राजा के प्रधान और महायाजक ने आकर उसे थैलियों में बाँध दिया, और यहोवा के भवन में पाए हुए रुपये को गिन लिया।
ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।
11 ११ तब उन्होंने उस तौले हुए रुपये को उन काम करानेवालों के हाथ में दिया, जो यहोवा के भवन में अधिकारी थे; और इन्होंने उसे यहोवा के भवन के बनानेवाले बढ़इयों, राजमिस्त्रियों, और संगतराशों को दिये।
ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
12 १२ और लकड़ी और गढ़े हुए पत्थर मोल लेने में, वरन् जो कुछ भवन के टूटे फूटे की मरम्मत में खर्च होता था, उसमें लगाया।
ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।
13 १३ परन्तु जो रुपया यहोवा के भवन में आता था, उससे चाँदी के तसले, चिमटे, कटोरे, तुरहियां आदि सोने या चाँदी के किसी प्रकार के पात्र न बने।
ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।
14 १४ परन्तु वह काम करनेवाले को दिया गया, और उन्होंने उसे लेकर यहोवा के भवन की मरम्मत की।
କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।
15 १५ और जिनके हाथ में काम करनेवालों को देने के लिये रुपया दिया जाता था, उनसे कुछ हिसाब न लिया जाता था, क्योंकि वे सच्चाई से काम करते थे।
ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।
16 १६ जो रुपया दोषबलियों और पापबलियों के लिये दिया जाता था, यह तो यहोवा के भवन में न लगाया गया, वह याजकों को मिलता था।
ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।
17 १७ तब अराम के राजा हजाएल ने गत नगर पर चढ़ाई की, और उससे लड़ाई करके उसे ले लिया। तब उसने यरूशलेम पर भी चढ़ाई करने को अपना मुँह किया।
ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।
18 १८ तब यहूदा के राजा योआश ने उन सब पवित्र वस्तुओं को जिन्हें उसके पुरखा यहोशापात यहोराम और अहज्याह नामक यहूदा के राजाओं ने पवित्र किया था, और अपनी पवित्र की हुई वस्तुओं को भी और जितना सोना यहोवा के भवन के भण्डारों में और राजभवन में मिला, उस सब को लेकर अराम के राजा हजाएल के पास भेज दिया; और वह यरूशलेम के पास से चला गया।
ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା।
19 १९ योआश के और सब काम जो उसने किया, वह क्या यहूदा के राजाओं के इतिहास की पुस्तक में नहीं लिखे हैं?
ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
20 २० योआश के कर्मचारियों ने राजद्रोह की युक्ति करके, उसको मिल्लो के भवन में जो सिल्ला की ढलान पर था, मार डाला।
ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍‍ଙ୍କୁ ବଧ କଲେ।
21 २१ अर्थात् शिमात का पुत्र योजाबाद और शोमेर का पुत्र यहोजाबाद, जो उसके कर्मचारी थे, उन्होंने उसे ऐसा मारा, कि वह मर गया। तब उसे उसके पुरखाओं के बीच दाऊदपुर में मिट्टी दी, और उसका पुत्र अमस्याह उसके स्थान पर राज्य करने लगा।
ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

< 2 राजा 12 >