< 2 शमूएल 5 >

1 तब इस्राएल के सब गोत्र दाऊद के पास हेब्रोन में आकर कहने लगे, “सुन, हम लोग और तू एक ही हाड़ माँस हैं।
ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 फिर भूतकाल में जब शाऊल हमारा राजा था, तब भी इस्राएल का अगुआ तू ही था; और यहोवा ने तुझ से कहा, ‘मेरी प्रजा इस्राएल का चरवाहा, और इस्राएल का प्रधान तू ही होगा।’”
ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
3 अतः सब इस्राएली पुरनिये हेब्रोन में राजा के पास आए; और दाऊद राजा ने उनके साथ हेब्रोन में यहोवा के सामने वाचा बाँधी, और उन्होंने इस्राएल का राजा होने के लिये दाऊद का अभिषेक किया।
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4 दाऊद तीस वर्ष का होकर राज्य करने लगा, और चालीस वर्ष तक राज्य करता रहा।
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
5 साढ़े सात वर्ष तक तो उसने हेब्रोन में यहूदा पर राज्य किया, और तैंतीस वर्ष तक यरूशलेम में समस्त इस्राएल और यहूदा पर राज्य किया।
ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6 तब राजा ने अपने जनों को साथ लिए हुए यरूशलेम को जाकर यबूसियों पर चढ़ाई की, जो उस देश के निवासी थे। उन्होंने यह समझकर, कि दाऊद यहाँ घुस न सकेगा, उससे कहा, “जब तक तू अंधों और लँगड़ों को दूर न करे, तब तक यहाँ घुस न पाएगा।”
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
7 तो भी दाऊद ने सिय्योन नामक गढ़ को ले लिया, वही दाऊदपुर भी कहलाता है।
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
8 उस दिन दाऊद ने कहा, “जो कोई यबूसियों को मारना चाहे, उसे चाहिये कि नाले से होकर चढ़े, और अंधे और लँगड़े जिनसे दाऊद मन से घिन करता है उन्हें मारे।” इससे यह कहावत चली, “अंधे और लँगड़े महल में आने न पाएँगे।”
ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
9 और दाऊद उस गढ़ में रहने लगा, और उसका नाम दाऊदपुर रखा। और दाऊद ने चारों ओर मिल्लो से लेकर भीतर की ओर शहरपनाह बनवाई।
ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
10 १० और दाऊद की बड़ाई अधिक होती गई, और सेनाओं का परमेश्वर यहोवा उसके संग रहता था।
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
11 ११ तब सोर के राजा हीराम ने दाऊद के पास दूत, और देवदार की लकड़ी, और बढ़ई, और राजमिस्त्री भेजे, और उन्होंने दाऊद के लिये एक भवन बनाया।
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
12 १२ और दाऊद को निश्चय हो गया कि यहोवा ने मुझे इस्राएल का राजा करके स्थिर किया, और अपनी इस्राएली प्रजा के निमित्त मेरा राज्य बढ़ाया है।
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
13 १३ जब दाऊद हेब्रोन से आया तब उसने यरूशलेम की और रखैलियाँ रख लीं, और पत्नियाँ बना लीं; और उसके और बेटे-बेटियाँ उत्पन्न हुईं।
ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
14 १४ उसकी जो सन्तान यरूशलेम में उत्पन्न हुई, उनके ये नाम हैं, अर्थात् शम्मू, शोबाब, नातान, सुलैमान,
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା: - ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ
15 १५ यिभार, एलीशू, नेपेग, यापी,
ଓ ୟିଭର ଓ ଇଲୀଶୂୟ ଓ ନେଫଗ୍‍ ଓ ଯାଫୀୟ
16 १६ एलीशामा, एल्यादा, और एलीपेलेत।
ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍।
17 १७ जब पलिश्तियों ने यह सुना कि इस्राएल का राजा होने के लिये दाऊद का अभिषेक हुआ, तब सब पलिश्ती दाऊद की खोज में निकले; यह सुनकर दाऊद गढ़ में चला गया।
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
18 १८ तब पलिश्ती आकर रपाईम नामक तराई में फैल गए।
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
19 १९ तब दाऊद ने यहोवा से पूछा, “क्या मैं पलिश्तियों पर चढ़ाई करूँ? क्या तू उन्हें मेरे हाथ कर देगा?” यहोवा ने दाऊद से कहा, “चढ़ाई कर; क्योंकि मैं निश्चय पलिश्तियों को तेरे हाथ कर दूँगा।”
ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
20 २० तब दाऊद बालपरासीम को गया, और दाऊद ने उन्हें वहीं मारा; तब उसने कहा, “यहोवा मेरे सामने होकर मेरे शत्रुओं पर जल की धारा के समान टूट पड़ा है।” इस कारण उसने उस स्थान का नाम बालपरासीम रखा।
ତହୁଁ ଦାଉଦ ବାଲ୍‍-ପରାସୀମ୍‍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ୍‍ (ଭଗ୍ନ ସ୍ଥାନ) ରଖିଲେ।
21 २१ वहाँ उन्होंने अपनी मूरतों को छोड़ दिया, और दाऊद और उसके जन उन्हें उठा ले गए।
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
22 २२ फिर दूसरी बार पलिश्ती चढ़ाई करके रपाईम नामक तराई में फैल गए।
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
23 २३ जब दाऊद ने यहोवा से पूछा, तब उसने कहा, “चढ़ाई न कर; उनके पीछे से घूमकर तूत वृक्षों के सामने से उन पर छापा मार।
ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
24 २४ और जब तूत वृक्षों की फुनगियों में से सेना के चलने की सी आहट तुझे सुनाई पड़े, तब यह जानकर फुर्ती करना, कि यहोवा पलिश्तियों की सेना के मारने को मेरे आगे अभी पधारा है।”
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
25 २५ यहोवा की इस आज्ञा के अनुसार दाऊद गेबा से लेकर गेजेर तक पलिश्तियों को मारता गया।
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।

< 2 शमूएल 5 >